Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ବିଜେପିର “ମିଶନ ୧୨୦+” ରୁ “ମିଶନ ଆତ୍ମହତ୍ୟା”- ବିଜେଡି ପାଇଁ ବିଜୟପଥ ପରିଷ୍କାର କରୁଛି କି ବିଜେପି ?
ବିଶେଷ ଖବର

ଓଡିଶା ବିଜେପିର “ମିଶନ ୧୨୦+” ରୁ “ମିଶନ ଆତ୍ମହତ୍ୟା”- ବିଜେଡି ପାଇଁ ବିଜୟପଥ ପରିଷ୍କାର କରୁଛି କି ବିଜେପି ?

March 27, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
Senior leader Subhas Chouhan resigned from BJP
Senior leader Subhas Chouhan resigned from BJP

କେଦାର ମିଶ୍ର

ଜଣେ ବ୍ୟକ୍ତିର ଅହଂକାର ପାଖରେ ଓଡିଶା ଶାଖାର ଭାରତୀୟ ଜନତା ପାର୍ଟି ନିଜକୁ ବନ୍ଧା ପକାଇଦେଇଛି ଓ ସେହି ଲୋକର ଅହଂକାରକୁ ରାଜ୍ୟ  ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ଏକ ନିର୍ଦ୍ଦିଷ୍ଟ ନେତୃତ୍ୱ ପ୍ରୋତ୍ସାହିତ କରୁଛନ୍ତି ବୋଲି ଆଜି ବିଜେପିରୁ ଇସ୍ତଫା ଦେଇଥିବା ବରିଷ୍ଠ ନେତା ସୁବାସ ଚୌହାନ ସିଧାସଳଖ ଅଭିଯୋଗ କରିଛନ୍ତି। ଟିକଟ ବଣ୍ଟନ ମାମଲାରେ ପଶ୍ଚିମ ଓଡିଶାର ସଂଘ ଦାୟିତ୍ବରେ ଥିବା ଜଣେ ଅବସରପ୍ରାପ୍ତ ଅଧ୍ୟାପକ, ବିଜେପି ଭିତରେ ଥିବା ସଂଘର ପୁରୁଣା କର୍ମକର୍ତ୍ତାଙ୍କ ବିରୋଧରେ ଷଡଯନ୍ତ୍ର ରଚନା କରୁଥିବାର ଗୁରୁତର ଅଭିଯୋଗ ଶ୍ରୀ ଚୌହାନ ଆଣିଛନ୍ତି। ସଂପୃକ୍ତ ଅଧ୍ୟାପକ ଓ ସଂଘ କର୍ମକର୍ତ୍ତାଜଣକ ନିଜର ଦୁର୍ନୀତି ପାଇଁ ବେଶ ଜଣାଶୁଣା ହୋଇଥିବାବେଳେ ତାଙ୍କୁ ଏବେ ବିଜେପିର ଅନେକ ଗୁରୁତ୍ୱପୂର୍ଣ୍ଣ କଥା ବୁଝିବାଲାଗି ପୂର୍ଣ୍ଣ ସ୍ଵାଧୀନତା ଦିଆ ଯାଇଛି। ସେହି ଅଧ୍ୟାପକ ଜଣକ ଜଣେ ଅହଙ୍କାରୀ କେନ୍ଦ୍ରମନ୍ତ୍ରୀଙ୍କ ହାତବାରିସି ସାଜି ରାଜ୍ୟ ସଙ୍ଗଠନକୁ ତଳି ତଳାନ୍ତ କରି ଚାଲିଛନ୍ତି ବୋଲି କୁହାଯାଉଛି। ଆଜି ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ସମୀକ୍ଷା ଡଟ କମ କୁ ଏକ ସ୍ଵତନ୍ତ୍ର ସାକ୍ଷାତ୍କାର ଦେଇ ଶ୍ରୀ ଚୌହାନ କହିଛନ୍ତି ଯେ ଦଳ ପାଇଁ ଯେଉଁମାନେ ନିଜର ଜୀବନ ସମର୍ପିତ କରିଥିଲେ ସେମାନେ ଆଜି ଦଳ ଭିତରେ ପ୍ରଚୁର ନିର୍ଯାତନା ଓ ଉପେକ୍ଷା ଭୋଗୁଛନ୍ତି।

ଦଳ ଏବେ ଜଣେ ବ୍ୟକ୍ତିର ଅହଂକାର ଆଗରେ ମୁଣ୍ଡ ଝୁଙ୍କାଇ ଠିଆ ହୋଇଛି ବୋଲି ଶ୍ରୀ ଚୌହାନ ଯେଉଁ ଅଭିଯୋଗ କରିଛନ୍ତି, ତାହାକୁ ଦଳର ବହୁ ପୁରୁଣା କର୍ମକର୍ତ୍ତା ସମର୍ଥନ କରିଛନ୍ତି। ଶ୍ରୀ ଚୌହାନଙ୍କ ପରି ବହୁ ପୁରୁଖା ବିଜେପି କର୍ମୀ ଏବେ ଦଳ ବିରୋଧରେ ଓ ସଂଘ ଭିତରେ ଚାଲିଥିବା ପ୍ରିୟା ପ୍ରୀତି ତୋଷଣ ବିରୋଧରେ ମୁହଁ ଖୋଲିଛନ୍ତି।  ଏବେ ସୋସିଆଲ ମିଡିଆରେ ସଂଘ ପରିବାରର ବହୁ ପୁରୁଣା କର୍ମୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଖୋଲାଖୋଲି ଯୁଦ୍ଧ ଘୋଷଣା କରିଛନ୍ତି। ୨୦୧୯ ନିର୍ବାଚନରେ ଦଳର ଯେଉଁ ୧୨୦+ ମିଶନ ଥିଲା ତାହା କେବଳ ବାହାନା ମାତ୍ର। ଏବେ ଦଳ ଆତ୍ମହତ୍ୟା କରିବା ପାଇଁ ନିଜକୁ ପ୍ରସ୍ତୁତ କରି ସାରିଛି ବୋଲି ଏମାନେ କହିଛନ୍ତି।

ଦଳର ପୁରୁଣା କର୍ମୀ ଓ ନେତା ଏବେ ବିଜେପିର ହାତ ଛାଡୁଥିବା ବେଳେ ବିଜେପି ଅଧିକରୁ ଅଧିକ ଅମଲାଙ୍କ ଉପରେ  ନିର୍ଭର କରୁଛି। ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ରାତାରାତି ବିଜେପିରେ ଯୋଗ ଦେଇ ଟିକଟ ପାଇବା ଦଳର କି ଉପକାରରେ ଲାଗିବ ବୋଲି ଏବେ ପ୍ରଶ୍ନ ଉଠା ଯାଉଛି। ସରକାରରେ ଥିବାବେଳେ ସବୁ ସୁଖ ସୁବିଧା ଉପଭୋଗ କରିଥିବା ଅମଲାମାନେ ଦଳୀୟ ସଂଗଠନ ଉପରେ କେବଳ ବୋଝ ହେବେ ବୋଲି କର୍ମୀମାନେ ଯାହା କହୁଛନ୍ତି, ତାହାର ଯଥେଷ୍ଟ ସତ୍ୟତା ରହିଛି। ଗୋଟେ ପକ୍ଷରେ ବିଜେପି ଓଡିଶାର ବିଜେଡି ସରକାର କୁ ଅମଲାଙ୍କ ଦ୍ଵାରା ନିୟନ୍ତ୍ରିତ ଏକ ସରକାର ବୋଲି ଆକ୍ଷେପ କରୁଛି, କିନ୍ତୁ ଅପର ପକ୍ଷରେ ଦଳ ଡାକିହାକି ଦଳ ବାହାରୁ ଅମଲା ଓ ବାବୁମାନଙ୍କୁ ଟିକଟ ବାଣ୍ଟୁଛି। ଏହା ବିଜେପିର ଚରମ ଅପାରଗତା ଓ ନିଜ ସଂଗଠନ ଉପରେ ଦଳର ଯେ ଆସ୍ଥା ନାହିଁ, ସେକଥା ପ୍ରମାଣିତ ହୋଇ ଯାଉଛି।

ବିଜେପିର ଟିକଟ ବଣ୍ଟନ ପ୍ରକ୍ରିୟାରୁ ଏମିତି ମନେ ହେଉଛି ଯେ, ସତେକି ବିଜେପି ବିଜେଡି ପାଖରେ ନିଜକୁ ସମର୍ପଣ କରି ଦେଇଛି। କେବଳ ଟେଲିଭିଜନ ପର୍ଦ୍ଦାରେ ନବୀନଙ୍କ ବିରୋଧରେ ଗର୍ଜନ ତର୍ଜନ କରିବା ବ୍ୟତୀତ ବିଜେପି ବାକି ସବୁ କ୍ଷେତ୍ରରେ ନବୀନଙ୍କୁ ସୁହାଇଲା ଭଳି କାମ କରୁଛି ବୋଲି ଏବେ ଅଭିଯୋଗ ଆସିଲାଣି। ପଶ୍ଚିମ ଓଡିଶା ଲାଗି ବିଜେପିର ପ୍ରାର୍ଥୀ ଚୟନ ପ୍ରକ୍ରିୟାରୁ ଏହା ଏକ ପ୍ରକାର “ନିର୍ବାଚନ ଫିକ୍ସିଙ୍ଗ” ବୋଲି ଜଣେ ବିଜେପି କର୍ମକର୍ତ୍ତା କହିଛନ୍ତି। ଉପରେ ଉପରେ ନବୀନ ବିରୋଧୀ ବୈଜୟନ୍ତ ପଣ୍ଡା ଓ ଦାମୋଦର ରାଉତ ମାନଙ୍କୁ କେବଳ ନାଟକ ପାଇଁ ବ୍ୟବହାର କରାଯାଉଛି। ଠିକଣା ସମୟରେ ଏମାନଙ୍କୁ ମଧ୍ୟ ଫୋପାଡି ଦିଆଯିବ ବୋଲି ଆଶଙ୍କା ପ୍ରକାଶ ପାଇଛି।

ଇତି ମଧ୍ୟରେ ଜାତୀୟ ସ୍ତରର ରାଜନୀତି ଦ୍ରୁତ ଗତିରେ ବଦଳୁଛି। ହିନ୍ଦୀ ଭାଷାଭାଷି ଅଞ୍ଚଳରେ କଂଗ୍ରେସ ବିରୋଧରେ ଯେତେ ପ୍ରଚାର କଲେ ମଧ୍ୟ ଏହି କ୍ଷେତ୍ରରେ ବିଜେପିର ପ୍ରଦର୍ଶନ ୨୦୧୪ର ସମକକ୍ଷ ହେବନାହିଁ। ତେଣୁ ଚନ୍ଦ୍ରଶେଖର ରାଓଙ୍କ ତେଲେଙ୍ଗାନା ରାଷ୍ଟ୍ର ସମିତି ଓ ନବୀନଙ୍କ ବିଜୁ ଜନତା ଦଳ ଉପରେ ମୋଦୀ ସରକାରର ଭବିଷ୍ୟତ ଅନେକାଂଶରେ ନିର୍ଭର କରିବ। ନବୀନଙ୍କ ନିର୍ବାଚନୀ କୌଶଳ ଓ ଲୋକପ୍ରିୟତା ଆଗରେ ରାଜ୍ୟ ବିଜେପି ସ୍ପର୍ଦ୍ଧା ର ସହିତ ଠିଆ ହୋଇ ପାରୁନାହିଁ। ତେଣୁ ଜାଣିଶୁଣି ବିଜେପି ନିଜକୁ ଦୁର୍ବଳ କରୁଛି ବୋଲି ଏକ ଭିନ୍ନମତ ଏବେ ଗଢି ଉଠୁଛି। ଦୁର୍ବଳ ପ୍ରାର୍ଥୀ ଚୟନ କରି ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଭଳି ଲୋକସଭା ଆସନକୁ ଦଳ ଆରମ୍ଭରୁ ହାତଛଡା କରି ସାରିଛି।

ବିଜେପି ବୋଧେ ଏହି ନିର୍ବାଚନକୁ ଆଉ ଗୁରୁତ୍ଵ ଦେଇ ଲଢିବାକୁ ଚାହୁନି ବୋଲି ବିଜେପିର ବହୁ ପୁରୁଣା କର୍ମକର୍ତ୍ତା ଏବେ ପ୍ରଶ୍ନ  ଉଠାଇବା ଆରମ୍ଭ କଲେଣି।

assembly baragada BJD BJP bjpticket election mp subashchouhan
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Latest News

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.