Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏକ୍ରାମ କ୍ଷେତ୍ର ପ୍ରକଳ୍ପ ତଦାରଖ କଲେ ମୁଖ୍ୟମନ୍ତ୍ରୀ, ବିକାଶ କାମକୁ ସେବାୟତଙ୍କ ପ୍ରଶଂସା
ବିଶେଷ ଖବର

ଏକ୍ରାମ କ୍ଷେତ୍ର ପ୍ରକଳ୍ପ ତଦାରଖ କଲେ ମୁଖ୍ୟମନ୍ତ୍ରୀ, ବିକାଶ କାମକୁ ସେବାୟତଙ୍କ ପ୍ରଶଂସା

December 2, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଅପରାହ୍ନରେ ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ଏବଂ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ ।

ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।

ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ।

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିଶନର  ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍‌.ସି କମିଶନର ପ୍ରେମଚାନ୍ଦ ଚୌଧୁରୀଙ୍କ ସହିତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏକାମ୍ର କ୍ଷେତ୍ର ବିକାଶ ଯୋଜନା ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026
Latest News

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.