Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ
ବିଶେଷ ଖବର

ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ

December 4, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛ ଚାଷ ବା Cage Culture ପାଇଁ ବିଭିନ୍ନ ଉଦ୍ୟୋଗୀ ମାନଙ୍କ ସହିତ ଚୁକ୍ତିପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅନ୍‌ଲାଇନ ସେବା ଦ୍ବାରା ମାଛ ଚାଷୀ ଓ ଉଦ୍ୟୋଗୀ ମାନେ ଘରେ ରହି ଅନ୍‌ଲାଇନ ଜରିଆରେ ବିଭିନ୍ନ ସରକାରୀ ଯୋଜନାର ସୁବିଧା ପାଇପାରିବେ। ଡଙ୍ଗାର ପଞ୍ଜୀକରଣ ଓ ଲାଇସେନ୍‌ସ ପ୍ରାପ୍ତି, ଲବଣାତ୍କ ଜଳର ମାଛ ଚାଷର ପଞ୍ଜୀକରଣ, ବିଭିନ୍ନ ଯୋଜନାରେ ରିହାତି ଲାଭ ଆଦି ଅନେକ କାର୍ଯ୍ୟ ସୁବିଧାରେ ହୋଇପାରିବ।

ବୃହତ ଓ ମଧ୍ୟମ ଧରଣର ହ୍ରଦରେ କେଜ୍‌ କଲ୍‌ଚର ଜରିଆରେ ମାଛ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ମାର୍ଚ୍ଚ ମାସରେ ଏକ ନୂତନ ନୀତି ଗ୍ରହଣ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ରାଜ୍ୟର ବାର୍ଷିକ ମତ୍ସ୍ୟ ଉତ୍ପାଦନ ୧.୨୪ ଟନ୍‌ ବଢିପାରିବ ଏବଂ ରାଜ୍ୟରେ ମାଛର ସଂପୂର୍ଣ୍ଣ ଚାହିଦା ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କେଜ୍‌ କଲ୍‌ଚର ଦ୍ବାରା ମତ୍ସ୍ୟ କ୍ଷେତ୍ରରେ ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହନ ମିଳିବା ସହିତ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ହେବ। ଜଳଭଣ୍ଡାର ଲିଜ୍‌ ରୟାଲଟିରୁ ପ୍ରାଥମିକ ମତ୍ସ୍ୟ ସମବାୟ ସମିତି ଗୁଡିକ ଲାଭବାନ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ରାଜ୍ୟର କୃଷି ଉଦ୍ୟୋଗୀ ମାନଙ୍କୁ ରାଜ୍ୟ ସରକାର ବାର୍ଷିକ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେଉଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ ଭାବରେ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର କୃଷିର ଆନୁଷଙ୍ଗିକ କ୍ଷେତ୍ର ଗୁଡିକୁ ରାଜ୍ୟର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀ ମାନଙ୍କ ପାଇଁ ଅଭିବୃଦ୍ଧିର ଇଞ୍ଜିନ ଭାବେ ଗ୍ରହଣ କରିଛନ୍ତି ଏବଂ ଏଥିପାଇଁ ଚଳିତ ବର୍ଷ ଏହି କ୍ଷେତ୍ରକୁ ବଜେଟ ପରିମାଣ ଦୁଇ ଗୁଣ ବୃଦ୍ଧି କରାଯାଇଛି ।

୨୦୧୯-୨୦ରେ ରାଜ୍ୟର ମତ୍ସ୍ୟ ଓ ପଶୁସଂପଦ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୯ ପ୍ରତିଶତ ରହିଥିଲା ଯାହାକି ଅନ୍ୟ ପ୍ରାଥମିକ କ୍ଷେତ୍ର ଗୁଡିକ ଠାରୁ ଯଥେଷ୍ଟ ଅଧିକ। ଏହା ସହିତ କୋଭିଡ ସମୟରେ ଅନୁଷଙ୍ଗିକ କ୍ଷେତ୍ର ଗୁଡିକ ପାଇଁ ରାଜ୍ୟ ସରକାର ୧୭୩ କୋଟି ଟଙ୍କାର କୋଭିଡ ପ୍ୟାକେଜ କାର୍ଯ୍ୟକାରୀ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୪ ହଜାରରୁ ଅଧିକ ଚାଷୀ ଉପକୃତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟର ବୃହତ ଓ ମଧ୍ୟମ ଜଳଭଣ୍ଡାରର ୧ ପ୍ରତିଶତ ଜଳଭାଗରେ ବ୍ୟବସାୟିକ ଭାବରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାର ପ୍ରଥମ ପଦକ୍ଷେପ ସ୍ବରୂପ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ୬୦୦ଟି ସବ୍‌ ଜୋନ୍‌ ମଧ୍ୟରୁ ୧୦୦ଟି ସବ୍‌ ଜୋନରେ ଉଦ୍ୟୋଗୀ ମାନଙ୍କ ଠାରୁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ଆଜି ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ଉଦ୍ୟୋଗୀଙ୍କ ସହିତ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି ।

ବିଭାଗୀୟ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ମତ୍ସ୍ୟ ଓ ପଶୁସଂପଦ ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କର ଦୃଢ ନେତୃତ୍ବରେ ବିଭାଗ ରାଜ୍ୟର କୃଷକ ଓ ଆନୁଷଙ୍ଗିକ କ୍ଷେତ୍ରରେ ବିକାଶ ଉପରେ ଗୁରୁତ୍ବ ଦେବା ସହ ଏ କ୍ଷେତ୍ରରେ ଅଧିକ ଉଦ୍ୟୋଗୀ ସୃଷ୍ଟି ପାଇଁ ପ୍ରୋତ୍ସାହିତ କରାଯାଉଛି।

ଏହି ଅବସରରେ କେଜ୍‌ କଲ୍‌ଚର ମାଛ ଚାଷ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ଏବଂ ଦୁଇ ଜଣ କେଜ୍‌ କଲ୍‌ଚର ଚାଷୀ ମାନଙ୍କ ମତାମତ ନିଆଯାଇଥିଲା। ବିଭାଗୀୟ ସଚିବ ଶ୍ରୀ ଆର୍‌ ରଘୁ ପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପଶୁସଂପଦ ବିଭାଗ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌. କେ ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ନବୀନ ପଟ୍ଟନାୟକ ହୀରାକୂଦ ଜଳଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

ଆପଣ କିପରି ଜାଣିଲେ ଚୀନ୍ ୨୦୦୦ କିମି ଜମି ଦଖଲ କରିଛି?: ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.