Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ
ବିଶେଷ ଖବର

ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ

December 4, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛ ଚାଷ ବା Cage Culture ପାଇଁ ବିଭିନ୍ନ ଉଦ୍ୟୋଗୀ ମାନଙ୍କ ସହିତ ଚୁକ୍ତିପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅନ୍‌ଲାଇନ ସେବା ଦ୍ବାରା ମାଛ ଚାଷୀ ଓ ଉଦ୍ୟୋଗୀ ମାନେ ଘରେ ରହି ଅନ୍‌ଲାଇନ ଜରିଆରେ ବିଭିନ୍ନ ସରକାରୀ ଯୋଜନାର ସୁବିଧା ପାଇପାରିବେ। ଡଙ୍ଗାର ପଞ୍ଜୀକରଣ ଓ ଲାଇସେନ୍‌ସ ପ୍ରାପ୍ତି, ଲବଣାତ୍କ ଜଳର ମାଛ ଚାଷର ପଞ୍ଜୀକରଣ, ବିଭିନ୍ନ ଯୋଜନାରେ ରିହାତି ଲାଭ ଆଦି ଅନେକ କାର୍ଯ୍ୟ ସୁବିଧାରେ ହୋଇପାରିବ।

ବୃହତ ଓ ମଧ୍ୟମ ଧରଣର ହ୍ରଦରେ କେଜ୍‌ କଲ୍‌ଚର ଜରିଆରେ ମାଛ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ମାର୍ଚ୍ଚ ମାସରେ ଏକ ନୂତନ ନୀତି ଗ୍ରହଣ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ରାଜ୍ୟର ବାର୍ଷିକ ମତ୍ସ୍ୟ ଉତ୍ପାଦନ ୧.୨୪ ଟନ୍‌ ବଢିପାରିବ ଏବଂ ରାଜ୍ୟରେ ମାଛର ସଂପୂର୍ଣ୍ଣ ଚାହିଦା ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କେଜ୍‌ କଲ୍‌ଚର ଦ୍ବାରା ମତ୍ସ୍ୟ କ୍ଷେତ୍ରରେ ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହନ ମିଳିବା ସହିତ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ହେବ। ଜଳଭଣ୍ଡାର ଲିଜ୍‌ ରୟାଲଟିରୁ ପ୍ରାଥମିକ ମତ୍ସ୍ୟ ସମବାୟ ସମିତି ଗୁଡିକ ଲାଭବାନ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ରାଜ୍ୟର କୃଷି ଉଦ୍ୟୋଗୀ ମାନଙ୍କୁ ରାଜ୍ୟ ସରକାର ବାର୍ଷିକ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେଉଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ ଭାବରେ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର କୃଷିର ଆନୁଷଙ୍ଗିକ କ୍ଷେତ୍ର ଗୁଡିକୁ ରାଜ୍ୟର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀ ମାନଙ୍କ ପାଇଁ ଅଭିବୃଦ୍ଧିର ଇଞ୍ଜିନ ଭାବେ ଗ୍ରହଣ କରିଛନ୍ତି ଏବଂ ଏଥିପାଇଁ ଚଳିତ ବର୍ଷ ଏହି କ୍ଷେତ୍ରକୁ ବଜେଟ ପରିମାଣ ଦୁଇ ଗୁଣ ବୃଦ୍ଧି କରାଯାଇଛି ।

୨୦୧୯-୨୦ରେ ରାଜ୍ୟର ମତ୍ସ୍ୟ ଓ ପଶୁସଂପଦ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୯ ପ୍ରତିଶତ ରହିଥିଲା ଯାହାକି ଅନ୍ୟ ପ୍ରାଥମିକ କ୍ଷେତ୍ର ଗୁଡିକ ଠାରୁ ଯଥେଷ୍ଟ ଅଧିକ। ଏହା ସହିତ କୋଭିଡ ସମୟରେ ଅନୁଷଙ୍ଗିକ କ୍ଷେତ୍ର ଗୁଡିକ ପାଇଁ ରାଜ୍ୟ ସରକାର ୧୭୩ କୋଟି ଟଙ୍କାର କୋଭିଡ ପ୍ୟାକେଜ କାର୍ଯ୍ୟକାରୀ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୪ ହଜାରରୁ ଅଧିକ ଚାଷୀ ଉପକୃତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟର ବୃହତ ଓ ମଧ୍ୟମ ଜଳଭଣ୍ଡାରର ୧ ପ୍ରତିଶତ ଜଳଭାଗରେ ବ୍ୟବସାୟିକ ଭାବରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାର ପ୍ରଥମ ପଦକ୍ଷେପ ସ୍ବରୂପ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ୬୦୦ଟି ସବ୍‌ ଜୋନ୍‌ ମଧ୍ୟରୁ ୧୦୦ଟି ସବ୍‌ ଜୋନରେ ଉଦ୍ୟୋଗୀ ମାନଙ୍କ ଠାରୁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ଆଜି ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ଉଦ୍ୟୋଗୀଙ୍କ ସହିତ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି ।

ବିଭାଗୀୟ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ମତ୍ସ୍ୟ ଓ ପଶୁସଂପଦ ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କର ଦୃଢ ନେତୃତ୍ବରେ ବିଭାଗ ରାଜ୍ୟର କୃଷକ ଓ ଆନୁଷଙ୍ଗିକ କ୍ଷେତ୍ରରେ ବିକାଶ ଉପରେ ଗୁରୁତ୍ବ ଦେବା ସହ ଏ କ୍ଷେତ୍ରରେ ଅଧିକ ଉଦ୍ୟୋଗୀ ସୃଷ୍ଟି ପାଇଁ ପ୍ରୋତ୍ସାହିତ କରାଯାଉଛି।

ଏହି ଅବସରରେ କେଜ୍‌ କଲ୍‌ଚର ମାଛ ଚାଷ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ଏବଂ ଦୁଇ ଜଣ କେଜ୍‌ କଲ୍‌ଚର ଚାଷୀ ମାନଙ୍କ ମତାମତ ନିଆଯାଇଥିଲା। ବିଭାଗୀୟ ସଚିବ ଶ୍ରୀ ଆର୍‌ ରଘୁ ପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପଶୁସଂପଦ ବିଭାଗ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌. କେ ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ନବୀନ ପଟ୍ଟନାୟକ ହୀରାକୂଦ ଜଳଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Latest News

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.