କରୋନା ଲଢେଇ ପାଇଁ ଭାରତକୁ ପ୍ରଶଂସା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

Published: Jan 3, 2021, 2:13 pm IST

ନୂଆଦିଲ୍ଲୀ: ନୂଆ ବର୍ଷ ଆସୁ ଆସୁ ଭାରତ ପାଇଁ ଖୁସି ଖବର ମିଳିଛି। ନୂଆ ବର୍ଷର ପ୍ରଥମ ଦୁଇ ଦିନରେ ଭାରତ କ୍ରମାଗତ ଦୁଇଟି କରୋନା ଟିକାକୁ ମାନବ ଶରୀରରେ ଜରୁରୀ ବ୍ୟବହାର ପାଇଁ ଅନୁମତି ମିଳିଛି। ପ୍ରଥମ ଦିନରେ କୋଭିସିଲ୍ଡ ଟିକାକୁ ମଞ୍ଜୁରୀ ମିଳିଥିବା ବେଳେ ଦ୍ଵିତୀୟ ଦିନରେ କୋଭାକ୍ସିନକୁ ମଧ୍ୟ ଅନୁମତି ମିଳିଛି। ଏନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆଜି କୋଭିଡ-୧୯ ଟିକାର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଥିବା ଭାରତର ନିଷ୍ପତ୍ତିକୁ ପ୍ରଶଂସା କରିଛି।

ଉଲ୍ଲେଖ ଯୋଗ୍ୟ ଯେ, ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ଭି.ଜି ସୋମାନି ଦୁଇଟି କରୋନାଭାଇରସ୍ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଆନୁଷ୍ଠାନିକ ଭାବେ ଘୋଷଣା କରିଥିଲେ। କୋଭିସିଲ୍ଡ ଟିକା ଆଷ୍ଟ୍ରାଜେନେକା ଏବଂ ଅକ୍ସଫୋର୍ଡ ୟୁନିଭରସିଟି ଦ୍ଵାରା ପୁନେର ସେରମ ଇନଷ୍ଟିଚ୍ୟୁଟରେ ପ୍ରସ୍ତୁତ ହୋଇଛି। ସେହିପରି ସ୍ଵଦେଶୀ ଜ୍ଞାନ କୌଶଳରେ ପ୍ରସ୍ତୁତ କୋଭାକ୍ସିନ ଟିକା ଭାରତ ବାୟୋଟେକ୍ ଦ୍ୱାରା ବିକଶିତ ହୋଇଛି।

Related posts