Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭିଭା ଟେକ୍‌ର ପଞ୍ଚମ ସଂସ୍କରଣରେ ଦୀକ୍ଷାନ୍ତ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଭିଭା ଟେକ୍‌ର ପଞ୍ଚମ ସଂସ୍କରଣରେ ଦୀକ୍ଷାନ୍ତ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ

June 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୬ ତାରିଖ ଅପରାହ୍ନ ପ୍ରାୟ ୪ଟା ସମୟରେ ଭିଭା ଟେକର ପଞ୍ଚମ ସଂସ୍କରଣରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ । ଏହି ସମାରୋହରେ ଅନ୍ୟ ବିଶିଷ୍ଟ ବକ୍ତାମାନଙ୍କ ମଧ୍ୟରେ ଫ୍ରାନ୍ସର ରାଷ୍ଟ୍ରପତି ମିଃ ଏମାନୁଏଲ ମାକ୍ରନ, ସ୍ପେନର ପ୍ରଧାନମନ୍ତ୍ରୀ ମିଃ ପେଡ୍ରୋ ସାଞ୍ଚେଜ୍‌ଙ୍କ ସମେତ ଅନ୍ୟ ୟୁରୋପୀୟ ରାଷ୍ଟ୍ରଗୁଡ଼ିକର ମନ୍ତ୍ରୀ ଏବଂ ସାଂସଦମାନେ ଅଂଶଗ୍ରହଣ କରିବେ ।

ଏହି ସମାରୋହରେ ଆପଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମିଃ ଟିମ୍ କୁକ୍‌, ଫେସବୁକର ଅଧ୍ୟକ୍ଷ ତଥା ମୁଖ୍ୟ କାର‌୍ୟ୍ୟନିର୍ବାହୀ ଅଧିକାରୀ ମିଃ ମାର୍କ ଜୁକରବର୍ଗ, ମାଇକ୍ରୋସଫ୍ଟ ଅଧ୍ୟକ୍ଷ ମିଃ ବ୍ରାଡ ସ୍ମିଥଙ୍କ ସମେତ କର୍ପୋରେଟ ଜଗତର ଅନ୍ୟ ବରିଷ୍ଠ ନେତୃବୃନ୍ଦ ଯୋଗ ଦେବେ ।

୨୦୧୬ ଠାରୁ ପ୍ରତିବର୍ଷ ପ୍ୟାରିସ୍ ଠାରେ ଆୟୋଜିତ ହୋଇ ଆସୁଥିବା ଭିଭା ଟେକ୍ ହେଉଛି ୟୁରୋପର ଅନ୍ୟତମ ସର୍ବବୃହତ ଡିଜିଟାଲ୍ ଓ ଷ୍ଟାର୍ଟଅପ୍ କାର‌୍ୟ୍ୟକ୍ରମ। ଏକ ପ୍ରମୁଖ ବିଜ୍ଞାପନ ଓ ବିପଣନ ଉଦ୍ୟୋଗ- ପିବ୍ଲିସିଜ୍ ଗ୍ରୁପ ଏବଂ ଫ୍ରାନ୍ସର ଏକ ଅଗ୍ରଣୀ ଗଣମାଧ୍ୟମ ସଂସ୍ଥା-ଲେସ୍ ଇକୋସ୍ ପକ୍ଷରୁ ଏହା ମିଳିତ ଭାବେ ଆୟୋଜନ କରାଯାଇଥାଏ ।

ଏଥିରେ ପ୍ରଯୁକ୍ତି ନବୋନ୍ମେଷ ଓ ଷ୍ଟାର୍ଟଅପ୍ ଇକୋସିଷ୍ଟମର ଅଂଶୀଦାରମାନେ ମିଳିତ ଭାବେ ଅଂଶଗ୍ରହଣ କରିଥାନ୍ତି । ଏଥିରେ ପ୍ରଦର୍ଶନୀ, ପୁରସ୍କାର ସମାରୋହ, ପ୍ୟାନେଲ ଆଲୋଚନା ଏବଂ ଷ୍ଟାର୍ଟଅପ୍ ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ଭିଭା ଟେକ୍‌ର ପଞ୍ଚମ ସଂସ୍କରଣ ଜୁନ ୧୬-୧୯, ୨୦୨୧ରେ ଆୟୋଜିତ ହେବାର କାଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.