Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କାଶ୍ମୀର ପ୍ରସଙ୍ଗରେ ତାଲିବାନ ରଖିଲା ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ ଜାବିହୁଲ୍ଲା ମୁଜାହିଦ୍
ଅନ୍ତରାଷ୍ଟ୍ରୀୟ

କାଶ୍ମୀର ପ୍ରସଙ୍ଗରେ ତାଲିବାନ ରଖିଲା ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ ଜାବିହୁଲ୍ଲା ମୁଜାହିଦ୍

August 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଫଗାନିସ୍ତାନ ଦଖଲ କରିବା ପରେ ତାଲିବାନ କଶ୍ମୀର ଉପରେ ପ୍ରଥମ ପ୍ରତିକ୍ରିୟା ଦେଇଛି। ଏହା ସହିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସାମ୍ପ୍ରତିକ ସମ୍ପର୍କ ବିଷୟରେ ମଧ୍ୟ ତାଲିବାନ ଆଲୋଚନା କରିଛି। ଆଫଗାନିସ୍ତାନକୁ କାବୁ କରିବା ପରେ ଲଶ୍କର-ଏ-ତାଇବା ଏବଂ ଜୈଶ-ଇ-ମହମ୍ମଦ ଭଳି ବିଭିନ୍ନ ଆତଙ୍କବାଦୀ ଗୋଷ୍ଠୀର କାର୍ଯ୍ୟକଳାପ ବୃଦ୍ଧି ପାଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ତାଲିବାନର ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ୍ ପାକିସ୍ତାନୀ ନ୍ୟୁଜ ଚ୍ୟାନେଲକୁ ଦେଇଥିବା ଏକ ସାକ୍ଷାତକାରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ତଥା ଅନ୍ୟାନ୍ୟ ପ୍ରସଙ୍ଗରେ କହିଛନ୍ତି ଯେ, ଉଭୟ ଦେଶ ଏକାଠି ବସି ସମସ୍ୟାର ସମାଧାନ କରିବା ଉଚିତ, କାରଣ ଉଭୟ ପଡ଼ୋଶୀ। ଏବଂ ସେମାନଙ୍କର ପରସ୍ପର ସହ ସ୍ୱାର୍ଥ ଜଡିତ ରହିଛି।

ଏଥି ସହ ଜାବିହୁଲ୍ଲା ମୁଜାହିଦ୍ ମଧ୍ୟ ଭାରତ ଏବଂ ପାକିସ୍ଥାନ ମଧ୍ୟରେ କାଶ୍ମୀର ବିବାଦ ଉପରେ କହିଥିଲେ। ଉପତ୍ୟକା ପ୍ରତି ଭାରତ ଏକ ସକରାତ୍ମକ ଆଭିମୁଖ୍ୟ ଗ୍ରହଣ କରିବା ଉଚିତ ବୋଲି ସେ କହିଛନ୍ତି।

ଏଥି ସହ ତାଲିବାନ କାବୁଲ ବିମାନବନ୍ଦର ବାହାରେ ହୋଇଥିବା ଆକ୍ରମଣକୁ ନିନ୍ଦା କରି କହିଛି ଯେ, ଏହା ଆମେରିକାର ବାହିନୀ ଅଧୀନରେ ଥିବା ଏକ ଅଞ୍ଚଳରେ ଘଟିଛି। ଜାବିହୁଲ୍ଲା ମୁଜାହିଦ୍ କହିଛନ୍ତି ଯେ, ତାଙ୍କ ସଂଗଠନ ଏହି ଆକ୍ରମଣକୁ ଦୃଢ ନିନ୍ଦା କରିଛି ଏବଂ ସୁରକ୍ଷା ପ୍ରତି ସମ୍ପୂର୍ଣ୍ଣ ଧ୍ୟାନ ଦେଉଛି। ତାଲିବାନଠାରୁ ଅଲଗା ଏବଂ ଆଫଗାନିସ୍ତାନ ସହିତ ଜଡିତ ଇସଲାମିକ୍ ଷ୍ଟେଟ୍ ସଂଗଠନ ଦ୍ୱାରା ଏହି ଆକ୍ରମଣ ହୋଇଥିବା ଜଣାପଡିଛି।

ଏହି ସମୟରେ ଚୀନ୍‌ର ଜଣେ ଅଧିକାରୀ କହିଛନ୍ତି ଯେ, ଆଫଗାନିସ୍ତାନ ଦଖଲ କରିବା ପରଠାରୁ ତାଲିବାନ ସହ ବେଜିଂ ପ୍ରଥମ କୂଟନୈତିକ ସମ୍ପର୍କ ସ୍ଥାପନ କରିଛି ଏବଂ ବର୍ତ୍ତମାନ ଦୁଇ ପକ୍ଷର “ସୁବିଧାଜନକ ତଥା ପ୍ରଭାବଶାଳୀ ଯୋଗାଯୋଗ” ରହିଛି। ଚୀନ୍ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ୱାଙ୍ଗ ୱେନବିନ କହିଛନ୍ତି ଯେ, ଆମେ ସର୍ବଦା ଆଫଗାନିସ୍ତାନର ସାର୍ବଭୌମତ୍ଵ, ସ୍ବାଧୀନତା ଏବଂ ଆଞ୍ଚଳିକ ଅଖଣ୍ଡତାକୁ ସମ୍ମାନ ଦେଇଥାଉ ଏବଂ ଆଫଗାନିସ୍ତାନର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ନକରିବା ନୀତି ପାଳନ କରିଥାଉ ଏବଂ ସମସ୍ତ ଆଫଗାନିସ୍ତାନ ଲୋକଙ୍କ ପ୍ରତି ଏକ ବନ୍ଧୁତ୍ୱପୂର୍ଣ୍ଣ ନୀତି ରଖିଛୁ।

ସେ କହିଛନ୍ତି, ଆଫଗାନିସ୍ତାନ ସହିତ ବନ୍ଧୁତ୍ୱ ଏବଂ ସହଯୋଗର ଭଲ ପଡୋଶୀ ସମ୍ପର୍କକୁ ବିକଶିତ କରିବା ଏବଂ ଦେଶରେ ଶାନ୍ତି ପ୍ରତିଷ୍ଠା ପାଇଁ ଏକ ଗଠନମୂଳକ ଭୂମିକା ଗ୍ରହଣ କରିବାକୁ ଚୀନ୍ ପ୍ରସ୍ତୁତ ଅଛି।

କାଶ୍ମୀର ପ୍ରସଙ୍ଗ ଜୈଶ-ଇ-ମହମ୍ମଦ ପ୍ରଥମ ପ୍ରତିକ୍ରିୟା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.