Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାଠ୍ୟକ୍ରମ ପ୍ରସ୍ତୁତି ଏବଂ ଶୈଶବାବସ୍ଥା ଶିକ୍ଷା ଉପରେ ଗୁରୁତ୍ୱାରୋପ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନ୍ତରାଷ୍ଟ୍ରୀୟ

ପାଠ୍ୟକ୍ରମ ପ୍ରସ୍ତୁତି ଏବଂ ଶୈଶବାବସ୍ଥା ଶିକ୍ଷା ଉପରେ ଗୁରୁତ୍ୱାରୋପ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲି: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇଣ୍ଡୋନେସିଆ ଗସ୍ତର ଅନ୍ତିମ ଦିନରେ ବାଲି ଠାରେ ଇଣ୍ଡୋନେସିଆର ଶିକ୍ଷା ମନ୍ତ୍ରୀ ଏବଂ ଅଷ୍ଟ୍ରେଲିଆର ଶୈଶବାବସ୍ଥା ଶିକ୍ଷା ଓ ଯୁବ ମନ୍ତ୍ରୀଙ୍କ ସହ ପୃଥକ ଦ୍ୱିପାକ୍ଷିକ ବୈଠକରେ ଯୋଗ ଦେଇ ଉଭୟ ଦେଶର ଶିକ୍ଷା, ଗବେଷଣା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ଭାଗିଦାରୀତାକୁ ଅଧିକ ମଜଭୂତ୍ କରିବା ଦିଗରେ ଆଲୋଚନା କରିଛନ୍ତି। ଉଭୟ ରାଷ୍ଟ୍ର ସହ ବିଶେଷ ଭାବରେ ପାଠ୍ୟକ୍ରମ ପ୍ରସ୍ତୁତି ଏବଂ ଶୈଶବାବସ୍ଥା ଶିକ୍ଷା ଉପରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି।

ଇଣ୍ଡୋନେସିଆର ଶିକ୍ଷା ମନ୍ତ୍ରୀ ନାଦିମ୍ ଅନୁଓ୍ୱର ମକାରିନଙ୍କ ସହ ଶିକ୍ଷା, ଦକ୍ଷତା ବିକାଶ, ଭାଗିଦାରୀତାକୁ ବିକଶିତ କରିବା ସହ ରଣନୈତିକ ସମ୍ପର୍କକୁ ଆହୁରି ଆଗକୁ ନେବା ପାଇଁ ଆଲୋଚନା ହୋଇଛି। ଶିକ୍ଷା, ଦକ୍ଷତା ବିକାଶ, ବିଶେଷ ଭାବରେ ପାଠ୍ୟକ୍ରମ ପ୍ରସ୍ତୁତି, ଛାତ୍ରଛାତ୍ରୀ ବିନିମୟ ଏବଂ ଗବେଷଣା ଭଳି କ୍ଷେତ୍ରରେ ସହଯୋଗକୁ ଅଧିକ ବୃଦ୍ଧି କରିବାକୁ ବୈଠକରେ ଆଲୋଚନା ହୋଇଛି। ଭାରତର ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ର ସହ ସହଯୋଗୀ ହେବା ପାଇଁ ଇଣ୍ଡୋନେସିଆ ଇଚ୍ଛାପ୍ରକାଶ କରିଛି। ଇଣ୍ଡୋନେସିଆର ଶିକ୍ଷା ମନ୍ତ୍ରୀଙ୍କୁ ଭାରତ ଆସିବା ପାଇଁ କେନ୍ଦ୍ରମନ୍ତ୍ରୀ ନିମନ୍ତ୍ରଣ ଦେଇଛନ୍ତି।

ଏହାବ୍ୟତିତ ଅଷ୍ଟ୍ରେଲିଆର ଶିଶୁ ଶିକ୍ଷା ଓ ଯୁବ ମନ୍ତ୍ରୀ ଡା. ଆନି ଏଲିଙ୍କ ସହ ପ୍ରାରମ୍ଭିକ ଶୈଶବ ଏବଂ ସ୍କୁଲ ଶିକ୍ଷା କ୍ଷେତ୍ରରେ ସହଯୋଗକୁ ଅଧିକ ମଜବୁତ୍ କରିବା ଦିଗରେ ଆଲୋଚନା ହୋଇଛି। ଶିଶୁର ବିକାଶରେ ବାଲ୍ୟାବସ୍ଥା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ। ଏ ଦୃଷ୍ଟିରୁ ଶିଶୁଙ୍କ ବାଲ୍ୟବସ୍ଥା ଶିକ୍ଷାକୁ ଉନ୍ନତମାନର କରିବା ପାଇଁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଉଚ୍ଚ ଶିକ୍ଷା, ଗବେଷଣା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ସହ ଅଷ୍ଟ୍ରେଲିଆର ଉତ୍ତମ ବୁଝାମଣା ରହିଛି। ପ୍ରାରମ୍ଭିକ ଶୈଶବାବସ୍ଥା ଓ ସ୍କୁଲ ଶିକ୍ଷାରେ ଉଭୟ ଦେଶ ପରସ୍ପର ସହଯୋଗୀ ହେଲେ ଭାରତ ଅଷ୍ଟ୍ରେଲିଆରେ ଥିବା ଛୋଟ ପିଲାମାନଙ୍କୁ ବିଭିନ୍ନ ପଦ୍ଧତିରେ ଶିକ୍ଷା ପ୍ରଦାନ କରିବାର ଏକ ମୂଳଦୁଆ ପଡ଼ିପାରିବ। ଭାରତ ଅଷ୍ଟ୍ରେଲିଆର ଦୀର୍ଘକାଳୀନ ଦ୍ୱିପାକ୍ଷିକ ସମ୍ପର୍କକୁ ଜ୍ଞାନ ମାଧ୍ୟମରେ ଅଧିକ ମଜଭୂତ କରିବା ଦିଗରେ ଆଲୋଚନା ହୋଇଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ବାଲି ଠାରେ ୟୁନେସ୍କୋର ଏଡ଼ିଜି ଷ୍ଟେଫିନିଆ ଗ୍ୟାନିନୀଙ୍କ ସହ ଶିକ୍ଷା ୨୦୩୦ ଏଜେଣ୍ଡା ଉପରେ ଆଲୋଚନା କରିଥିଲେ। ଭାଷା ଆଧାରିତ ଶିକ୍ଷାକୁ ପ୍ରୋତ୍ସାହନ ଦେବା ସହ ଆଗାମୀ ଦିନରେ ଭାରତ ଅଧ୍ୟକ୍ଷତାରେ ଅୟୋଜିତ ହେବାକୁ ଥିବା ଜି-୨୦ ସମ୍ମିଳନୀକୁ ସମର୍ଥନ କରିବା ଉପରେ ବିଚାମବିମର୍ଷ ହୋଇଥିଲା।

ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅଗଷ୍ଟ ୩୦ରୁ ୪ ଦିନିଆ ଇଣ୍ଡୋନେସିଆ ଗସ୍ତ ସାରି ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି।

ଇଣ୍ଡୋନେସିଆ ଗସ୍ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଟି-୨୦ରେ ଭାରତ ବଡ଼ ପରାଜୟ: ଇଂଲଣ୍ଡ ଆଗରେ ଆତ୍ମସମର୍ପଣ କଲେ ଷ୍ଟାର ଖେଳାଳି

May 31, 2026

ଗୁଜରାଟର ଭୁଜରେ ସୀମା ସଂପର୍କିତ ସମସ୍ୟା ନେଇ ସମୀକ୍ଷା ବୈଠକ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ

May 31, 2026

ଭାରତ ପାଇଁ ଗୌରବ ଆଣିଲେ ୧୯ ବର୍ଷୀୟା ପୂଜା ସିଂହ : ଭାଙ୍ଗିଲେ ୧୪ ବର୍ଷର ପୁରୁଣା ରେକର୍ଡ

May 31, 2026

ବନତାରା ପୁଣି ମିଳିଲା ନ୍ୟାୟ, ନୂତନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

May 30, 2026
Latest News

ଦ୍ୱିତୀୟ ଟି-୨୦ରେ ଭାରତ ବଡ଼ ପରାଜୟ: ଇଂଲଣ୍ଡ ଆଗରେ ଆତ୍ମସମର୍ପଣ କଲେ ଷ୍ଟାର ଖେଳାଳି

May 31, 2026

ହାଡ଼ ଏବଂ ମେରୁଦଣ୍ଡକୁ ମଧ୍ୟ କ୍ଷତି ପହଞ୍ଚାଏ ତମାଖୁ, ଅଣଦେଖା କରନ୍ତୁ ନାହିଁ

May 31, 2026

ଗୁଜରାଟର ଭୁଜରେ ସୀମା ସଂପର୍କିତ ସମସ୍ୟା ନେଇ ସମୀକ୍ଷା ବୈଠକ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ

May 31, 2026

ଭାରତ ପାଇଁ ଗୌରବ ଆଣିଲେ ୧୯ ବର୍ଷୀୟା ପୂଜା ସିଂହ : ଭାଙ୍ଗିଲେ ୧୪ ବର୍ଷର ପୁରୁଣା ରେକର୍ଡ

May 31, 2026

ଆଜି ମେ ୩୧ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ସ୍ଵାସ୍ଥ୍ୟ ସମସ୍ୟା

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.