Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଦୁବାଇର ଟେକ୍ ଇଭେଂଟ୍‌ରେ ସୋଆର ଷ୍ଟାର୍ଟ -ଅପ୍ ପୁରସ୍କୃତ
ଅନ୍ତରାଷ୍ଟ୍ରୀୟ

ଦୁବାଇର ଟେକ୍ ଇଭେଂଟ୍‌ରେ ସୋଆର ଷ୍ଟାର୍ଟ -ଅପ୍ ପୁରସ୍କୃତ

October 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରାୟୋଜିତ ଟେକ୍ ଷ୍ଟାର୍ଟ -ଅପ୍ “ୱିୱେର୍‌” ଦୁବାଇରେ ସୁପର୍‌ନୋଭା ଚ୍ୟାଲେଞ୍ଜ ଟାଇଟଲ୍ ହାସଲ କରିଛି। ଦୁବାଇ ଠାରେ ବିଶ୍ୱର ସବୁଠାରୁ ବଡ ଟେକ୍ ଓ ଷ୍ଟାର୍ଟ – ଅପ୍ ଇଭେଂଟ “ଗିଟେକ୍ସ୍ ଗ୍ଲୋବାଲ୍ ୨୦୨୨” ରେ ଯୁବ ଉଦ୍ୟୋଗୀ କ୍ୟାଟେଗୋରୀ ରେ ଏହି ପୁରସ୍କାର ହାସଲ କରିଛନ୍ତି ସୋଆର ଷ୍ଟାର୍ଟ – ଅପ୍ “ୱିୱେର୍‌”।

ଚଳିତ ଅକ୍ଟୋବର ୧୦ ରୁ ୧୪ ତାରିଖ ପର୍ଯ୍ୟନ୍ତ ଏହିକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଆମେ ସାରା ବିଶ୍ୱକୁ ଆମ କାର୍ଯ୍ୟର ପାରଦର୍ଶିତା ଦେଖାଇବା ସହ ନୂତନ ବ୍ୟବସାୟିକ ସହଯୋଗ , ନେଟ୍‌ୱାର୍କିଂ, ସହଭାଗିତା ବଢାଇବା ନିମନ୍ତେ ବେଶ୍ ଇଚ୍ଛୁକ ବୋଲି କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ “ୱିୱେର୍‌” ଟିମ୍ ର ଜଣେ ସଦସ୍ୟ କହିଥିଲେ।

ଓଡିଶାରେ ଅବସ୍ଥାପିତ ୨୦ଟି ଷ୍ଟାଟ ର୍- ଅପ୍ କୁ ନେଇ ଦୁବାଇରେ ପ୍ରତିନିଧିତ୍ୱ କରିଥିବା ଷ୍ଟାର୍ଟ ଅପ୍ ଓଡିଶାର ଏଗ୍‌ଜିକ୍ୟୁଟିଭ୍ ଚେୟାର୍‌ମ୍ୟାନ୍ ଡକ୍ଟର ଓମ୍‌କାର ରାଏ “ୱିୱେର୍‌”ଟିମ୍‌କୁ ଏହି ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

କାରଖାନା ମାର୍କେଟ୍ ସ୍ପେସ୍ ପ୍ରାୟୋଜିିତ ସୋଆ ଫାବ୍‌ଲାବ୍‌ର ଏହି ଉଦ୍ୟୋଗୀ ଟିମ୍ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିିଇଆର୍‌)ର ଛାତ୍ରଛାତ୍ରୀ ଅଟନ୍ତି।

ପୁରସ୍କୃତ ହେବା ପରେ ଏହି ଟିମ୍ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକ, ଆଇଟିିଇଆର୍ ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ , ପ୍ରଫେସର ରେଣୁ ଶର୍ମା, ପ୍ରଫେସର ଅନୁରାଗ ଶତପଥୀ ଓ ଡକ୍ଟର ତାପସ ମହାପାତ୍ର ଙ୍କୁ ସେମାନଙ୍କ ର ସମସ୍ତ ସହଯୋଗ ଓ ଦକ୍ଷତା ପ୍ରତିପାଦିତ କରିବା ନିମନ୍ତେ ସେମାନଙ୍କୁ ପ୍ଲ୍‌ାଟ୍‌ଫର୍ମ ଯୋଗାଇଦେଇଥିବାରୁ ଧନ୍ୟବାଦ ଜଣାଇଛନ୍ତି।

ଏହି ଟିମ୍ ର ସଦସ୍ୟମାନେ ହେଲେ ପୁରୁ ଅନିକେତ୍‌,ଭିନିତ୍ ଜାନା, ଭୌମିକା ସିଂ, ମୁଦାସିର ଅନ୍‌ସାରୀ, ମୋହିତ କୁମାର ସରାଫ, ଅତୁଲ୍ ସାହୁ, ସୋହନ କୁମାର ରାଉତ, ଅରଚନ କୁମାର ବୋଷ,ଦେବାଙ୍ଗନ ଚକ୍ରବର୍ତୀ, ବିଶ୍ୱନାଥ ପାତ୍ର, ପ୍ରଥମ୍ ରାଜ, ଏ.ଅରିଜିତ୍ ଓ ୟଶ୍ କୁମାର।

ଦୁବାଇ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.