Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜି20 ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ଦ୍ୱିତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ
ଅନ୍ତରାଷ୍ଟ୍ରୀୟ

ଜି20 ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ଦ୍ୱିତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ

October 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ  ଗୁରୁବାର ଇଣ୍ଡୋନେସିଆର ବାଲି ଠାରେ ଅନୁଷ୍ଠିତ ଦ୍ୱିତୀୟ ଜି20 ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ସ୍ୱାସ୍ଥ୍ୟ କ୍ଷେତ୍ରକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସୁଛନ୍ତି । ସେ କହିଛନ୍ତି ଯେ, ଆମେ ବିଶ୍ୱ ସ୍ୱାସ୍ଥ୍ୟର ସୁରକ୍ଷା ଏବଂ ଭବିଷ୍ୟତ ପିଢ଼ି ପାଇଁ ରହିବା ଅନୁକୂଳ ଏକ ଉନ୍ନତ ଏବଂ ସୁସ୍ଥ ପୃଥିବୀ ନିର୍ମାଣ ଲାଗି ସଂକଳ୍ପବଦ୍ଧ। ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ପ୍ରାଥମିକ କାର୍ଯ୍ୟଗୁଡ଼ିକର ଅଗ୍ରଗତି ଏବଂ ଆଗକୁ ସମ୍ପାଦନ କରାଯିବାକୁ ଥିବା କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ଲାଗି ଏହି ବୈଠକର ଆୟୋଜନ କରାଯାଇଛି।

ଏହି ଅବସରରେ ଡକ୍ଟର ମନସୁଖ ମାଣ୍ଡଭିୟ  କହିଛନ୍ତି ଯେ, ଭବିଷ୍ୟତ ପାଇଁ ପ୍ରସ୍ତୁତ ଏକ ସହନଶୀଳ ବିଶ୍ୱ ସ୍ୱାସ୍ଥ୍ୟସେବା ଇକୋସିଷ୍ଟମ ନିର୍ମାଣ ଦିଗରେ ଯୋଗଦାନ ପାଇଁ ଭାରତ ସଂକଳ୍ପବଦ୍ଧ ରହିଛି। ବିଶ୍ୱ ସ୍ୱାସ୍ଥ୍ୟସେବା ସହନଶୀଳତା ଉପରେ ସେ ବିସ୍ତୃତ ଭାବେ ଆଲୋଚନା କରିବା ସହିତ କହିଥିଲେ ଯେ ଏକ ଆର୍ଥିକ ମଧ୍ୟସ୍ଥତା ପାଣ୍ଠି ଗଠନ ପାଇଁ ପୂର୍ବରୁ ଆଲୋଚନା ହୋଇସାରିଛି। ବିଶ୍ୱ ସ୍ୱାସ୍ଥ୍ୟସେବା ଢାଞ୍ଚାରେ ରହିଥିବା ବର୍ତ୍ତମାନର ତ୍ରୁଟିପୂର୍ଣ୍ଣ ଦିଗକୁ ଗ୍ରହଣ କରିବା ଏବଂ ଜରୁରିକାଳୀନ ସ୍ୱାସ୍ଥ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ସମାବେଶୀ, ସକ୍ରିୟ ତଥା ଉତ୍ତରଦାୟୀ ବ୍ୟବସ୍ଥା ନିର୍ମାଣ କରିବା ବର୍ତ୍ତମାନ ସମୟର ଆବଶ୍ୟକତା ବୋଲି ଡକ୍ଟର ମାଣ୍ଡଭିୟ  କହିଥିଲେ।

ସାରା ବିଶ୍ୱରେ ଜନସାଧାରଣ ଏବଂ ସାମଗ୍ରୀର ବାଧାମୁକ୍ତ ପରିବହନ ସୁନିଶ୍ଚିତ କରିବା ଲାଗି ପ୍ରସ୍ତାବିତ ଗ୍ଲୋବାଲ ଫେଡରେଟେଡ୍‌ ପବ୍ଲିକ୍‌ ଟ୍ରଷ୍ଟ ଡିରେକ୍ଟୋରୀରେ ଯୋଗଦାନ କରିବା ପାଇଁ ସେ ସମସ୍ତ ଜି20 ସଦସ୍ୟମାନଙ୍କୁ ଡକ୍ଟର ମାଣ୍ଡଭିୟ ଆହ୍ୱାନ କରିଥିଲେ।

ଇଣ୍ଡୋନେସିଆ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜି20 ବାଲି
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.