ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କର ପରଲୋକ

Published: Nov 17, 2022, 9:24 am IST

ଭୁବନେଶ୍ବର: ଗତକାଲି ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କର ପରଲୋକ ଘଟିଛି। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା।

ନିକଟରେ ଅବସର ବେଉରିଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶା ଗସ୍ତରେ ଆସିଥିବା ବେଳେ ଜୟଦେବ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଯୋଗ ଦେଇଥିଲା। ସେ ରାଷ୍ଟ୍ରଦୂତ ଥିବା ବେଳେ ବେଶ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଅବସରେ ପରେ ସେ ଭୁବନେଶ୍ବରରେ ରହି ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ନିଜକୁ ନିୟୋଜିତ ରଖିଥିଲେ।

Related posts