Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କଳା ପଟି ବାନ୍ଧି ପଡିଆକୁ ଓହ୍ଲାଇଲା ଟିମ୍ ଇଣ୍ଡିଆ, ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ କଲେ ନୀରବ ପ୍ରାର୍ଥନା
ଅନ୍ତରାଷ୍ଟ୍ରୀୟ

କଳା ପଟି ବାନ୍ଧି ପଡିଆକୁ ଓହ୍ଲାଇଲା ଟିମ୍ ଇଣ୍ଡିଆ, ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ କଲେ ନୀରବ ପ୍ରାର୍ଥନା

June 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ (ଡବ୍ଲୁଟିସି) ର ଦ୍ୱିତୀୟ ସଂସ୍କରଣର ଫାଇନାଲ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍ ଆରମ୍ଭ ହେବା ପୂର୍ବରୁ ଓଡିଶା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ବେଳେ ଉଭୟ ଦଳର ଖେଳାଳିମାନେ ୧ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ। ଏହା ବ୍ୟତୀତ ଉଭୟ ଦଳର ଖେଳାଳିମାନେ ନିଜ ବାହୁରେ କଳା ପଟି ବାନ୍ଧି ମ୍ୟାଚ୍ ଖେଳିବାକୁ ପଡ଼ିଆକୁ ଆସିଥିଲେ।

ଏହି ମ୍ୟାଚରେ ଟସ୍ ଜିତିବା ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଲଣ୍ଡନର କେନିଙ୍ଗଟନ୍ ଓଭାଲ୍ ଗ୍ରାଉଣ୍ଡରେ ଉଭୟ ଦଳ ମଧ୍ୟରେ ଏହି ମ୍ୟାଚ୍ ଖେଳାଯାଉଛି। ଟସ୍ ପରେ ଯେତେବେଳେ ଉଭୟ ଦଳ ଜାତୀୟ ସଂଗୀତ ପାଇଁ ପଡ଼ିଆକୁ ଆସିଥିଲେ, ତା’ପୂର୍ବରୁ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।

ଉଲ୍ଲେଖ ଯୋଗ୍ୟ ଯେ, ଓଡିଶା ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ସହିତ ପ୍ରାୟ ୧୦୦୦ ଲୋକ ଆହତ ହୋଇଛନ୍ତି। ଭାରତରେ ଏପର୍ଯ୍ୟନ୍ତ ଏହା ସବୁଠାରୁ ବଡ ଟ୍ରେନ୍ ଦୁର୍ଘଟଣା।

ଅଷ୍ଟ୍ରେଲିଆ କଳା ପଟି ଟିମ୍ ଇଣ୍ଡିଆ ଟ୍ରେନ୍ ଦୁର୍ଘଟଣା ନୀରବ ପ୍ରାର୍ଥନା ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026
Latest News

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026

ପୁଣି ବଢିଲା ସିଏନଜି ମୂଲ୍ୟ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.