Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଏସୀୟ କ୍ରୀଡ଼ାରେ ରୌପ୍ୟ ଜିତିଥିବା କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ଦେଲେ ମୁଖ୍ୟମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଏସୀୟ କ୍ରୀଡ଼ାରେ ରୌପ୍ୟ ଜିତିଥିବା କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ଦେଲେ ମୁଖ୍ୟମନ୍ତ୍ରୀ

October 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
KishoreJena

ଭୁବନେଶ୍ୱର: ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ।

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବର୍ଦ୍ଧନା ଉତ୍ସବରେ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଥିଲେ।

ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି।

ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି। ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି। ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଡାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ୱୀକୃତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ।

କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି I

Asian Games AsianGames NaveenPatnaik ଏସୀୟ କ୍ରୀଡା କିଶୋର କୁମାର ଜେନା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Latest News

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ରାଜଧାନୀରେ ଅସମ୍ଭାଳ ତାତି

April 23, 2026

ଜନଗଣନା ପାଇଁ SOP

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.