Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ରେ ଅନୁବାଦ ସାହିତ୍ୟ ଉପରେ ଆଲୋଚନା
ଅନ୍ତରାଷ୍ଟ୍ରୀୟ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ରେ ଅନୁବାଦ ସାହିତ୍ୟ ଉପରେ ଆଲୋଚନା

February 5, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
OdiaSamillani
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ରେ ଅନୁବାଦ ସାହିତ୍ୟ ଉପରେ ଆଲୋଚନା

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟକୁ ବିଶ୍ୱ ଦୃଷ୍ଟିରେ ଆଣିବା ପାଇଁ ଅନୁବାଦର ଆବଶ୍ୟକତା ରହିଛି। ଓଡ଼ିଆ ସାହିତ୍ୟର ବ୍ୟାପ୍ତି ଓ ସମୃଦ୍ଧିରେ ଅନୁବାଦର ଗୁରୁତ୍ୱକୁ ସବୁମହଲରେ ହୃଦୟଙ୍ଗମ କଲେ ଆମ ଭାଷା ଓ ସାହିତ୍ୟର ବ୍ୟାପକ ଅଭିବୃଦ୍ଧି ହେବା ସହିିତ ଓଡ଼ଆ ଭାଷା ଓ ସାହିତ୍ୟ ବିଶ୍ୱପ୍ରସାରିତ ହୋଇପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି।

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆୟୋଜିତ ଅନୁବାଦ ସଂପର୍କିତ ଆଲୋଚନା ସଭାରେ ଅତିଥି ବକ୍ତାମାନେ ଉପରୋକ୍ତ ମର୍ମରେ ଅନୁବାଦର ଗୁରୁତ୍ୱ ନେଇ ମତ ରଖିଛନ୍ତି।

ପ୍ରସିଦ୍ଧ ଅନୁବାଦକ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଇଂରାଜୀ ପ୍ରଫେସର ଯତୀନ୍ଦ୍ର କୁମାର ନାୟକ କହିଲେ ଯେ ସଂସ୍କୃତି ଓ ସଭ୍ୟତାର ସମୃଦ୍ଧି ନିମନ୍ତେ ଅନୁବାଦର ଆବଶ୍ୟକ ହୋଇଥାଏ। ସଭ୍ୟତାର ବିକାଶ ପର୍ଯ୍ୟଟନ, ଗମନାଗମନ ଦ୍ୱାରା ହୋଇଥାଏ । ସାହିତ୍ୟ, ଭାଷା, ସଂସ୍କୃତି ଯଦି ଗମନାଗମନ ନକରନ୍ତି ତେବେ ଆମ ସାହିତ୍ୟ ବିଲୋପ ହୋଇଯିବ।

ଓଡ଼ିଆ ଭାଗବତର ଇଂରାଜୀ ଓ ଅନ୍ୟ ଭାଷାରେ ଅନୂଦିତ ସଂସ୍କରଣ ପ୍ରକାଶ ପାଇବା ଆମ ପାଇଁ ନିଶ୍ଚିତ ଗର୍ବର ବିଷୟ । ସାହିତ୍ୟକୃତିର ଭ୍ରମଣରେ ସାହିତ୍ୟ ସମୃଦ୍ଧ ହୁଏ । ପାଶ୍ଚାତ୍ୟ ଆଙ୍ଗିକଗୁଡ଼ିକ ଓଡ଼ିଆ ସାହିତ୍ୟରେ ମିଶି ଏହାକୁ ଆହୁରି ଅଧିକ ସମୃଦ୍ଧ କରିଛନ୍ତି । ଫକୀର ମୋହନଙ୍କ ରଚିତ ବହୁ ସାହିତ୍ୟକୃତି ଓ ମାୟାଧର ମାନସିଂହଙ୍କ ଉଦ୍ଧୃତ ଅନୁବାଦ ଖୁବ୍‌ ପାଠକୀୟ ଆଦୃତି ଲାଭ କରିଛି।

ଖ୍ୟାତନାମା ସାହିତି୍ୟକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଅନୁବାଦକ ପ୍ରଫେସର ଅଜୟ କୁମାର ପଟ୍ଟନାୟକ କହିଲେ ଯେ ଜଗତିକରଣ ପରେ ପୃଥିବୀରେ ଅନୁବାଦର ଗୁରୁତ୍ୱ ବଢ଼ିଯାଇଛି । ଓଡ଼ିଆ ସାହିତ୍ୟର ହିନ୍ଦୀ ଅନୁବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଏହି କ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା ଓ ସମାଧାନ ବିଷୟରେ ଅଧିକ ଧ୍ୟାନଦେଲେ ଓଡ଼ିଆ ସାହିତ୍ୟର ଅଧିକ ପରିମାଣରେ ଅନୁବାଦ ହୋଇପାରିବ।

ଅନୁବାଦକ ଶ୍ରୀ ସୋମେଶ ମହାପାତ୍ର କହିଲେ ଯେ ଜାଣିବା ଓ ଜଣାଇବା, ଶୁଣିବା ଓ ଶୁଣାଇବାର ଜିଜ୍ଞାସାରୁ ହିଁ ଅନୁବାଦର ସୃଷ୍ଟି । ଅନୁବାଦ ହେଉଛି ଉଭୟ ପଟକୁ ଖୋଲି ପାରୁଥିବା ଏକ ଝରକା । ବିଶ୍ୱର ଚାରୋଟି ଭାଷା-ଜର୍ମାନୀ, ସ୍ପେନିସ୍‌, ଜାପାନୀ ଓ ଫ୍ରେଞ୍ଚରେ ୧୦୦ରୁ ଅଧିକ ଓଡ଼ିଆ କ୍ଷୁଦ୍ର ଗଳ୍ପ ଅନୁବାଦ ହୋଇଛି।

ତରୁଣ ଲେଖକ, ଅନୁବାଦକ ତଥା ପ୍ରକାଶକ ଡ. ଶୁଭ୍ରାଂଶୁ ପଣ୍ଡା ଓଡ଼ିଆ ଭାଷାର ବିଶ୍ୱଯାତ୍ରା ନେଇ ପ୍ରକାଶକୀୟ ଦୃଷ୍ଟିଭଙ୍ଗୀ ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ଅନୁବାଦକ ବୃତ୍ତି ଭାବରେ ଗ୍ରହଣ କରି ନୂଆପିଢ଼ି ଓଡ଼ିଆ ସାହିତ୍ୟର ଉନ୍ନତି କରିପାରିବ ଏବଂ ସେମାନେ ମଧ୍ୟ ଭାଷା-ସାହିତ୍ୟର ବିକାଶରେ ଅଂଶୀଦାର ହୋଇପାରିବେ।

ବ୍ୟାସକବି ଫକୀର ମୋହନ ସେନାପତିଙ୍କ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ବିଶିଷ୍ଟ ଅନୁବାଦକ ପ୍ରଫେସର ବିକ୍ରମ କେଶରୀ ଦାସ କହିଲେ ଯେ ଓଡ଼ିଆ ସାହିତ୍ୟକୁ ବିଶ୍ୱ ଦୃଷ୍ଟିରେ ଆଣିବା ପାଇଁ ଅନୁବାଦର ଆବଶ୍ୟକତା ରହିଛି। ଭାଷାର ମିଶ୍ରଣ ସ୍ୱାଭାବିକ । ଆଜିର ଯୁବପିଢ଼ି ଭାଷାର ଅର୍ଥକୁ ବୁଝି ତା’ର ସଠିକ୍‌ ମର୍ମରେ ଅନୁବାଦ କରିବା ଉଚିତ। ଅନୁବାଦ ଦ୍ୱାରା ଭାଷା ଓ ଭାବର ପରିବର୍ତ୍ତନ ହୁଏ । କିନ୍ତୁ ତାହାର ମୌଳିକତା ଅକ୍ଷୁଣ୍ଣ ରହିବା ନିହାତି ଆବଶ୍ୟକ।

ଅନୁବାଦ ବହୁପ୍ରକାରର ହୋଇଥାଏ। ଯେପରିକି ଗ୍ରନ୍ଥ, ଲୋକକଳା, ସାହିତ୍ୟ ଓ ସଂସ୍କୃତିର ଅନୁବାଦକୁ ସାଂସ୍କୃତିକ ଅନୁବାଦ କୁହାଯାଏ ଏବଂ ଛାତ୍ରଛାତ୍ରୀଙ୍କ ବୌଦ୍ଧିକ ବିକାଶ ନିମନ୍ତେ ହେଉଥିବା ଅନୁବାଦକୁ ବୌଦ୍ଧିକ ଅନୁବାଦ କୁହାଯାଏ। ନୂଆ ଚିନ୍ତାଧାରାର ବିକାଶ ପାଇଁ ସାହିତ୍ୟର ଗୋଟିଏ ଭାଷାରୁ ଅନ୍ୟ ଭାଷାକୁ ଅନୁବାଦ ହେବା ଦରକାର ବୋଲି ପ୍ରଫେସର ଦାସ କହିଥିଲେ।

ରେଭେନ୍ସା ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ତଥା ତରୁଣ ସାହିତି୍ୟକ ଡ. ଜ୍ଞାନୀ ଦେବାଶିଷ ମିଶ୍ରଙ୍କ ଅର୍ଥପୂର୍ଣ୍ଣ ସଂଯୋଜନାରେ କାର୍ଯ୍ୟକ୍ରମ ଅତ୍ୟନ୍ତ ପ୍ରଭାବୀ ହୋଇଥିଲା। ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ପ୍ରଥମ ବର୍ଷ ଛାତ୍ର ଦେବେନ୍ଦ୍ର ଆଚାର୍ଯ୍ୟ ନିଜ ବକ୍ତବ୍ୟ ରଖିଥିବାବେଳେ ଶେଷରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ନିର୍ଦ୍ଦେର୍ଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

Biswa Odia Bhasha Sammilani ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026
Latest News

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.