Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଦୁବାଇରେ ହେବ ଓଡିଶା ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ଶିଳ୍ପୀମାନଙ୍କ ଦ୍ବାରା ଚାଲିଛି ପ୍ରସ୍ତୁତି 
ଅନ୍ତରାଷ୍ଟ୍ରୀୟ

ଦୁବାଇରେ ହେବ ଓଡିଶା ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ଶିଳ୍ପୀମାନଙ୍କ ଦ୍ବାରା ଚାଲିଛି ପ୍ରସ୍ତୁତି 

March 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
tribal
ଦୁବାଇରେ ହେବ ଓଡିଶା ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ଶିଳ୍ପୀମାନଙ୍କ ଦ୍ବାରା ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର: ବିଦେଶ ମାଟିରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଓଡ଼ିଶାର ୧୫ ଜଣ ଜନଜାତି ଶିଳ୍ପୀ ଦୁବାଇଠାରେ ଆଦିବାସୀ ଜୀବନୀ ଓ ଚାଲିଚଳଣି ଚିତ୍ର ଅଙ୍କନରେ ନିମଗ୍ନ ଅଛନ୍ତି।

୧୪ ତାରିଖ ଦିନ ଦୁବାଇଠାରେ ଭାରତର କନ୍‌ସୁଲ୍‌ ଜେନେରାଲ ସତିଶ କୁମାର ଶିବମ୍‌, ଏକାଡେମୀର ସଭାପତି ତଥା ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ମଧୂସୁଦନ ଦାସ ଅତିଥି ଭାବେ ଯୋଗଦେଇ ପ୍ରଦର୍ଶନୀ ଉଦ୍‌ଘାଟନ କରିବେ।

ପ୍ରଥମ ଥର ପାଇଁ ବିଦେଶ ମାଟିରେ, ଦୁବାଇଠାରେ ଓଡ଼ିଶାର ଜନଜାତି ଚିତ୍ରକଳା ଅଙ୍କନ କରୁଥିବାରୁ ଶିଳ୍ପୀମାନଙ୍କୁ ସମସ୍ତେ ପ୍ରଶଂସା କରୁଛନ୍ତି। ବିନୋଦିନୀ ସିଂହ, ସୁଜନ୍ମତି ଏକା, ଇନ୍ଦିରା ଗମାଙ୍ଗ, ସୁକୁମତି ଥିଉ, ସୌଭାଗ୍ୟ ମଞ୍ଜରୀ ମଲ୍ଲିକ, ସୁଭଦ୍ରା କରୱା, ଡଲି ଜାନୀ, ସୂର୍ଯ୍ୟଲତା ନାୟକ, ଭାରତୀ ଟୁଡୁ, ଜୁନେଶ ଗମାଙ୍ଗ, ରାଜେନ୍ଦ୍ର ସିଂ ଲାଗୁରି, ସନ୍ତୋଷ ସିଂ ଖୁଣ୍ଟିଆ, ଯୋଗୀ ଶବର, ସାମସନ୍‌ ଗମାଙ୍ଗ ଏବଂ ଅନିଲ କେରକେଟା ପ୍ରମୁଖ ଶିଳ୍ପୀମାନେ ଯୋଗ ଦେଇଛନ୍ତି।

ହ୍ୟାଟ ପ୍ଲେସ ଦୁବାଇ ଅଲ ରିଗା ଠାରେ ୩ ଦିନ ଧରି ଓଡ଼ିଶାର ସୁପ୍ରସିଦ୍ଧ ସୌରା ଚିତ୍ର, ସାନ୍ତାଳ, କନ୍ଧ, ପରଜା, ହୋ ଓ କୋହ୍ଲ ଆଦି ସମ୍ପ୍ରଦାୟର ଚିତ୍ର ଅଙ୍କନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଭାଗ ଦ୍ୱାରା ବିଦେଶରେ ଚିତ୍ରକଳା ଶିବିରରେ ଯୋଗଦେଇ ଚିତ୍ର କରିବା ସହିତ ନିଜ ନିଜ ଚିତ୍ରର ପ୍ରଦର୍ଶନୀ କରିବାର ସୁଯୋଗ ପାଉଥିବାରୁ ଚିତ୍ରଶିଳ୍ପୀମାନେ ଅତ୍ୟନ୍ତ ଖୁସି ପ୍ରକଟ କରିଛନ୍ତି। ଏକାଡ଼େମୀର ସଚିବ ପଞ୍ଚାନନ ସାମଲ ଶିବିରକୁ ପରିଚାଳନା କରିଛନ୍ତି।

ଆଦିବାସୀ ଚିତ୍ରକଳା ଜନଜାତି ଚିତ୍ରକଳା ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଟ୍‌-ପିଜି ୨୦୨୬ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା

August 2, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026
Latest News

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.