Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବଙ୍କୁ ସାକ୍ଷାତ କଲେ ଜାପାନ ପ୍ରତିନିଧି ଦଳ
ଅନ୍ତରାଷ୍ଟ୍ରୀୟ

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବଙ୍କୁ ସାକ୍ଷାତ କଲେ ଜାପାନ ପ୍ରତିନିଧି ଦଳ

August 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ସଚିବଙ୍କୁ ସାକ୍ଷାତ କଲେ ଜାପାନ ପ୍ରତିନିଧି ଦଳ

ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ସହ ସାକ୍ଷାତ କଲେ ଜାପାନୀ ପ୍ରତିନିଧି ଦଳ । ଓଡ଼ିଶାରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଧନ୍ଦାମୂଳକ ତାଲିମ୍‌ ଶିକ୍ଷାନୁଷ୍ଠାନ କିମ୍ବା ବିଶ୍ୱବିଦ୍ୟାଳୟ ଗଠନ ନେଇ ଆଲୋଚନା କରିଛନ୍ତି ଜାପାନର ସୁକୁବା ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ରୁୟିଚି ଆଓକି (Ryuichi Aoki) । ସ୍ୱତନ୍ତ୍ର ବିଶ୍ୱବିଦ୍ୟାଳୟରେ ଉପଯୁକ୍ତ ଶିକ୍ଷା ଓ ତାଲିମ୍‌ ପ୍ରଦାନ କରି ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ପାଇଁ ଚାକିରି ସୁଯୋଗ ସୃଷ୍ଟି କରିବା ହେଉଛି ମୁଖ୍ୟ ଉଦ୍ଦେଶ୍ୟ ବୋଲି ରୁୟିଚି ଆଓକି ମତ ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ, ଜାପାନର ସୁକୁବା ବିଶ୍ୱବିଦ୍ୟାଳୟ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରୁଛି । ବିଶ୍ୱବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହେବା ପରେ ପ୍ରାୟ ୪୦ ପ୍ରତିଶତ ଛାତ୍ରଛାତ୍ରୀ ସୂଚନା ଓ ପ୍ରଯୁକ୍ତିବିଦ୍ୟା, ବୈଷୟିକ ଶିକ୍ଷା, ମେଡ଼ିକାଲ ଭଳି ଅନେକ କ୍ଷେତ୍ରରେ ଚାକିରି କରୁଛନ୍ତି । ଜାପାନରେ ପ୍ରାୟ ୬୭ ଟି ଦୃଷ୍ଟିବାଧିତ ବିଦ୍ୟାଳୟ ରହିଛି, ଯେଉଁଠାରେ ଛାତ୍ରଛାତ୍ରୀମାନଙ୍କୁ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ମଧ୍ୟ କରାଯାଉଛି ।

୫ ଜଣିଆ ପ୍ରତିନିଧି ଦଳ ମଧ୍ୟରେ ନିହୋଣ ଉତ୍କଳ ଏଣ୍ଟରପ୍ରାଇଜେସ୍‌ ସର୍ଭିସେସ୍‌ର ଶ୍ରୀ ଦେବେନ୍ଦ୍ର ମୋହାନ୍ତ (Debendra Mohanta), ନିଟକଲ (NITKAL) ର ବରିଷ୍ଠ ପରାମର୍ଶଦାତା କେଇ ୟାମାଗୁଚି (Kei Yamaguchi), ଆକ୍ୟୁପଂଚର (Acupuncture) ଓ ମୋକ୍ସିବୁସନ୍‌ (Moxibustion) ବିଭାଗର ମୁଖ୍ୟ ତୋମୋହିରୋ ମାଏଦା (Tomohiro Maeda) ଓ ନାଓସି ତେରାସାକି (Naoshi Terasaki) ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ପ୍ରମୁଖ ଶାସନ ସଚିବ, ଅତିରିକ୍ତ ଶାସନ ସଚିବ ଶ୍ରୀ ସନ୍ତୋଷ କୁମାର ପ୍ରଧାନଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀ ଯୋଗ ଦେଇଥିବାବେଳେ ନିର୍ଦ୍ଦେଶକ ନିୟତି ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଷ୍ଣୁପଦ ସେଠୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.