Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସିଙ୍ଗାପୁର ରାଷ୍ଟ୍ରପତିଙ୍କ କଳାଭୂମି ପରିଦର୍ଶନ,ଓଡ଼ିଶାର ଖାଦ୍ୟ, କଳା ଓ ହସ୍ତଶିଳ୍ପର କଲେ ପ୍ରଶଂସା
ଅନ୍ତରାଷ୍ଟ୍ରୀୟ

ସିଙ୍ଗାପୁର ରାଷ୍ଟ୍ରପତିଙ୍କ କଳାଭୂମି ପରିଦର୍ଶନ,ଓଡ଼ିଶାର ଖାଦ୍ୟ, କଳା ଓ ହସ୍ତଶିଳ୍ପର କଲେ ପ୍ରଶଂସା

January 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିଙ୍ଗାପୁର ରାଷ୍ଟ୍ରପତିଙ୍କ କଳାଭୂମି ପରିଦର୍ଶନ,ଓଡ଼ିଶାର ଖାଦ୍ୟ, କଳା ଓ ହସ୍ତଶିଳ୍ପର କଲେ ପ୍ରଶଂସା

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଶ୍ରୀ ଥରମନ୍ ସନମୁଗରତ୍ନମ୍ ଆଜି ଭୁବନେଶ୍ୱର ସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା କରିଛନ୍ତି। ସନ୍ଧ୍ୟା ୭.୩୦ ରୁ ୧୧.୩୦ ପର୍ଯ୍ୟନ୍ତ ରାଷ୍ଟ୍ରପତି ସନମୁଗରତ୍ନମ୍ ସେଠାରେ ସମୟ ଅତିବାହିତ କରିଥିଲେ।

ଏହି ଅବସରରେ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ବମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।

କଳା ଭୂମିର ବିଭିନ୍ନ ଗ୍ୟାଲେରୀ ପରିଦର୍ଶନ କରି ରାଷ୍ଟ୍ରପତି ସନମୁଗରତ୍ନମ୍ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଦେଖିଥିଲେ। ଜଗନ୍ନାଥ ଗ୍ୟାଲେରୀ ରେ ସେ ବେଶ୍ କିଛି ସମୟ ବିତାଇ ଓଡ଼ିଶାର ଆଧ୍ୟାତ୍ମିକ ଚେତନା ଓ ପରମ୍ପରାର ମଧ୍ୟ ପ୍ରଶଂସା କରିଥିଲେ।

ଏହି ଅବସରରେ ରାଷ୍ଟ୍ରପତିଙ୍କ ପତ୍ନୀ ଏକ ଶାଢୀ ମଧ୍ୟ କିଣିଥିଲେ। ଏହାର ମୂଲ୍ୟ ସେ UPI ଜରିଆରେ ପ୍ରଦାନ କରିଥିଲେ। ସୂଚନା ଯୋଗ୍ୟ ଯେ ଏକ ସହଜ ଓ ସରଳ ଦେୟ ପ୍ରଦାନ ବ୍ୟବସ୍ଥା ଭାବେ, ଭାରତର ଏହି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ସାରା ପୃଥିବୀରେ ପ୍ରସିଦ୍ଧି ଅର୍ଜନ କରିଛି।

ଏହି ଅବସରରେ ରାଷ୍ଟ୍ରପତି ସେଠାରେ ରାତ୍ରୀ ଭୋଜନ କରିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଏଥିରେ ରାଷ୍ଟ୍ରପତିଙ୍କୁ ପାରମ୍ପରିକ ଓଡ଼ିଆ ଖାଦ୍ୟ ପରସା ଯାଇଥିଲା। ରାଷ୍ଟ୍ରପତି ସନମୁଗରତ୍ନମ୍ ଓଡ଼ିଶାର ଖାଦ୍ୟ ଅତ୍ୟନ୍ତ ସ୍ଵାଦିଷ୍ଟ ବୋଲି ମନ୍ତବ୍ୟ ଦେଇଥିଲେ।

ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କ ଉଦ୍ଦେଶ୍ୟରେ ଓଡ଼ିଶୀ ନୃତ୍ୟ ସହିତ ଓଡ଼ିଶା ଓ ସିଙ୍ଗାପୁରର ଏକ ଫୁଜନ୍ ନୃତ୍ୟ ପରିବେଷଣ କରାଯାଇଥିଲା। ରାଷ୍ଟ୍ରପତି ସନମୁଗରତ୍ନମ୍ ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ମଧ୍ୟ ଭୂୟସୀ ପ୍ରଶଂସା କରିଥିଲେ।

କଳାଭୂମି ସିଙ୍ଗାପୁର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ବାରାମତୀ ଉପ-ନିର୍ବାଚନ ପାଇଁ କଂଗ୍ରେସକୁ ଅନୁରୋଧ କଲା ବିଜେପି: କହିଲା ନଚେତ….

April 6, 2026

ରକ୍ତଚାପ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 6, 2026

୨୦୨୬ ଆଇପିଏଲ ସମୟରେ ଅମ୍ପାୟାରଙ୍କୁ ହତ୍ୟା: ରନ ଆଉଟ ବିବାଦକୁ ନେଇ ଛୁରୀରେ ଆକ୍ରମଣ

April 6, 2026

ସମ୍ବଲପୁର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଭାବେ ସୁଷମା ମୁଣ୍ଡା ମନୋନୀତ

April 6, 2026
Latest News

ବାରାମତୀ ଉପ-ନିର୍ବାଚନ ପାଇଁ କଂଗ୍ରେସକୁ ଅନୁରୋଧ କଲା ବିଜେପି: କହିଲା ନଚେତ….

April 6, 2026

ରକ୍ତଚାପ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 6, 2026

୨୦୨୬ ଆଇପିଏଲ ସମୟରେ ଅମ୍ପାୟାରଙ୍କୁ ହତ୍ୟା: ରନ ଆଉଟ ବିବାଦକୁ ନେଇ ଛୁରୀରେ ଆକ୍ରମଣ

April 6, 2026

ସମ୍ବଲପୁର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଭାବେ ସୁଷମା ମୁଣ୍ଡା ମନୋନୀତ

April 6, 2026

ପୂର୍ବତନ ବିଧାୟକଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ, ଜାଣନ୍ତୁ କଣ ଥିଲା ଘଟଣା

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.