Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କିଟ୍ ବିଶ୍ୱବିଦ୍ୟାଳୟ ଘଟଣା; ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଣ କଥା ହେଲେ ମୁଖ୍ୟମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

କିଟ୍ ବିଶ୍ୱବିଦ୍ୟାଳୟ ଘଟଣା; ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଣ କଥା ହେଲେ ମୁଖ୍ୟମନ୍ତ୍ରୀ

February 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
cmmohan

ଭୁବନେଶ୍ବର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା । ପୁରା ସମ୍ମାନର ସହ ସେମାନେ ଏଠାରେ ପଢିବେ । ରାଜ୍ୟ ସରକାର ଘଟଣା ସମ୍ପର୍କରେ ତୀକ୍ଷ୍ଣ ନଜର ରଖି ପଦକ୍ଷେପ ନେଉଛନ୍ତି ଏବଂ ଏହା ସହିତ ଛାତ୍ରଛାତ୍ରୀ ମାନଙ୍କ ଭରସା ଓ ଆତ୍ମ ବିଶ୍ୱାସ ଫେରାଇ ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ଏହା ପରେ ନେପାଳ ଦୂତାବାସର ଅଧିକାରୀ ଶ୍ରୀ ନବୀନ ରାଜ୍ ଅଧିକାରୀ ଏବଂ ସଞ୍ଜୀବ ଶର୍ମା ଦାସ ମଧ୍ୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି ।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଅଧିକାରୀ ଦ୍ୱୟଙ୍କୁ କହିଥିଲେ ଏହି ଘଟଣାରେ 10 ଜଣଙ୍କୁ ଗିରଫ କରାଯାଇଛି। ଏହି ଘଟଣା ସହ ସମ୍ପୃକ୍ତ ସମସ୍ତଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କିଟ୍ ପରିସରରେ ଶିକ୍ଷାର ବାତାବରଣ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ନେପାଳର ଅଧିକାରୀ ଦ୍ୱୟ କହିଥିଲେ ଯେ, ଏହି ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶୀଘ୍ର ପଦକ୍ଷେପ ନିଆଯାଇଛି । ଏହା ଦ୍ୱାରା ନେପାଳରୁ ଆସି ପଢୁଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ମାନେ ଆଶ୍ୱସ୍ତ ଅନୁଭବ କରିଛନ୍ତି ।

ଏଥିପାଇଁ ନେପାଳ ସରକାରଙ୍କ ପକ୍ଷରୁ ଓଡିଶା ସରକାରଙ୍କୁ ବିଶେଷକରି ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଦେଇଥିଲେ । ସେମାନେ କହିଥିଲେ ଯେ, ନେପାଳ ଓ ଓଡିଶା ମଧ୍ୟରେ ଅତି ପୁରାତନ ସମ୍ପର୍କ ରହିଆସିଛି ଏବଂ ଏହି ସୁସମ୍ପର୍କ କେବେ ବ୍ୟାହତ ହେବ ନାହିଁ ବୋଲି ସେମାନେ ଆଶା ପ୍ରକାଶ କରିଥିଲେ।

ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ ।

CMMohan କିଟ୍ ବିଶ୍ୱବିଦ୍ୟାଳୟ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.