
ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମରେ ପୁଣି ଏକ ଅନ୍ତର୍ଜାତୀୟ ମ୍ୟାଚ ଖେଳା ଯିବ। ଏ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେବାରେ ଲାଗିଛି। ସୂଚନା ଅନୁସାରେ ଡିସେମ୍ବର ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯାଇପାରେ। ଡିସେମ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ଟିକିଆ ଟି-୨୦ ମ୍ୟାଚ ଖେଳାଯିବ ବୋଲି ଜଣାପଡିଛି। ପ୍ରଥମ ମ୍ୟାଚ ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ।
ନଭେମ୍ବର ମାସରେ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ ଭାରତ ଗସ୍ତରେ ଆସି ୨ଟି ଟେଷ୍ଟ, ୩ଟି ଦିନିକିଆ ମ୍ୟାଚ ଓ ୫ଟି ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ ଖେଳିବ। ଆଜି କୋଲକାତାରେ ବସିଥିବା ବିସିସିଆଇର ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ତେବେ ଏ ନେଇ ଓସିଏ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।