Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ
ଅନ୍ତରାଷ୍ଟ୍ରୀୟ

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
US Secretary of State Marco Rubio to visit India.

ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଆସନ୍ତା ଅକ୍ଟୋବର ୧୭ ରୁ ୨୨ ପର୍ଯ୍ୟନ୍ତ ଭାରତ ଏବଂ ଉଜବେକିସ୍ତାନ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ମୁମ୍ବାଇ ଏବଂ ଜାମନଗର ଗସ୍ତ କରିବେ। ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ରଣନୈତିକ ସମ୍ପର୍କକୁ ଆହୁରି ମଜବୁତ କରିବା ଏବଂ ଶକ୍ତି ସହଯୋଗକୁ ବୃଦ୍ଧି କରିବା ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜଣାପଡ଼ିଛି। ଆମେରିକା ବୈଦେଶିକ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରୁବିଓ ଭାରତ ଆସିବା ପୂର୍ବରୁ ଉଜବେକିସ୍ତାନର ସମରକନ୍ଦ ଗସ୍ତ କରିବେ। ଚଳିତ ବର୍ଷରେ ଏହା ତାଙ୍କର ଦ୍ୱିତୀୟ ସରକାରୀ ଭାରତ ଗସ୍ତ ହେବ। ଭାରତରେ ରହଣି ସମୟରେ ସେ ବରିଷ୍ଠ ସରକାରୀ ଅଧିକାରୀମାନଙ୍କୁ ଭେଟି ଦ୍ୱିପାକ୍ଷିକ ସହଯୋଗ, ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପରିସ୍ଥିତି ତଥା ଶକ୍ତି କ୍ଷେତ୍ରରେ ସହଯୋଗ ବୃଦ୍ଧି ନେଇ ଆଲୋଚନା କରିବେ। ଏହାସହ ବ୍ୟବସାୟୀ ନେତାମାନଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ପୁଞ୍ଜିନିବେଶ ଓ ଅର୍ଥନୈତିକ ସହଯୋଗର ସୁଯୋଗ ସମ୍ପର୍କରେ ବିଚାରବିମର୍ଶ କରିବାର କାର୍ଯ୍ୟକ୍ରମ ରହିଛି। ଉଜବେକିସ୍ତାନ ଗସ୍ତ ସମୟରେ ସେ ‘C5+1’ ମନ୍ତ୍ରୀସ୍ତରୀୟ ବୈଠକରେ ଯୋଗଦେବେ ଏବଂ ଆମେରିକା ସହ କେନ୍ଦ୍ରୀୟ ଏସିଆର ପାଞ୍ଚଟି ଦେଶର ରଣନୈତିକ ସହଯୋଗ ଉପରେ ଆଲୋକପାତ କରିବେ। ଏହି ଗସ୍ତରେ ଆମେରିକାରୁ ୨୦୦ରୁ ଅଧିକ ବ୍ୟବସାୟୀଙ୍କ ଏକ ପ୍ରତିନିଧି ଦଳ ମଧ୍ୟ ସାମିଲ ରହିଛନ୍ତି।

ଆମେରିକା ବୈଦେଶିକ ସଚିବ ଭାରତ ଗସ୍ତ ମାର୍କୋ ରୁବିଓ
Share. Facebook Twitter LinkedIn Email WhatsApp Copy Link

Related Posts

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.