Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ମହାମାରୀ : ଗତ 24 ଘଣ୍ଟାରେ ଆମେରିକାରେ 100ରୁ ଉର୍ଦ୍ଧ୍ବ ମୃତ୍ୟୁ, ବିଶ୍ବରେ 14000 ପାର୍‌ କଲା ମୃତକଙ୍କ ସଂଖ୍ୟା
ଅନ୍ତରାଷ୍ଟ୍ରୀୟ

କରୋନା ମହାମାରୀ : ଗତ 24 ଘଣ୍ଟାରେ ଆମେରିକାରେ 100ରୁ ଉର୍ଦ୍ଧ୍ବ ମୃତ୍ୟୁ, ବିଶ୍ବରେ 14000 ପାର୍‌ କଲା ମୃତକଙ୍କ ସଂଖ୍ୟା

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ମହାମାରୀ ସାରା ବିଶ୍ବରେ ପ୍ରକୋପ ଜାରି ରଖିଛି । ଦୁନିଆରା 192ଟି ଦେଶରେ ଏହି କରୋନା ବ୍ୟାପି ସାରିଛି । ବିଗତ ପାଞ୍ଚ ଦିନ କରେ କରୋନା ମୃତ୍ୟୁ ହାର 9ରୁ 13 ପ୍ରତିଶତକୁ ବୃଦ୍ଧି ପାଇଛି । ଗତ 24 ଘଣ୍ଟା ମଧ୍ୟରେ ଆମେରିକାରେ 100ରୁ ଅଧିକ ଲୋକ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ଆମେରିକାରେ ସର୍ବମୋଟ 452 ଜଣ ଏହି ରୋଗରେ ମୃତ୍ୟୁବରଣ କରିଛନ୍ତି । ଏପରିକି ସିନେଟର୍‌ ରେଣ୍ଡ ପର୍ଲ ମଧ୍ୟ କରୋନା ଦ୍ବାରା ସଂକ୍ରମିତ ହୋଇଛନ୍ତି ।

କରୋନା ଯୋଗୁଁ ସାରା ବିଶ୍ବରେ 339,026 ଲୋକ ଆକ୍ରାନ୍ତ ହୋଇଥିବାବେଳେ ଏଥିରେ ମୃତ୍ୟୁବରଣ କରିଛନ୍ତି 14,698 । ସେହିପରି ଏହି ରୋଗରୁ ସୁସ୍ଥ ହୋଇଛନ୍ତି 99,014 ଜଣ । ଚାଇନାରୁ ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି ରୋଗଟି ଏବେ ଇଟାଲୀରେ ତାଣ୍ଡବ କରୁଛି । ଇଟାଲୀରେ ସର୍ବାଧିକ ମୃତ୍ୟୁ 5,476ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏଥିରେ ଆକ୍ରାନ୍ତ ହୋଇଛନ୍ତି 59, 138 ଜଣ । ଇଟାଲୀ ପରେ ସ୍ପେନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବେଶ୍‌ ଦ୍ରୁତଗତିରେ ବୃଦ୍ଧି ପାଉଛି । ସ୍ପେନ୍‌ରେ ଏହି ରୋଗ ଯୋଗୁଁ 1772ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା 28,768 ରହିଛି । ପୂରା ୟୁରୋପ ଏବେ ଲକ୍‌ ଡାଉନ୍‌ ଅବସ୍ଥାରେ ରହିଛି। ସେହିପରି ପାକିସ୍ତାନରେ 799 ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 6ରେ ପହଞ୍ଚିଛି ।

ସମୀକ୍ଷା ତରଫରୁ ପ୍ରସ୍ତୁତ କରୋନା ଅପଡେଟ୍‌ :

Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ଟିଏମସିର ନିର୍ବାଚନୀ ଚିହ୍ନ ଫ୍ରିଜ୍

September 17, 2026

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଜ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026
Latest News

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସେପ୍ଟେମ୍ବର ୧୮ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ଟିଏମସିର ନିର୍ବାଚନୀ ଚିହ୍ନ ଫ୍ରିଜ୍

September 17, 2026

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.