Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଅଣାୟତ୍ତ : ସାରା ବିଶ୍ବରେ ସ୍ଥିତି ଜଟିଳ
ଅନ୍ତରାଷ୍ଟ୍ରୀୟ

କରୋନା ଅଣାୟତ୍ତ : ସାରା ବିଶ୍ବରେ ସ୍ଥିତି ଜଟିଳ

April 1, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚୀନର ବୁହାନରୁ ସୃଷ୍ଟି ହୋଇଥିବା ମହାମାରୀ କରୋନା ଭାଇରସ ଏବେ ସାରା ବିଶ୍ୱକୁ କବଳିତ କରିଛି। ଭାରତ ସମେତ ବିଶ୍ୱର 200ଟି ରାଷ୍ଟ୍ର କରୋନା ପଞ୍ଝାରେ ପଡ଼ିଛନ୍ତି। ଆମେରିକା  ରୁଷ ଭଳି ଶକ୍ତିଶାଳୀ ରାଷ୍ଟ୍ର  ସହିତ ନରୱେ ଓ ରୋମାନିଆ  ସମସ୍ତେ ଏବେ କୋରନା ପଞ୍ଝାରେ ଅଣନିଃଶ୍ବାସୀ ହୋଇପଡିଛନ୍ତି । ଚୀନଠାରେ ପ୍ରଥମେ କରୋନା ସୃଷ୍ଟି ହୋଇଥିଲେ ହେଁ ବର୍ତ୍ତମାନ ସେଠାରେ ସ୍ଥିତିରେ ସୁଧାର ଆସିଥିବାବେଳେ ବିଶ୍ବର ଅନ୍ୟ ରାଷ୍ଟ୍ରଗୁଡିକରେ ଏହା ବେଶ୍‌ ଦ୍ରୁତ ବ୍ୟାପରେ ବ୍ୟାପିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା କରୋନାରେ 8,58, 669 ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା 42,151ରେ ପହଞ୍ଚି ଯାଇଛି। ସେହିପରି 1,78, 099 ଜଣ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। 32 ହଜାରରୁ ଉର୍ଦ୍ଧ୍ବ ଲୋକଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି।

ଆମେରିକାରେ ଏବେ ବିଶ୍ୱର ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା 1,88,530 ଥିବା ବେଳେ ମୃତ୍ୟୁସଂଖ୍ୟା ସାଢେ ତିନି ହଜାର ପାର କରିଯାଇଛି।  ଏଠାକାର ସ୍ଥିତି ନିୟନ୍ତ୍ରଣ ବାହାରେ ରହିଥିବାରୁ ଲକ୍‌ ଡାଉନ୍ ସୀମାକୁ ବୃଦ୍ଧି କରାଯାଇଛି ।  ଆମେରିକା ପ୍ରଶାସନ ଏପ୍ରିଲ 30 ଯାଏ ସମଗ୍ର ଦେଶରେ ଲକଡାଉନ ଘୋଷଣା କରିବାକୁ ଚିନ୍ତା କରୁଛନ୍ତି। ଏଠାରେ 3,889 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ 7,251 ଜଣ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଇଟାଲୀରେ ସର୍ବାଧିକ ରୋଗୀଙ୍କ ମୃତ୍ୟୁ ହୋଇଛି । ଏଠାରେ ମୃତ୍ୟୁ ସଂଖ୍ୟା 12 ହଜାର ଡେଇଁ ସାରିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି।

ଆମେରିକା ଓ ଇଟାଲୀ ପରେ ସ୍ପେନ୍‌ରେ ମଧ୍ୟ ଏହାର କାୟା ଜାରି ରହିଛି । ସ୍ପେନ୍‌ରେ 95 ହଜାରରୁ ଉର୍ଦ୍ଧ୍ବ ଲୋକେ ଆକ୍ରାନ୍ତ ହୋଇଥିବାବେଳେ ଆଠ ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଛନ୍ତି ।

ଫ୍ରାନ୍ସରେ 50 ହଜାରରୁ ଅଧିକ ଲୋକେ ଆକ୍ରାନ୍ତ ହୋଇଥିବାବେଳେ ତିନିହଜାରରୁ ଉର୍ଦ୍ଧ୍ବ ଏଥିରେ ମୃତ୍ୟୁବରଣ କରିଛନ୍ତି । ଜର୍ମାନୀରେ ସତୁରୀ ହଜାରରୁ ଉର୍ଦ୍ଧ୍ବ ଏହି ରୋଗରେ ଆକ୍ରାନ୍ତ ହୋଇଥିବାବେଳେ 700ରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଛନ୍ତି ।

ସମୀକ୍ଷା ତରଫରୁ ଅପଡେଟ୍‌ :

 

coronavirus
Share. Facebook Twitter LinkedIn Email WhatsApp Copy Link

Related Posts

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025

NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ସିପି ରାଧାକୃଷ୍ଣନ୍, ଘୋଷଣା କଲେ ବିଜେପି ସଭାପତି

August 17, 2025
Latest News

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.