Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିଶ୍ବରେ କରୋନା ସଂକ୍ରମିତଙ୍କ ସଂଖ୍ୟା 38 ଲକ୍ଷ ପାର୍‌ କରିଥିବାବେଳେ ମୃତ୍ୟୁ ସଂଖ୍ୟା ଅଢେଇ ଲକ୍ଷ ଟପିଲା
ଅନ୍ତରାଷ୍ଟ୍ରୀୟ

ବିଶ୍ବରେ କରୋନା ସଂକ୍ରମିତଙ୍କ ସଂଖ୍ୟା 38 ଲକ୍ଷ ପାର୍‌ କରିଥିବାବେଳେ ମୃତ୍ୟୁ ସଂଖ୍ୟା ଅଢେଇ ଲକ୍ଷ ଟପିଲା

May 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚୀନ୍‌ର ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ 212ଟି ଦେଶରେ ବ୍ୟାପିସାରିଛି। ଗତ 24 ଘଣ୍ଟା ମଧ୍ୟରେ ସାରା ବିଶ୍ବରେ 94,261ଟି ନୂଆ ମାମଲା ସାମ୍ନାକୁ ଆସିଛି। ଆମେରିକା, ଫ୍ରାନ୍ସ, ସ୍ପେନ, ଜର୍ମାନୀ, ଇଟାଲୀ ଓ ବ୍ରିଟେନ ଭଳି ଶକ୍ତିଶାଳୀ ଦେଶ କରୋନା ଭାଇରସ ଆଗରେ ପରାସ୍ତ ହୋଇଛନ୍ତି। ଏହି ମାରାତ୍ମକ ଭାଇରସ ଯୋଗୁଁ ଗୁରୁବାର ସକାଳ ସୁଦ୍ଧା  କରୋନା ଭାଇରସ 2 ଲକ୍ଷ 65 ହଜାର 84 ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି 38 ଲକ୍ଷ 21 ହଜାର 668ଜଣ ଲୋକ ସଂକ୍ରମିତ ଅଛନ୍ତି। 12 ଲକ୍ଷ 99 ହଜାର 361 ଜଣ ସୁସ୍ଥ ହୋଇଥିବା ବେଳେ 22 ଲକ୍ଷ 57 ହଜାର 265 ଜଣ ସକ୍ରିୟ ଅଛନ୍ତି।

ଆମେରିକାରେ 12 ଲକ୍ଷ 63 ହଜାର 183 ଜଣ ସଂକ୍ରମିତ ଥିବା ବେଳେ 74 ହଜାର 807 ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ସ୍ପେନରେ 2 ଲକ୍ଷ 53 ହଜାର 682ଜଣ ସଂକ୍ରମିତ ହୋଇଥିବାବେଳେ 25 ହଜାର 857ଜଣଙ୍କ ମୃତ୍ୟୁ ହୋଇଛି। ଇଟାଲୀରେ 29 ହଜାର 684 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସଂକ୍ରମିତ ହୋଇଛନ୍ତି 2 ଲକ୍ଷ 14 ହଜାର 457ଜଣ। ବ୍ରିଟେନ୍‌ରେ 2 ଲକ୍ଷ 1 ହଜାର ଶହେ ଏକ ଜଣ ସଂକ୍ରମିତ ହୋଇଥିବାବେଳେ 30 ହଜାରରୁ ଉର୍ଦ୍ଧ୍ବରଙ୍କ ମୃତ୍ୟୁ ହୋଇଛି। ଫ୍ରାନ୍ସରେ ଏକ ଲକ୍ଷ 74 ହଜାର 191 ଜଣ ସଂକ୍ରମିତ ହୋଇଥିବାବେଳେ 25 ହଜାର 809ଜଣଙ୍କର ମୃତ୍ୟୁ ହୋଇଛି। ଜର୍ମାନୀରେ 7275ଜଣଙ୍କ ମୃତ୍ୟୁ ହୋଇଥିବାବେଳ 1 ଲକ୍ଷ 68 ହଜାର 162ଜଣ ସଂକ୍ରମିତ ହୋଇଛନ୍ତି। ଋଷିଆରେ 1537ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସଂକ୍ରମିତ ହୋଇଛନ୍ତି 1 ଲକ୍ଷ 65 ହଜାର 929ଜଣ। ତୁର୍କୀରେ 3584ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 1 ଲକ୍ଷ 31 ହଜାର 744 ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବ୍ରାଜିଲ୍‌ ଓ ଇରାନ୍‌ରେ ଏକ ଲକ୍ଷରୁ ଉର୍ଦ୍ଧ୍ବ ସଂକ୍ରମିତ ହୋଇଥିବାବେଳେ ବ୍ରାଜିଲ୍‌ରେ 8 ହାଜର 588 ଜଣଙ୍କର ମୃତ୍ୟୁ ହୋଇଛି ସେହିପରି ଇରାନ୍‌ରେ 6418ଜଣଙ୍କ ମୃତ୍ୟୁ ହୋଇଛି।

coronaupdate france spain usa
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.