Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପୁଣି ଫେରିଲା ଲକ୍‌ଡାଉନ୍‌ ଓ କର୍ଫ୍ୟୁ : କରୋନାକୁ ଦୃଷ୍ଟିରେ ରଖି ପୁଣି ଏହି ଦେଶରେ ଲାଗିଲା କର୍ଫ୍ୟୁ
ଅନ୍ତରାଷ୍ଟ୍ରୀୟ

ପୁଣି ଫେରିଲା ଲକ୍‌ଡାଉନ୍‌ ଓ କର୍ଫ୍ୟୁ : କରୋନାକୁ ଦୃଷ୍ଟିରେ ରଖି ପୁଣି ଏହି ଦେଶରେ ଲାଗିଲା କର୍ଫ୍ୟୁ

October 15, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଶ୍ୱରେ କରୋନା ପ୍ରକୋପ ଜାରି ରହିଛି। ଭାରତରେ ଅନଲକ୍‌ ପ୍ରକ୍ରିୟା ଚାଲୁ ରହିଛି । ଅନେକ ଦେଶର କରୋନା ପ୍ରକୋପ କମିଥିବା ବେଳେ ଅନେକ ଦେଶରେ ଏବେ ବି କୋଭିଡ଼ ସଂକ୍ରମଣ ବଢିଚାଲିଛି। ତେବେ ଏହା ମଧ୍ୟରେ ୟୁରୋପରେ ଚିନ୍ତାର ଖବର ସାମ୍ନାକୁ ଆସିଛି । ୟୁରୋପର ଅନେକ ଦେଶରେ କରୋନା ସଂକ୍ରମଣର ଦ୍ବିତୀୟ ଲହରୀ ଆରମ୍ଭ ହୋଇଛି । ଯାହା ପ୍ରଥମ ଲହରଠାରୁ ଅଧିକ ବିପଜ୍ଜନକ ରହିଛି ।  ଯାହାକୁ ନେଇ ଦେଶମାନେ ପଦକ୍ଷେପ ନେବା ଆରମ୍ଭ କରିଲେଣି । ଖବର ଅନୁଯାୟୀ, ଶୁକ୍ରବାର ମଧ୍ୟରାତ୍ରିରୁ ପ୍ୟାରିସ୍‌ ଓ ଫ୍ରାନ୍ସର 8ଟି ସହରରେ କଫ୍ୟୁ କଟକଣା କାର୍ଯ୍ୟକାରୀ କରାଯାଇଛି । ରାତି 9ଟାରୁ ସକାଳ 6ଟା ପର୍ଯ୍ୟନ୍ତ କଫ୍ୟୁ କଟକଣା ରହିବ । ଏହାକୁ ଚାରି ସପ୍ତାହ ପାଇଁ କାର୍ଯ୍ୟକାରୀ କରାଯିବ ରାଷ୍ଟ୍ରପତି ଘୋଷଣା କରିଛନ୍ତି । ଯେପରି କରୋନା ସଂକ୍ରମଣ ଅଧିକ ନବ୍ୟାପେ , ସେଥିପାଇଁ ଏପରି କଟକଣା ନିଆଯାଇଛି ବୋଲି ସୂଚନା ଦିଆଯାଇଛି । ଯଦି ଏହି କଟକଣାକୁ କେହି ଭାଙ୍ଗୁଥିବାର ଦେଖିବାକୁ ମିଳେ, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ଫାଇନ୍‌ ଆଦାୟ ହେବ ବୋଲି ଘୋଷଣା କରାଯାଇଛି ।

ଚୀନ୍‌ରୁ ଆରମ୍ଭ ହୋଇଥିବା ଏହି ବିଶ୍ବ ମହାମାରୀ ପ୍ରଥମେ ୟୁରୋପରେ ପ୍ରକୋପ ଦେଖାଇଥିଲା । ଏହାପରେ ଏହା ଆମେରିକରେ ମଧ୍ୟ ପ୍ରକୋପ ଦେଖାଇବାସହିତ ପୂରା ଏସିଆରେ ବ୍ୟାପିଥିଲା । ୟୁରୋପର କିଛି ଦେଶ ଯେପରିକି ଫ୍ରାନ୍ସ, ବ୍ରିଟେନ୍‌, ଇଟଲୀ, ଜର୍ମାନୀ ଆଦି ଦେଶରେ କରୋନା ସ୍ଥିତି ବେଶ୍‌ ଚିନ୍ତାଜନକ ରହିଥିଲା । ଏହି ଦେଶରେ କରୋନା ପ୍ରତିବନ୍ଧକ ହଟାଯିବା ସହିତ ସ୍ବାଭାବିକ ଜୀବନ ପ୍ରକ୍ରିୟା ଆରମ୍ଭ ହୋଇଥିଲା । କିନ୍ତୁ ଦଶ ଦିନ ଭିତରେ ଏହି ଚିତ୍ର ପୂରା ବଦଳି ଯାଇଛି ।ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ମୁତାବକ ଗତ ଏକ ସପ୍ତାହ ଧରି କରୋନା ଯୋଗୁଁ ଏପର୍ଯ୍ୟନ୍ତ 16 ପ୍ରତିଶତ ମୃତ୍ୟୁ ହୋଇଛି । ଯାହା ଅତ୍ୟନ୍ତ ଭୟାନକ । ଫ୍ରାନ୍ସ, ଜର୍ମାନୀ ଆଦି ଦେଶରୁ ଅଧିକସଂଖ୍ୟକ କରୋନା ମାମଲା ସାମ୍ନାକୁ ଆସିଛି । ଦିନକୁ 20 ହଜାରରୁଅଧିକ ନୂତନ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛନ୍ତି ସରକାର । ଯାହାକି କରୋନାର ୨ୟ ଲହରୀ ବୋଲି କୁହାଯାଉଛି ।

ଗୋଟିଏ ପଟରେ ୟୁରୋପରେ ଲକ୍‌ଡାଉନ୍‌ ଓ କର୍ଫ୍ୟୁ ଫେରିଥିବାବେଳେ ଭାରତରେ ଅନଲକ୍‌ ପ୍ରକ୍ରିୟା ଚାଲିଛି । 15 ଅକ୍ଟୋବରରୁ ସିନେମା ହଲ୍‌ ଓ ଅନ୍ୟାନ୍ୟ ସ୍ଥାନ ଖୋଲା ଯାଇଛି । କିଛି ରାଜ୍ୟ ଏବେ ବି କରୋନାକୁ ଦୃଷ୍ଟିରେ ରଖି କଡା କାର୍ଯ୍ୟାନୁଷ୍ଠାନ ନେଉଥିବାବେଳେ ଆଉ କେଉଠି ଦାୟିତ୍ବହୀନତାର ମଧ୍ୟ ଦେଖିବାକୁ ମିଳିଛି । ତେବେ ଏବେ ପାର୍ବଣ ଋତୁ ଆସୁଥିବାରୁ ଏହାକୁ ନେଇ ଟିକିଏ ଚିନ୍ତା ବଢିଛି। ଏହି ସମୟରେ ଅଧିକ ସଚେତନତା ଓ ସତର୍କତା ଅତ୍ୟନ୍ତ ଆବଶ୍ୟକତା । (ଏଜେନ୍ସି)

curfew france Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.