ହାତରେଖାରୁ ଜାଣନ୍ତୁ ଆପଣଙ୍କ ଆର୍ଥିକ ସ୍ଥିତି କିପରି ରହିବ

Published: May 16, 2022, 7:39 am IST

ଭୁବନେଶ୍ବର: ହିନ୍ଦୁ ଧର୍ମରେ ସାମୁଦ୍ରିକ ଶାସ୍ତ୍ରର ବିଷେଶ ମହତ୍ବ ରହିଛି। ସାମୁଦ୍ରିକ ଶାସ୍ତ୍ରରେ ମଣିଷ ଶରୀରର କିଛି ଅଙ୍ଗ ଓ ଚିହ୍ନ ଆଧାରରେ ଭବିଷ୍ୟତ ସମ୍ପର୍କରେ ଅନେକ ଜିନିଷ ଜାଣିହୁଏ। ଏହା ଦ୍ବାରା ମଣିଷର ଆର୍ଥିକ ଓ ସାମାଜିକ ସ୍ଥିତିର ମଧ୍ୟ ଅନୁମାନ କରାଯାଇପାରିବ।

ସାମୁଦ୍ରିକ ଶାସ୍ତ୍ରର ରଚନା ଋଷି ସମୁଦ୍ର କରିଥିଲେ। ତାଙ୍କ ନାମାନୁସାରେ ଏହି ଶାସ୍ତ୍ରର ନାମ ସାମୁଦ୍ରିକ ଶାସ୍ତ୍ର ରଖାଯାଇଛି। ଏହି ଶାସ୍ତ୍ରରେ ଶରୀରର ଅଙ୍ଗରେ ଆକୃତି ତଥା ଅଙ୍ଗରେ ବର୍ଣ୍ଣିତ ଚିହ୍ନ ଦ୍ବାରା ବ୍ୟକ୍ତିର ସ୍ବଭାବ, ବ୍ୟବହାର ଓ ଭବିଷ୍ୟ ସମ୍ପର୍କରେ ସୂଚନା ମିଳିଥାଏ। କୁହାଯାଏ ଶରୀରର ଅଙ୍ଗ ବ୍ୟକ୍ତିର ବ୍ୟକ୍ତିତ୍ବ ସମ୍ପର୍କରେ ସୂଚନା ଦେଇଥାଏ। ସେହିପରି ହାତ ପାପୁଲିରେ ଥିବା ଚିହ୍ନ ତଥା ରେଖା ଦ୍ବାରା ଆର୍ଥିକ ସ୍ଥିତି ସମ୍ପର୍କରେ ମଧ୍ୟ ସୂଚନା ମିଳିଥାଏ।

ସମୁଦ୍ର ଶାସ୍ତ୍ର ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କର ପାପୁଲିର ତ୍ରିଭୁଜ ପରି ଚିହ୍ନ ରହିଛି ତେବେ ସେହି ବ୍ୟକ୍ତି ଜୀବନ ସାରା ଆର୍ଥିକ  ସମସ୍ୟାର ସମ୍ମୁଖନୀ ହେବ। ସେହିପରି ଯେଉଁ ବ୍ୟକ୍ତିଙ୍କର ହାତରେ ଆୟତ୍ତକାରର ଚିହ୍ନ ରହିଥାଏ, ସେମାନଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିଥାଏ। ଏହି ଲୋକମାନେ ଜୀବନରେ ବହୁତ ପରିଶ୍ରମ କରି ଫଳ ପାଇଥାନ୍ତି।

Related posts