Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟମିତ ରକ୍ତ ଦାନ ହୃଦଘାତ ଏବଂ କର୍କଟ ରୋଗର ଆଶଙ୍କାକୁ କମ୍ କରିଥାଏ: ବିଶେଷଜ୍ଞ
ଆଜିର ଖବର

ନିୟମିତ ରକ୍ତ ଦାନ ହୃଦଘାତ ଏବଂ କର୍କଟ ରୋଗର ଆଶଙ୍କାକୁ କମ୍ କରିଥାଏ: ବିଶେଷଜ୍ଞ

June 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନିୟମିତ ରକ୍ତଦାନ ଦ୍ୱାରା ମାନସିକ ସ୍ୱାସ୍ଥ୍ୟ ଉନ୍ନତ ହେବା ସହିତ ହୃଦୟ ସବୁବେଳେ ସୁସ୍ଥ ଓ ସତେଜ ରହିଥାଏ। ରକ୍ତଦାନ ଫଳରେ ହୃଦଘାତ ଏବଂ କର୍କଟ ରୋଗ ହେବାର ଆଶଙ୍କା ମଧ୍ୟ କମିଯାଏ। ରକ୍ତଦାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଜଣେ ଦାତା ତିନିରୁ ଚାରିଜଣଙ୍କ ଜୀବନ ରକ୍ଷା କରିଥାଏ ବୋଲି ଆଜି ବିଶ୍ୱ ରକ୍ତଦାତା ଦିବସ ଅବସରରେ ଏମ୍ସ ଭୁବନେଶ୍ୱରରେ ଅନୁଷ୍ଠିତ ସ୍ୱତନ୍ତ୍ର ସଚେତନତାମୂଳକ କାର୍ଯ୍ୟକ୍ରମରେ ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ଯେ ସ୍ବେଚ୍ଛାକୃତସ୍ ରକ୍ତଦାତା, ବିଶେଷକରି ନିୟମିତ ଦାତା, ରକ୍ତଦାନ ଦ୍ୱାରା ଏଚ୍.ଆଇ.ଭି, ହେପାଟାଇଟିସ୍ ଜୀବାଣୁ ଏବଂ ଅନ୍ୟାନ୍ୟ ରକ୍ତ ସଂକ୍ରମଣକୁ ରୋକିବାରେ ପ୍ରଥମ ଧାଡ଼ିର ଯୋଦ୍ଧା ପାଲଟନ୍ତି।  ସ୍ୱେଚ୍ଛାସେବୀ ଦାତାମାନେ ମଧ୍ୟ ସୁରକ୍ଷିତ ରକ୍ତର ମହତ୍ତ୍ୱ ଜାଣନ୍ତି, ଫଳରେ ସେମାନେ ଉତ୍ତମ ସ୍ୱାସ୍ଥ୍ୟ ବଜାୟ ରଖନ୍ତି, ଯାହା ରକ୍ତଦାନ ଉଦ୍ଦେଶ୍ୟରେ ରକ୍ତ ଉପାଦାନଗୁଡ଼ିକର ସର୍ବୋଚ୍ଚ ମାତ୍ରା ପାଇଁ ଆବଶ୍ୟକ । ସେହିଭଳି, ରକ୍ତର ଆବଶ୍ୟକତାକୁ ପୂରଣ କରିବା ନିମନ୍ତେ ପର୍ଯ୍ୟାପ୍ତ ସୁସ୍ଥ ସ୍ବେଚ୍ଛାସେବୀ ଦାତାଙ୍କ ସନ୍ତୁଳନ ବଜାୟ ରଖିବା ନିହାତି ଆବଶ୍ୟକ । ଏହି ଅବସରରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରକ୍ତଦାନ ନିମନ୍ତେ ଆଗେଇ ଆସିବାକୁ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତିମାନେ ଆହ୍ୱାନ ଦେଇଥିଲେ।

ଏହି ଦିବସ ପାଳନ ଅବସରରେ ଏମ୍ସ ଭୁବନେଶ୍ୱର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏମ୍ସ ନର୍ସିଂ ଅଧିକାରୀ ଏବଂ ଛାତ୍ରଛାତ୍ରୀଙ୍କ ସମେତ ୫୦ ରୁ ଅଧିକ ରକ୍ତଦାତା ରକ୍ତ ଦାନ କରିଥିଲେ।

ରକ୍ତ କର୍କଟ (କ୍ଲିନିକାଲ୍ ହେମାଟୋଲୋଜି) ବିଭାଗର ଡକ୍ଟର ପ୍ରବୋଧ ଦାସ, ହସ୍ପିଟାଲ ପ୍ରଶାସନ ବିଭାଗର ଡକ୍ଟର (ମେଜର) ମୁକୁନ୍ଦ ଚନ୍ଦ୍ର ସାହୁ, ସିଏମଏଫଏମ ବିଭାଗର ଡକ୍ଟର ଵିନୋଦ ପାତ୍ର, ଆନାଟୋମୀ ବିଭାଗର ଡକ୍ଟର ପ୍ରଭାସ ରଂଜନ ତ୍ରିପାଠୀ, ଟ୍ରାନ୍ସଫ୍ୟୁସନ ମେଡିସିନ୍ ବିଭାଗର ଡକ୍ଟର ସୋମନାଥ ମୁଖାର୍ଜୀଙ୍କ ସମେତ ଡକ୍ଟର ଅଂଶୁମାନ ସାହୁ, ଡକ୍ଟର  ଦେବାଶିଷ ମିଶ୍ର, ଡକ୍ଟର ପ୍ରିୟମାଧବ ବେହେରା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ ଯେ କାର୍ଲ ଲ୍ୟାଣ୍ଡଷ୍ଟାଇନ୍ରଙ୍କ ଜନ୍ମଦିନରେ ପ୍ରତିବର୍ଷ ୧୪ ଜୁନକୁ ବିଶ୍ୱ ରକ୍ତଦାତା ଦିବସ ଭାବେ ପାଳନ କରାଯାଏ। ଏବିଓ ବ୍ଲଡ୍ ଗ୍ରୁପ୍ ସିଷ୍ଟମ୍ ଆବିଷ୍କାର ପାଇଁ ଲ୍ୟାଣ୍ଡଷ୍ଟାଇନଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା।

କର୍କଟ ରୋଗ ବିଶ୍ୱ ରକ୍ତଦାତା ଦିବସ ମାନସିକ ସ୍ୱାସ୍ଥ୍ୟ ରକ୍ତ କର୍କଟ ହୃଦଘାତ
Share. Facebook Twitter LinkedIn Email WhatsApp Copy Link

Related Posts

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.