ଚାଣକ୍ୟ ନୀତି: ଏହି ଛଅଟି କ୍ଷେତ୍ରରେ ଯେଉଁମାନେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ

Published: Aug 10, 2022, 8:57 am IST

ଚାଣକ୍ୟ ନୀତି: ଆପଣଙ୍କ ଜୀବନରେ ପ୍ରକୃତ ବନ୍ଧୁର ବହୁ ଆବଶ୍ୟକତା ରହିଛି। ହେଲେ ପ୍ରକୃତ ବନ୍ଧୁ କିଏ, ସେମାନେ କିପରି ହେବା ଉଚିତ୍? ଏ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ବିସ୍ତୁତ କଥା ବର୍ଣ୍ଣନା କରିଛନ୍ତି। ଚାଣକ୍ୟଙ୍କ ମତରେ ଛଅଟି କ୍ଷେତ୍ରରେ ଯେଉଁମାନେ ଆପଣଙ୍କ ପାଖରେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ।

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି, ଅସୁସ୍ଥତା ସମୟରେ, ଦୁଃଖ ଦୁର୍ଦ୍ଦିନ ସମୟରେ, ଖାଦ୍ୟାଭବ ସମୟରେ, ଶତ୍ରୁଙ୍କ ଦ୍ବାରା ବିପଦରେ ପଡିଥିବା ସମୟରେ, ସରକାରୀ କ୍ଷେତ୍ରରେ ଏବଂ ମଶାଣୀ ଭୂମିରେ ଯେ ରହିବ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ।

ଆପଣଙ୍କର ପ୍ରକୃତ ବନ୍ଧୁ ଆପଣଙ୍କର କିମ୍ବା ପରିବାରର କାହାର ଦେହ ଖରାପ ହେଲେ ସେମାନେ ସମସ୍ତ ସାହାର୍ଯ୍ୟ କରିବାକୁ ଆଗେଇ ଆସନ୍ତି। ଦୁଃଖ ସମୟରେ ଦୂରେଇ ନ ଯାଇ ପାଖେ ପାଖେ ରହି ମନୋବଳକୁ ବଢାଇବା ବ୍ୟକ୍ତି ପ୍ରକୃତ ବନ୍ଧୁ। ସେହିପରି ସରକାରୀ କାମ ଅର୍ଥାତ ମାଲିମକଦ୍ଦମା, ପୋଲିସ ଆଦି କାର୍ଯ୍ୟରେ ଯେ ସାହାର୍ଯ୍ୟ କରେ ସେ ପ୍ରକୃତ ବନ୍ଧୁ।

ପ୍ରକୃତ ବନ୍ଧୁ ହେଉଛନ୍ତି ସିଏ ଯିଏ କି ଦୁଃଖ ଦୁର୍ଦ୍ଦିନ ସହିତ ମଶାଣୀ ଭୂମିରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳେ। ଯଦି ପରିବାରର କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥାଏ ତେବେ ପ୍ରକୃତ ବନ୍ଧୁ ଆପଣଙ୍କ ପାଖେପାଖେ ରହି ଆପଣଙ୍କୁ ସାନ୍ତନ୍ବା ଦେବେ।

ସେଥିପାଇଁ ଚାଣକ୍ୟ କହିଛନ୍ତି

ଆତୁରେ ବ୍ୟସନେ ପ୍ରାପ୍ତେ ଦୁର୍ଭିକ୍ଷେ ଶତ୍ରୁ ସଙ୍କଟେ । ରାଜଦ୍ବାରେ ଶ୍ବଶାନେ ଚ ଯସ୍ତିଷ୍ଠତି ସ ବାନ୍ଧବଃ ।।

Related posts