
ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ କାମ କେତେ ଲୋକଙ୍କୁ ନେଇ କରିବା ଉଚିତ ତାହା ବର୍ଣ୍ଣନା କରିଛନ୍ତି। ତାଙ୍କ ମତରେ ଯଦି ଆପଣ ଧ୍ୟାନ କରିବାକୁ ଚାହୁଁଛନ୍ତି ତେବେ ଏକାକୀ କରନ୍ତୁ। ଆପଣ ଯଦି ବିଦ୍ୟା ଅଧ୍ୟୟନ କରିବାକୁ ଚାହୁଁଛନ୍ତି ତେବେ ଦୁଇ ଜଣ ମିଶି କରନ୍ତୁ।କାରଣ କାହାର ଅବୁଝା ରହିଲେ ଅନ୍ୟକୁ ପଚାରି ପାରିବ।
ହେଲେ ଯଦି ଆପଣ ସଂଗୀତ ସାଧାନ କରିବାକୁ ଚାହୁଁଛନ୍ତି ତେବେ ତିନିଜଣ ଭଲ। କାରଣ ଜଣେ ଗାୟକ, ଜଣେ ବାୟକ ଆଉ ଜଣେ ପାଳିଆର ଆବଶ୍ୟକତା ଥାଏ। ସେହିପରି ଯଦି ଆପଣ ବିଦେଶ ଭ୍ରମଣ କରିବାକୁ ଚାହୃୁଁଛନ୍ତି ତେବେ ଚାରି ଜଣିଆ ହୋଇ ଯାଆନ୍ତୁ। କିନ୍ତୁ କୃଷି କର୍ମରେ ପାଞ୍ଚଜଣଙ୍କର ଆବଶ୍ୟକତା ରହିଛି। ହେଲେ ଯୁଦ୍ଧ ପାଇଁ ଅସଂଖ୍ୟ ଲୋକଙ୍କର ଆବଶ୍ୟକତା ରହିଛି ବୋଲି ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି।