ପୃଥିବୀରେ ବାସ କରୁଥିଲେ ମଧ୍ୟ ମିଳିବ ସ୍ବର୍ଗର ଆନନ୍ଦ, ଜାଣନ୍ତୁ କ’ଣ କହୁଛନ୍ତି ଆଚାର୍ଯ୍ୟ ଚାଣକ୍ୟ

Published: Apr 20, 2023, 7:09 am IST

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ ସ୍ବର୍ଗ ସୁଖ ମଧ୍ୟ ପାଇଥାନ୍ତି। ତେବେ ସମସ୍ତେ ନୁହଁନ୍ତି। କିଛି ଲୋକ ଅଛନ୍ତି ଯେଉଁମାନେ ଏହି ଭାଗ୍ୟଶାଳୀ ଗୋଷ୍ଠୀରେ ଆସୁଛନ୍ତି।

ଚାଣକ୍ୟ ନୀତିରେ ରହିଛି ଯେ ଯାହାଙ୍କ ସନ୍ତାନର ପିତୃଭକ୍ତି ରହିଛି, ଯାହାର ଦାମ୍ପତ୍ୟ ଜୀବନ ମଧୁର ଅଛି, ଯିଏ ନିଜ ଧନସଂପତ୍ତିରେ ସନ୍ତୁଷ୍ଠ ଅଛି ସେ ସ୍ବର୍ଗ ସୁଖ ଲାଭ କରିପାରିବ। ଅର୍ଥାତ ଆପଣଙ୍କର ପିଲାମାନେ ଯଦି ଦୁଷ୍ଟ ନ ହୋଇ ପିତୃଭକ୍ତ ହେବେ ତେବେ ଆପଣଙ୍କର କୌଣସି ଚିନ୍ତା ରହିବ ନାହିଁ। ସେହିପରି ଆପଣଙ୍କ ଧର୍ମପତ୍ନୀଙ୍କ ସହିତ ଯଦି ଭଲ ସଂପର୍କ ଅଛି ତେବେ ସୁଖରେ ରହିବେ। କାରଣ ପତିପତ୍ନୀ ମଧ୍ୟରେ ଯଦି ଅପଡ ହେଲା ତେବେ ସେହି ଘରେ ସବୁବେଳେ କଳିଝଗଡା ଲାଗି ରହିବ।

ସେହିପରି ସଂପତ୍ତି ପ୍ରତି ଯଦି ଲୋଭ ରହିଲା ତେବେ ଆପଣଙ୍କର ସୁଖ ଚାଲିଗଲା ବୋଲି ଭାବି ନିଅନ୍ତୁ। କାରଣ ସଂପତ୍ତି ଲୋଭ ହିଁ ଦୁଃଖର ଅନ୍ୟତମ କାରଣ। ସେଥିପାଇଁ ଭଗବାନ ଯେତିକି ସଂପତ୍ତି ଦେଇଛନ୍ତି ବା ଦେଉଛନ୍ତି ତାହାକୁ ନେଇ ସନ୍ତୁଷ୍ଠ ରୁହନ୍ତୁ। ଅସତ୍ ଉପାୟରେ ସଂପତ୍ତି ଅର୍ଜନ କଲେ ପରିମାଣ ବଢିପାରେ ହେଲେ ସୁଖ ରହିବ ନାହିଁ।

Related posts