ଭୁବନେଶ୍ବର: ଆଜି ଓଡିଆ ଚଳଚିତ୍ରର ପ୍ରଖ୍ୟାତ ତଥା ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଶେଷକୃତ୍ୟ ସଂପର୍ଣ୍ଣ ହେବ। ତାଙ୍କର ଶେଷକୃତ୍ୟ ସମୟରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। କଟକ ସତୀ ଚଉରାରେ ତାଙ୍କର ଶେଷକୃତ୍ୟ କରିଯିବ।
ଗତକାଲି ତାଙ୍କର ପରଲୋକ ଘଟିଥିଲା। ଅସୁସ୍ଥତା ଯୋଗୁଁ ସେ ବହୁଦିନ ଧରି ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ସେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ରାଜ୍ୟର ବରିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।