
ଭୁବନେଶ୍ୱର: ଲୋକପ୍ରିୟ ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ସ୍ତବ୍ଧ ହୋଇଛି ଓଲିଉଡ ଜଗତ। ଏହି ବୟସରେ ସେ ଆତ୍ମହତ୍ୟା କରିବାକୁ ସହଜରେ କେହି ଗ୍ରହଣ କରିପାରୁ ନାହାଁନ୍ତି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଟୁଇଟ କରି ନବୀନ କହିଛନ୍ତି ଯେ ’ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
Tags: ରାଇମୋହନ ପରିଡା