Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀପାବଳିରେ ମୁକ୍ତିଲାଭ କରିବ ଝିଲିକଙ୍କ ‘ରୁଦ୍ରାଣୀ’
ଆଜିର ଖବର

ଦୀପାବଳିରେ ମୁକ୍ତିଲାଭ କରିବ ଝିଲିକଙ୍କ ‘ରୁଦ୍ରାଣୀ’

September 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦୀପାବଳିରେ ପ୍ରେକ୍ଷାଳୟକୁ ଆସିବ ‘ରୁଦ୍ରାଣୀ’। ଦୀପାବଳିରେ ମୁକ୍ତିଲାଭ କରିବ ଏହି ବହୁ ପ୍ରତିକ୍ଷୀତ ଓଡିଆ ସିନେମା। ଯାହାକୁ ନେଇ ଦର୍ଶକଙ୍କ ମହଲରେ ଉତ୍ସାହ ବଢ଼ିଯାଇଛି। ଝିଲିକ ମୋସନ ପିକ୍ଚର୍ସ ବ୍ୟାନରରେ ନିର୍ମିତ ଏହି ସିନେମାରେ ମୁଖ୍ୟ ଭୂମିକାରେ ନିଜେ ଝିଲିକ ଭଟ୍ଟାଚାର୍ୟ୍ୟ ନଜର ଆସିବେ। ପ୍ରଯୋଜିକା ସହ ମୁଖ୍ୟ ନାୟିକା ଭାବେ ଝିଲିକ ସିନେମାରେ ଆସୁଥିବା ବେଳେ ଏହା ତାଙ୍କ ଜୀବନର ଶ୍ରେଷ୍ଠ ଅଭିନୟ ବୋଲି କହିଛନ୍ତି ଝିଲିକ।

ସମ୍ପୂର୍ଣ୍ଣ ଭିନ୍ନ ସ୍ୱାଦର ସିନେମା ହେଉଛି ‘ରୁଦ୍ରାଣୀ’। ଯେଉଁଥିରେ ମିଛର ଉହାଡ ଭିତରେ କେମିତି ସତ୍ୟ ଲୁଚିଯାଏ ଓ ସତ୍ୟର ସନ୍ଧାନ କରିବା କେତେ କଷ୍ଟକର ତାହା ଚିତ୍ରଣ ହୋଇଛି। ମୌଳିକ ଓଡିଆ କାହାଣୀ ସହ ନାରୀଶକ୍ତିକୁ ଗୁରୁତ୍ୱ ମିଳିଛି ସିନେମାରେ। ଏମିତି ଏକ ଘଟଣାର ପର୍ଦ୍ଦାଫାଶ କରିବାକୁ ଝିଲିକ ନେଇଛନ୍ତି ନୂଆ ଅବତାର। ରୁଦ୍ରାଣୀ ଭାବେ ତାଙ୍କୁ ଦର୍ଶକ ଦେଖିବାକୁ ପାଇବେ। ଏହି ସିନେମାର କାହାଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଦେଇଛନ୍ତି କେ ମୂରଲୀ କ୍ରିଷ୍ଣା। ମୂରଲୀଙ୍କ ସହ ଝିଲିକ ପୂର୍ବରୁ ‘ଜଗା ହାତରେ ପଘା’ ସିନେମା କରି ସାରିଛନ୍ତି। ସେହି ଚଳଚ୍ଚିତ୍ରଟି ବେଶ ସଫଳତା ପାଇଥିବା ବେଳେ ‘ରୁଦ୍ରାଣୀ’ ମଧ୍ୟ ବେଶ ସଫଳତା ପାଇବ ବୋଲି ପୁରା ଟିମ୍ ଆଶାବାଦୀ।

ଏହି ସିନେମା ନିର୍ମାଣ ବେଳେ ଝିଲିକ ଚାରି ମାସର ଗର୍ଭବତୀ ଥିଲେ। ଗର୍ଭବତୀ ଥିବା ବେଳେ ସିନେମା ସୁଟିଂ କରି ପରେ ଯାଆଁଳା ଛୁଆଙ୍କୁ ଜନ୍ମ ଦେଇଥିଲେ ଝିଲିକ। ସିନେମାର ନାୟିକା ଭାବେ ଗର୍ଭବତୀ ଥାଇ ବି ତାଙ୍କ ପାଇଁ ସିନେମା ସୁଟିଂରେ କୌଣସି ବିଳମ୍ବ ହୋଇନଥିଲା।

ସେହିଭଳି ସିନେମାରେ ସଂଳାପ ଲେଖିଛନ୍ତି ଡ. ରଜନୀ ରଞ୍ଜନ ଓ କ୍ୟାମେରା ପରିଚାଳନା କରିଛନ୍ତି ଇଶ୍ୱର ବାରିକ। ପ୍ରେମାନନ୍ଦ ଏଥିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ କ୍ରିଏଟିଭ ହେଡ ରହିଛନ୍ତି ପ୍ରଣୟ ଜେଠୀ। ଚଳଚ୍ଚିତ୍ରର କାର୍ୟ୍ୟକାରୀ ପ୍ରଯୋଜକ ଭାବେ ଦାଇତ୍ୱ ତୁଲାଇଛନ୍ତି ଅରୁଣ ସ୍ବାଇଁ ଓ ଋତୁରାଜ ଖଟୁଆ। ଅନ୍ୟମାନଙ୍କ ମଧ୍ୟରେ ଶୁଭାଶିଷ ଶର୍ମା (ମଣ୍ଟୁ), ଲୋହିତାକ୍ଷ ପଟ୍ଟନାୟକ, ନବାଗତା ମୁସ୍କାନ, ବାପି ବାବୁ, ବବି ମିଶ୍ର, ପିଣ୍ଟୁ ନନ୍ଦ, ଭିକି ମିଶ୍ର, ଜୀବନ ପଣ୍ଡା, ଇଲୁ ବାନାର୍ଜୀ, ଟିଲୁ, ପ୍ରତିଭା ପଣ୍ଡା, ଶୁଭଙ୍କରୀ, ଅନୁରାଧା, ଗୁଡୁ, ଅମର, ସରୋଜ, ଧରିତ୍ରୀ ପ୍ରମୁଖ ଅଭିନୟ କରିଛନ୍ତି।

ଓଡିଆ ସିନେମା ଦୀପାବଳି ମୁକ୍ତିଲାଭ କରିବ ରୁଦ୍ରାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026
Latest News

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.