Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଆ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆରେ ପ୍ରଦର୍ଶିତ ହେବ ଓଡିଆ ଚଳଚ୍ଚିତ୍ର “ପ୍ରତୀକ୍ଷା” 
ଆଜିର ଖବର

ଗୋଆ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆରେ ପ୍ରଦର୍ଶିତ ହେବ ଓଡିଆ ଚଳଚ୍ଚିତ୍ର “ପ୍ରତୀକ୍ଷା” 

November 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଆସନ୍ତା ଡିସେମ୍ବର ୨ ତାରିଖରେ ମୁକ୍ତିଲାଭ କରିବାକୁ ଯାଉଛି। ପୂର୍ବରୁ ଏହି ଚଳଚ୍ଚିତ୍ରଟି ୱାଶିଂଟନ ଡିସି ଏମସି ମଣ୍ଟଗୋମେରି ସିକ୍କିନଠାରେ ‘ପ୍ରତୀକ୍ଷା’ର ୱାର୍ଲ୍ଡ ଟିଭି ପ୍ରିମିୟର ଅନୁଷ୍ଠିତ ହୋଇସାରିଛି ଏବଂ ଡିସି ସାଉଥ ଏସିଆନ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶନ ଲାଗି ମନୋନୀତ ହୋଇ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଗୌରବ ହାସଲ କରିବା ସହ ଶ୍ରେଷ୍ଠ କାହାଣୀର ମାନ୍ୟତା ପାଇ ରାଜ୍ୟକୁ ଆହୁରି ଗୌରବମୟ କରିଛି। ଦକ୍ଷିଣ ଏସିଆ ଉପମହାଦେଶର ଚଳଚ୍ଚିତ୍ର ବର୍ଗରେ ଚୟନ ହୋଇଥିବା ଅନେକଗୁଡ଼ିଏ ଚଳଚ୍ଚିତ୍ର ମଧ୍ୟରୁ ‘ପ୍ରତୀକ୍ଷା’ ବିଶେଷ ଭାବରେ ଚୟନ କର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।

ଓଡ଼ିଆ ଘରର କାହାଣୀକୁ ନେଇ ଓଡ଼ିଆତ୍ଵର ବାସ୍ନାରେ ‘ପ୍ରତୀକ୍ଷା’ ନିର୍ମିତ ହୋଇଛି ଏବଂ ଏହା ଓଡ଼ିଆ ଦର୍ଶକଙ୍କୁ ନିଶ୍ଚିତ ଭାବରେ ବାନ୍ଧି ରଖିବ। ତେଣୁ ଦେଶ ବିଦେଶରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଚଳଚ୍ଚିତ୍ରକୁ ଦେଖନ୍ତୁ ଏବଂ ଓଡ଼ିଆ ସିନେମା ଶିଳ୍ପର ପୁନରୁଦ୍ଧାର ପାଇଁ ମାଧ୍ୟମ ହୁଅନ୍ତୁ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଶ୍ରୀ ପଟ୍ଟନାୟକ ଓଡ଼ିଆ ଦର୍ଶକଙ୍କୁ ଆନ୍ତରିକ ଅନୁରୋଧ କରିଛନ୍ତି।

ପ୍ରଯୋଜନା ସଂସ୍ଥା ଅମୀୟ ପଟ୍ଟନାୟକ ପ୍ରଡକ୍ଟସନ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରଟି ବିଶିଷ୍ଟ ଲେଖକ ଗୌରହରି ଦାସଙ୍କ କ୍ଷୁଦ୍ରଗଳ୍ପ ଉପରେ ଆଧାରିତ ଏକ ମଧ୍ୟବିତ୍ତ ଓଡ଼ିଆ ପରିବାରର ଆଶା, ଆକାଂକ୍ଷା, ସ୍ଵପ୍ନ ଓ ନୈରାଶ୍ୟର କାହାଣୀ ଉପରେ ପର୍ଯ୍ୟବେସିତ ହୋଇଛି। ରୋ଼ଶନ୍ ବିଶୋଇ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ ଓ ସଂଳାପ ଲେଖିଥିବା ବେଳେ ଅଙ୍କେଶ ଆନନ୍ଦ ଓ ଆଶିଷ ପ୍ରଧାନ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଏବଂ ବର୍ଷା ପଟ୍ଟନାୟକ ଏହାର କାର୍ଯ୍ୟନିର୍ବାହୀ ପ୍ରଯୋଜିକା ଦାୟିତ୍ଵ ନିର୍ବାହ କରିଛନ୍ତି।

ଏହି ଚଳଚ୍ଚିତ୍ରରେ ଦ୍ଵୀପନ୍ୱିତ ଦାସ, ବର୍ଷା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର, ଚୌଧୁରୀ ଜୟ ପ୍ରକାଶ ଦାସ, ରୋ଼ଶନ୍ ବିଶୋଇ, ଦୀପକ ଉପାଧ୍ୟାୟ, ଶୀଲା ତ୍ରିପାଠୀ, ଅବକାଶ ମିଶ୍ର, ରୂପମ୍ବିକା ନାୟକ ପ୍ରମୁଖ ଅଭିନୟ କରିଛନ୍ତି।

ଆଜିର ପ୍ରେସ୍ ମିଟ୍ ରେ ଅଭିନେତା ଦିପନ୍ବୀତ, ଅଭିନେତ୍ରୀ ବର୍ଷା ପଟ୍ଟନାୟକ, ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ, ସିନେମାଟୋଗ୍ରାଫର ଦୀପକ କୁମାର, ଚିତ୍ରନାଟ୍ୟ ଓ ସଂଳାପ ଲେଖକ ରୋସନ୍ ବିଷୋୟୀ, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ଚଳଚ୍ଚିତ୍ର “ପ୍ରତୀକ୍ଷା” ଗୋଆର ରାଜଧାନୀ ପଞ୍ଜିର ଆଇନକ୍ସରେ ନଭେମ୍ଵର ୨୨ ସଂଧ୍ୟା ୮.୪୫ ମିନିଟ୍ ରେ ଇଣ୍ଟରନ୍ୟାସନାଲ୍ ଫେଷ୍ଟିଭାଲ୍ ଅଫ୍‌ ଇଣ୍ଡିଆ ଅବସରରେ ପ୍ରଦର୍ଶୀତ ହେବ।

ଅନୁପମ ପଟ୍ଟନାୟକ ଓଡିଆ ଚଳଚ୍ଚିତ୍ର ଗୋଆ ପ୍ରତୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.