Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସବଡିଭିଜନ ସ୍ତରରେ ପ୍ରଦର୍ଶିତ ହେବ ଚଳଚିତ୍ର ‘ଦମନ’, ହଲ ବୁକ୍ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ
ବିଶେଷ ଖବର

ସବଡିଭିଜନ ସ୍ତରରେ ପ୍ରଦର୍ଶିତ ହେବ ଚଳଚିତ୍ର ‘ଦମନ’, ହଲ ବୁକ୍ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ

November 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସବଡିଭିଜନ ସ୍ତରରେ ପ୍ରଦର୍ଶିତ ହେବ ଚଳଚିତ୍ର 'ଦମନ', ହଲ ବୁକ୍ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ

ଭୁବନେଶ୍ୱର: ଓଡ଼ିଆ ସିନେମା ଦମନର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଏବଂ ସବଡିଭିଜିନ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି। ଏଥି ପାଇଁ ଉପଯୁକ୍ତ ସିନେମା ବା ଥିଏଟର ହଲ୍ ବୁକ୍ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମ୍ୟାଲେରିଆ ନିରାକରଣ ପାଇଁ ୨୦୧୬ ମସିହାରେ ରାଜ୍ୟ ସରକାର ଦୁର୍ଗମ ଅଂଚଳରେ ମ୍ୟାଲେରିଆ ନିରାକରଣ (ଦମନ) କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏଥିରେ ବିଶେଷତଃ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, ନୂଆପଡା ଏବଂ କନ୍ଧମାଳ ଆଦି ୮ ଟି ଜିଲ୍ଲାର ପ୍ରାୟ ୮୦୦୦ ମ୍ୟାଲେରିଆ ପ୍ରବଣ ଗ୍ରାମମାନଙ୍କରୁ ଏହି ଘାତକ ଜ୍ୱରର ନିରାକରଣ ଉପରେ ଅଧିକ ଗୁରୁତ୍ୱ ଆରୋପ କରାଯାଇଥିଲା।

କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଡ଼ାକ୍ତର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କ ମିଳିତ ଉଦ୍ୟମ ଫଳରେ ମ୍ୟାଲେରିଆ ନିରାକରଣ ଦିଗରେ ଉଲ୍ଲେଖନୀୟ ସଫଳତା ମିଳିଥିଲା। ତେବେ ଏହି ଯୋଜନାର କାର୍ଯ୍ୟାୟନ ସହଜ ଓ ସୁଗମ ନଥିଲା। ପାହାଡ, ଜଙ୍ଗଲ, ନଦୀ ଓ ଝରଣା ପରିବେଷ୍ଟିତ ଦୂରାନ୍ତ ଗ୍ରାମମାନଙ୍କରେ ପ୍ରଚଳିତ ଅନ୍ଧବିଶ୍ୱାଶ, ଅସ୍ୱାସ୍ଥ୍ୟକର ଜୀବନ-ଚର୍ଯ୍ୟା, ଯୋଗାଯୋଗର ଅଭାବ ଆଦି ଏ ଦିଗରେ ବଡ଼ ବଡ଼ ପ୍ରତିବନ୍ଧକ ସାଜିଥିଲା। ଏସବୁକୁ ଅତିକ୍ରମ କରି ‘ଦମନ’ର ସଠିକ୍ କାର‌୍ୟ୍ୟାନ୍ୱୟନ ନିମନ୍ତେ ନିଷ୍ଠାପର ଡ଼ାକ୍ତର ଏବଂ କ୍ଷେତ୍ରସ୍ତରୀୟ କର୍ମଚାରମାନଙ୍କୁ ଅନେକ ତ୍ୟାଗ ଓ କଷ୍ଟ ସ୍ୱୀକାର କରିବାକୁ ପଡିଥିଲା।

ଏହି ବାସ୍ତବିକ କଥାକୁ ଲକ୍ଷ୍ୟକରି ଚଳଚିତ୍ର ଲେଖକ ଦେବୀ ପ୍ରସାଦ ଲେଙ୍କା, ନିର୍ଦ୍ଦେଶକ ଦୀପେନ୍ଦ୍ର ସାମଲ, ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ ଓଡ଼ିଆ ଫିଲ୍ମ ଦମନ ପ୍ରସ୍ତୁତ କରିଥିଲେ। ସିନେମାର ପ୍ରାକୃତିକ ପ୍ରଚ୍ଛଦପଟ୍ଟ ଏବଂ ବାସ୍ତବିକ କଥାବସ୍ତୁ ଦର୍ଶକମାନଙ୍କୁ ବେଶ ଛୁଇଥିଲା। ଚଳଚିତ୍ରଟିର ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଥିଲା। ଏପରିକି ଏହି ସିନେମାଟିକୁ ଗତ ରବିବାର ଦିନ ରାଜ୍ୟ ଲୋକସେବା ଭବନ କନଭେସନ୍ ସେଣ୍ଟର ହଲରେ ପ୍ରଦର୍ଶିତ କରାଯାଇଥିଲା।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଏହି ସିନେମା ଦେଖି ଏହାର ଉଚ୍ଚ ପ୍ରଶଂସା କରିଥିଲେ। ସିନେମାଟିକୁ ଜିଲ୍ଲାସ୍ତରରେ ପ୍ରଦର୍ଶନ କରିବା ପାଇଁ ମଧ୍ୟ ମହାପାତ୍ର ପରାମର୍ଶ ଦେଇଥିଲେ।

ବିଭିନ୍ନ ସ୍ତରରୁ ଆସିଥିବା ମତାମତକୁ ବିଚାରକରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାଧ୍ୟମରେ ଏହି ସିନେମାକୁ ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ କରିବା ପାଇଁ ସ୍ଥିର କରାଯାଇଛି। ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି।

ଏହି ସିନେମା “ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଯୋଜନା ଗୁଡିକର କାର୍ଯ୍ୟାନ୍ୱୟନରେ ଉଭୟ ସରକାରୀ ଅଧିକାରୀ ଓ ଜନସାଧାରଣଙ୍କ ପାଇଁ ପ୍ରେରଣାର ଉତ୍ସ” ହେବବୋଲି ଶ୍ରୀମତୀ ପଣ୍ଡିତ କହିଛନ୍ତି। ଏଥିପାଇଁ ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଉପଯୁକ୍ତ ସିନେମା ବା ଥିଏଟର ଅଗ୍ରୀମ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Daman Daman Film ଓଡିଆ ଚଳଚିତ୍ର ଦମନ ଦମନ
Share. Facebook Twitter LinkedIn Email WhatsApp Copy Link

Related Posts

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.