Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ତୋର ମୋର କଟି” ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ
ଆଜିର ଖବର

“ତୋର ମୋର କଟି” ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ

December 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଝିଲିକ ମୋସନ୍ ପିକ୍ଚର୍ସର ତୃତୀୟ ଅବଦାନ “ତୋର ମୋର କଟି” ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଅଭିନେତ୍ରୀରୁ ପ୍ରଯୋଜିକା ସାଜିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ରର ବିରାଟ ପରିବର୍ତ୍ତନ ପାଇଁ ସଂକଳ୍ପବଦ୍ଧ ବୋଲି ମତବ୍ୟକ୍ତ କରିଥିଲେ।

ଲୋକାର୍ପଣ ଉତ୍ସବରେ ବରିଷ୍ଠ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ସିଦ୍ଧାନ୍ତ ମହାପାତ୍ର, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ, ସିନେ ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଅତିଥି ଭାବେ ଯୋଗ ଦେଇଥିଲେ। ଚଳଚ୍ଚିତ୍ରର ସଂଳାପକାର ଦୀପକ ଜେନା ଥିବା ବେଳେ ନିର୍ଦ୍ଦେଶନା ଭାର ନେଇଛନ୍ତି ଯୁବ ନିର୍ଦ୍ଦେଶକ ରମେଶ ରାଉତ। ପ୍ରଚାର ପ୍ରସାର ଦାୟୀତ୍ୱରେ ଅଛନ୍ତି ମିଡ଼ିଆ ପ୍ଲାନର ପ୍ରଣୟ ଜେଠୀ।

ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ ଆନନ୍ଦ। ଗୀତ ଗୁଡିକ ଗୀତିକାର ନିର୍ମଳ ନାୟକ ଏବଂ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଦିପ୍ତୀରେଖା ପାଢ଼ୀ, ସବିଶେଷ, ଆଶୁତୋଷ, ଅନନ୍ୟା ଶ୍ରୀତମ ନନ୍ଦ ଏବଂ ଦେବକୃପା।

ଚିତ୍ରତ୍ତୋଳନ ଭାର ଈଶ୍ୱର ବାରିକ ନେଇଛନ୍ତି। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ପଙ୍କଜ ସିଲ ଏବଂ ଫାଇଟ ନିର୍ଦ୍ଦେଶନା ଦେଇଛନ୍ତି ଶୈଳେନ୍ଦ୍ର ପରିଡା ଓ କାର୍ଯ୍ୟକାରୀ‌ ପ୍ରଯୋଜକ ଅଛନ୍ତି ଅରୁଣ ସ୍ବାଇଁ। ପ୍ରଡ଼କସନ୍ ଡିଜାଇନର ଅଛନ୍ତି ପ୍ରଶାନ୍ତ ବେହେରା (କାବୁଲି)। “ତୋର ମୋର କଟି” ଚଳଚ୍ଚିତ୍ର ମାଧ୍ୟମରେ ଶୈଳେନ୍ଦ୍ର – ଶୀତଲ ଯୋଡି ପ୍ରଥମ ଥର ପାଇଁ ବଡ଼ ପରଦାରେ ଦର୍ଶକ ଦେଖିବାକୁ ପାଇବେ।

ଏମାନଙ୍କ ବ୍ୟତୀତ ସିଦ୍ଧାନ୍ତ ମହାପାତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ସୁଧାଂଶୁ ମୋହନ ସାହୁ, ସଞ୍ଜୟ ନାୟକ (ଟୁଟୁ ), ବବି ମିଶ୍ର, ସୁଦୀପ୍ତ, ଟୁକୁନା ଷ୍ଟାଇଲିଷ୍ଟ, କାଳିଆ ଷଣ୍ଢ, ଐଶ୍ଵରୀୟା, ରୁପସା, କଟପ୍ପା, ଦେବିକା ପ୍ରମୁଖ ଅଭିନୟ କରିଛନ୍ତି। ଚଳଚ୍ଚିତ୍ର ରେ ୫ ଟି ଗୀତ ଥିବାବେଳେ “ତୋର ମୋର କଟି” ଶୀର୍ଷ ସଙ୍ଗୀତ କୁ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ଦେବକୃପା ଓ ଅନନ୍ୟା ଶ୍ରୀତମ ନନ୍ଦ।

ଝିଲିକ ମୋସନ ପିକ୍ଚର୍ସ ଏଥି ପୂର୍ବରୁ କିସମିସ ଓ ରୁଦ୍ରାଣୀ ପରି ସୁନ୍ଦର ଚଳଚ୍ଚିତ୍ର ଦର୍ଶକମାନଙ୍କୁ ଭେଟି ଦେଇସାରିଛି।

ଅଡିଓ ଲୋକାର୍ପିତ ଓଡିଆ ଚଳଚ୍ଚିତ୍ର ଝିଲିକ ଭଟ୍ଟାଚାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.