ଆଳୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Published: Jan 3, 2023, 8:27 pm IST

ଭୁବନେଶ୍ୱର: ବିଶିଷ୍ଟ ସାମ୍ବାଦିକ ଆଳୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ମହାନ୍ତି ଜଣେ ବରିଷ୍ଠ ସାମ୍ବାଦିକ ଭାବରେ ଭୁବନେଶ୍ୱର ଓ ସାରା ଓଡ଼ିଶାରେ ଜଣାଶୁଣା ଥିଲେ। ସାମ୍ବାଦିକ ମାନଙ୍କ ସମସ୍ୟା ସମାଧନ ପାଇଁ ସେ ସବୁବେଳେ ପ୍ରଯତ୍ନ କରୁଥିଲେ।

ଏହା ସହିତ ସମାଜ ସେବା ଓ ଚଳଚ୍ଚିତ୍ର ପ୍ରଯୋଜନା କ୍ଷେତ୍ରରେ ମଧ୍ୟ ସେ ଅନେକ କାମ କରିଛନ୍ତି। ରୋଗୀ ଓ ଗରୀବ ଲୋକଙ୍କୁ ସହାୟତା କ୍ଷେତ୍ରରେ ସେ ସବୁ ସମୟରେ ଆଗୁଆ ଥିଲେ। ତାଙ୍କ ବିୟୋଗ ସାମ୍ବାଦିକତା ଓ ସମାଜ ସେବା କ୍ଷେତ୍ରରେ ଏକ ଶୂନ୍ୟ ସ୍ଥାନ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

Related posts