Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ସରପଞ୍ଚ ଆରତୀ ଦେବୀଙ୍କ ଉପରେ ଅନୁପ୍ରାଣିତ ବହୁଭାଷୀ ଚଳଚ୍ଚିତ୍ର “ସାର ମାଡାମ ସରପଞ୍ଚ”
ଆଜିର ଖବର

ପୂର୍ବତନ ସରପଞ୍ଚ ଆରତୀ ଦେବୀଙ୍କ ଉପରେ ଅନୁପ୍ରାଣିତ ବହୁଭାଷୀ ଚଳଚ୍ଚିତ୍ର “ସାର ମାଡାମ ସରପଞ୍ଚ”

April 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୁଣି ଚର୍ଚ୍ଚାରେ ଗଂଜାମ ଜିଲ୍ଲାର ଆରତୀ ଦେବୀ। ଜଣେ ଉଚ୍ଚ ଶିକ୍ଷିତା ଓ ସ୍ୱଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ।

ମହିଳା ସରପଞ୍ଚ ଆରତୀ ଦେବୀଙ୍କର “ଟିପ ଚିହ୍ନ ନୁହେଁ ଦସ୍ତଖତ ଦିଅ” ସ୍ଲୋଗାନ ଥିଲା। ନାରୀ ଶିକ୍ଷା ଓ ମହିଳା ଗ୍ରାମସଭା ଭଳି କାର୍ଯ୍ୟ ହାତକୁ ନେଇ ସବୁବେଳେ ଚର୍ଚ୍ଚାରେ ଥିଲେ। ବର୍ତ୍ତମାନ ଦୀର୍ଘ ବର୍ଷ ପରେ ଆରତୀ ଦେବୀଙ୍କ ଆଦର୍ଶ ଓ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଏକ ବହୁଭାଷୀ ଚଳଚ୍ଚିତ୍ର “ସାର ମ୍ୟାଡ଼ମ ସରପଞ୍ଚ” ମୁକ୍ତିଲାଭ କରିଛି। ପ୍ରବୀନ ମୋର୍ଚ୍ଚଲେଙ୍କ ନିର୍ଦ୍ଦେଶନା ରେ ପ୍ରସ୍ତୁତ ଏହି ଚଳଚିତ୍ରରେ ଆରତୀ ଦେବୀଙ୍କ ଚରିତ୍ରକୁ ହଲିଉଡ଼ ଷ୍ଟାର ଆରର୍ୟାନା ସଜନାନୀ ନିଖୁଣ ଭାବରେ ଚିତ୍ରଣ କରିଛନ୍ତି ଓ ସୀମା ବିଶ୍ୱାସଙ୍କ ଭଳି ଜଣେ ଉଚ୍ଚକୋଟୀର ଅଭିନେତ୍ରୀଙ୍କ ଅଭିନୟ ମଧ୍ୟ ଚଳଚ୍ଚିତ୍ର କୁ ଆହୁରି ଦର୍ଶନୀୟ କରିଛି।

ଏହି ଚଳଚ୍ଚିତ୍ର ୪ ଟି ଭାଷାରେ ନିର୍ମାଣ ହୋଇ ସର୍ବ ଭାରତୀୟ ସ୍ତରରେ ମୁକ୍ତିଲାଭ କରିଥିବା ବେଳେ ଓଡ଼ିଆ ଭାଷାରେ ଖୁବଶୀଘ୍ର ମୁକ୍ତିଲାଭ ହେବାକୁ ଯାଉଛି। ଆରତୀ ଦେବୀ ଯାହାଙ୍କ କାର୍ଯ୍ୟକାରିତାକୁ ନେଇ ଫିଲ୍ମ “ସାର ମ୍ୟାଡାମ ସରପଞ୍ଚ” ନିର୍ମାଣ ହୋଇଛି କହିଛନ୍ତି ଯେ; ନାରୀ ମାନେ ସବୁ କରିପାରିବେ କେବଳ ମନରେ ଦୃଢ ଇଚ୍ଛାଶକ୍ତି ଆବଶ୍ୟକ ଓ ଏହି ଚଳଚ୍ଚିତ୍ର ଆପଣଙ୍କ ତାର ଏକ ଦିଗଦର୍ଶନ ଦେବ।

ଓଡ଼ିଆ ଭାଷାରେ ଖୁବ ଶୀଘ୍ର ନିର୍ମାଣ ହେବାକୁ ଯାଉଥିବା “ସାର ମ୍ୟାଡାମ ସରପଞ୍ଚ” ଖବରକୁ ନେଇ ଭୁବନେଶ୍ୱର ସ୍ଥିତ ପ୍ରେସ୍ କ୍ଲବ୍ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ସମାଜସେବୀ ନମ୍ରତା ଚଢ଼ା, ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀଙ୍କ ସହିତ ପୂର୍ବତନ ସର୍ବ କନିଷ୍ଠା ସରପଞ୍ଚ ଆରତୀ ଦେବୀ ଉପସ୍ଥିତ ଥିଲେ। ଓଡ଼ିଶାରେ ପୂର୍ବରୁ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଗୁଡିକୁ ଯେପରି ଲୋକ ପସନ୍ଦ କରିଥିଲେ ଏବଂ ଆମ ରାଜ୍ୟ ସରକାର ପ୍ରମୋଦ କର ଛାଡ଼ କରିଥିଲେ ସେହିପରି ଏହି ଚଳଚ୍ଚିତ୍ର ଟିକୁ ମଧ୍ୟ ଦୃଷ୍ଟି ଦେବେ ବୋଲି ଆଶା ପ୍ରକଟ କରିଛନ୍ତି।

ପୂର୍ବତନ ସରପଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରଠାରେ ‘ଇନୋଭେସନ ଫେଷ୍ଟିଭାଲ-୨୦୨୬’ ଉଦଘାଟିତ

March 1, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 1, 2026

ଆଜି ଭାରତ ଦ୍ରୁତ ଗତିରେ ବିଶ୍ୱ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ପ୍ରଧାନମନ୍ତ୍ରୀ

March 1, 2026

ଦୁଇ ଦିନିଆ ୟୁ-ଡାଇସ୍ ପ୍ଲସ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦଯାପିତ 

March 1, 2026
Latest News

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରଠାରେ ‘ଇନୋଭେସନ ଫେଷ୍ଟିଭାଲ-୨୦୨୬’ ଉଦଘାଟିତ

March 1, 2026

ଆଦିବାସୀ ଉନ୍ନତିକୁ ଗତି: କଳା, ସଂସ୍କୃତି ଓ ଉଦ୍ୟୋଗର ବିକାଶ ପାଇଁ ନୂତନ ପଦକ୍ଷେପ 

March 1, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 1, 2026

ଆଜି ଭାରତ ଦ୍ରୁତ ଗତିରେ ବିଶ୍ୱ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ପ୍ରଧାନମନ୍ତ୍ରୀ

March 1, 2026

ଦୁଇ ଦିନିଆ ୟୁ-ଡାଇସ୍ ପ୍ଲସ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦଯାପିତ 

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.