Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଘୋଷଣା ହେଲା ଓଡିଶା ବିଜ୍ଞାନ ଏକାଡେମୀ ପୁରସ୍କାର, ସୁଧାକାର ପଣ୍ଡାଙ୍କୁ ବିଜୁ ସମ୍ମାନ
ଜାତୀୟ ଖବର

ଘୋଷଣା ହେଲା ଓଡିଶା ବିଜ୍ଞାନ ଏକାଡେମୀ ପୁରସ୍କାର, ସୁଧାକାର ପଣ୍ଡାଙ୍କୁ ବିଜୁ ସମ୍ମାନ

May 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ଓଡିଶା ବିଜ୍ଞାନ ଏକାଡେମୀ ପୁରସ୍କାର, ସୁଧାକାର ପଣ୍ଡାଙ୍କୁ ସର୍ବୋଚ୍ଚ ସମ୍ମାନ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡାଙ୍କୁ ବୈଜ୍ଞାନିକ ଉତ୍କର୍ଷ ପାଇଁ ‘ବିଜୁ ପଟ୍ଟନାୟକ ପୁରସ୍କାର’ ପ୍ରଦାନ କରାଯିବ। ପୁରସ୍କାର ବାବଦରେ ତାଙ୍କୁ ୨ ଲକ୍ଷ ଟଙ୍କା ମାନରାଶି ସମେତ ପ୍ରଶସ୍ତିପତ୍ର ଓ ଉପଢ଼ୌକନ ପ୍ରଦାନ କରାଯିବ।

ରେଭେନ୍ସା ବିଶ୍ୱବିଦ୍ୟାଳୟର ଜୀବବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରଫେସର ଲୁନା ସାମନ୍ତ, ଭୁବନେଶ୍ୱରସ୍ଥିତ ଆଇଏମ୍‌ଏମ୍‌ଟିର ଭୌତିକ ବିଜ୍ଞାନ ମୁଖ୍ୟ ଡ. ଦଣ୍ଡ ଶ୍ରୀନିବାସ ରାଓ, ରାଉରକେଲାସ୍ଥିତ ଏନ୍‌ଆଇଟିର ପ୍ରଫେସର ଅନୁପ କୁମାର ପଣ୍ଡାଙ୍କ ସମେତ ଲକ୍ଷ୍ନୌସ୍ଥିତ ଜାତୀୟ ଉଦ୍ଭିଦ ବିଜ୍ଞାନ ଗବେଷଣା ସଂସ୍ଥାର ବୈଜ୍ଞାନିକ ଡ. ସରୋଜକାନ୍ତ ବାରିକଙ୍କୁ ‘ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ପ୍ରଦାନ କରାଯିବ  ଉପରୋକ୍ତ ଚାରିଜଣଙ୍କୁ ଏକ ଲକ୍ଷ ଟଙ୍କା ମାନରାଶି ସାଙ୍ଗକୁ ପ୍ରଶସ୍ତିପତ୍ର ଓ ଉପଢ଼ୌକନ ପ୍ରଦାନ କରାଯିବ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ଜୀବବିଜ୍ଞାନ ବିଭାଗର ପୋଷ୍ଟ ଡକଫରାଲ ଫେଲୋ ଡ. ଶଶାଙ୍କ ଶେଖର ସ୍ୱାଇଁ, ନାଇଜରର ଭୌତିକ ବିଜ୍ଞାନ ବିଭାଗର ଡ. ନିବେଦିତା ଦାଶ, ଏନ୍‌ଆଇଟି ରାଉରକେଲାର ସହକାରୀ ପ୍ରଫେସର ଡ. ଜ୍ଞାନରଞ୍ଜନ ସେନାପତି ଓ ନାଇଜରର ଆସିଷ୍ଟାଣ୍ଟ ପ୍ରଫେସର ଡ. ସତ୍ୟପ୍ରସାଦ ପି. ସେନାନାୟକଙ୍କୁ କୃତୀ ଯୁବବୈଜ୍ଞାନିକ ଭାବରେ ପୁରସ୍କୃତ କରାଯିବ।

ପ୍ରଫେସର ସଂଗୀତା ରଥ ଓ ହିମାଂଶୁ ଶେଖର ଫତେସିଂହଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ପ୍ରଦାନ କରାଯିବ। ଯୁବବୈଜ୍ଞାନିକ ପୁରସ୍କାର ଓ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ବାବଦରେ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କାର ମାନରାଶି ସାଙ୍ଗକୁ ଉପଢ଼ୌକନ ଓ ପ୍ରଶସ୍ତିପତ୍ର ପ୍ରଦାନ କରାଯିବ।

ଏହା ବ୍ୟତୀତ ପ୍ରଫେସର ଭାସ୍କର ଚନ୍ଦ୍ର ଦାଶ, ପ୍ରଫେସର ସତ୍ୟାନନ୍ଦ ସ୍ୱାଇଁ ଓ ପ୍ରଫେସର ଅଜୟ କୁମାର ପାତ୍ର ବରିଷ୍ଠ ବୈଜ୍ଞାନିକ ଭାବରେ ସମ୍ବର୍ଦ୍ଧିତ ହେବେ। ଉପରୋକ୍ତ ବୈଜ୍ଞାନିକମାନଙ୍କୁ ନିକଟ ଭବିଷ୍ୟତରେ ଏକ ରାଜ୍ୟସ୍ତରୀୟ ସମାରୋହରେ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯିବ।

ଓଡିଶା ବିଜ୍ଞାନ ଏକାଡେମୀ ପୁରସ୍କାର ପ୍ରଫେସର ସୁଧାକର ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.