Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶରେ କଂଗ୍ରେସ କମିଙ୍ଗି, ହେଲେ ଓଡିଶାରେ କଂଗ୍ରେସ ଗୋଇଁଙ୍ଗି…
ଜାତୀୟ ଖବର

ଦେଶରେ କଂଗ୍ରେସ କମିଙ୍ଗି, ହେଲେ ଓଡିଶାରେ କଂଗ୍ରେସ ଗୋଇଁଙ୍ଗି…

May 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
congress
ଦେଶର କଂଗ୍ରେସ କମିଙ୍ଗି, ହେଲେ ଓଡିଶାରେ କଂଗ୍ରେସ ଗୋଇଁଙ୍ଗି...

ଭୁବନେଶ୍ବର: କଂଗ୍ରେସ ନେତା ତଥା ବିଧାୟକ ସୁର ରାଉତରାୟଙ୍କ ଏକ ବକ୍ତବ୍ୟ ହେଲା କଂଗ୍ରେସ କମିଙ୍ଗି। ହେଲେ ବର୍ତ୍ତମାନ ପରିସ୍ଥିତିକୁ ଅନୁଧ୍ୟାନ କଲେ ସେହି ବକ୍ତବ୍ୟ ହେବ, ଦେଶରେ କଂଗ୍ରେସ କମିଙ୍ଗ, ହେଲେ ଓଡିଶାରେ କଂଗ୍ରେସ ଗୋଇଙ୍ଗି। କାରଣ ଜାତୀୟ ସ୍ତରରେ ବର୍ତ୍ତମାନ କଂଗ୍ରେସ ସ୍ଥିତିରେ ସୁଧାର ଆସୁଥିବା ବେଳେ ଓଡିଶାରେ ତାହା ହୋଇପାରୁ ନାହିଁ।

ବର୍ତ୍ତମାନ ଝାରସୁଗୁଡା ଉପନିର୍ବାଚନ ଫଳାଫଳକୁ ବିଚାରକୁ ନିଆଯାଉ। ସେଠାରେ କଂଗ୍ରେସର ଦୟନୀୟ ଅବସ୍ଥା ହେଲା। ଅମାନତ ହରାଇଲା। ସେତିକି ନୁହେଁ ଗତ ନିର୍ବାଚନରେ କଂଗ୍ରେସକୁ ଲୋକେ ଯେତିକି ଭୋଟ ଦେଇଥିଲେ ଏଥର ସେତିକି ମଧ୍ୟ  ଦେଲେ ନାହିଁ। ଉଭୟ ବିଜେଡି ଓ ବିଜେପିର ଭୋଟ ପ୍ରତିଶତ ବୃଦ୍ଧି ପାଇଥିଲା ବେଳେ କଂଗ୍ରେସ ଭୋଟ ହରାଇଛି।

ଭୋଟ ଗଣନାରୁ ଜଣାପଡିଛି ଯେ, ଝାରସୁଗୁଡାରେ କଂଗ୍ରେସ ମୋଟ ୪୪୯୬ ଖଣ୍ଡ ଭୋଟ ମିଳିଛି। ହେଲେ ଗତ ବିଧାନସଭା ନିର୍ବାଚନରେ କଂଗ୍ରେସ ୧୮୮୨୩ ଖଣ୍ଡ ଭୋଟ ହାତେଇଥିଲେ। ଫଳରେ ଏହି ଉପନିର୍ବାଚନରେ କଂଗ୍ରେସ ୧୪ ୩୨୭ ଖଣ୍ଡ ଭୋଟ ହରାଇଛି। ଏକ ବଡ ବ୍ୟବଧାନ ସୃଷ୍ଟି ହୋଇଛି। କଂଗ୍ରେସ ଜଣେ ଯୁବ ତଥା ପୂର୍ବତନ ବିଧାୟକଙ୍କ ପୁଅଙ୍କୁ ପ୍ରାର୍ଥୀ କରିଥିଲା। ତଥାପି ଏପରି ଦୟନୀୟ ଅବସ୍ଥା ହେବାକୁ ନେଇ କଂଗ୍ରେସ ଚିନ୍ତା କରିବାର ଆବଶ୍ୟକ ରହିଛି।

ଅନ୍ୟପକ୍ଷରେ ଦେଖିଲେ ଉଭୟ ବିଜେଡି ଓ ବିଜେପି ଗତ ବିଧାନସଭା ନିର୍ବାଚନ ଅପେକ୍ଷା ଅଧିକ ଭୋଟ ହାତେଇଛନ୍ତି। ଗତଥର ବିଜେଡି ୯୮୬୨୦ ଖଣ୍ଡ ଭୋଟ ପାଇଥିବା ବେଳେ ଏଥର ଉପନିର୍ବାଚନରେ ଦୀପାଳି ୧୦୭୧୯୮ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି ଗତ ବିଧାନସଭା ନିର୍ବାଚନରେ ବିଜେପି ୫୨୯୨୧ ଖଣ୍ଡ ଭୋଟ ହାସଲ କରିଥିବା ବେଳେ ଏଥର ବିଜେପକୁ ମିଳିଛି ୫୮୪୭୭ ଖଣ୍ଡ ଭୋଟ। ଅର୍ଥାତ ଗତ ବିଧାନସଭା ନିର୍ବାଚନରୁ ବିଜେଡି ୮୫୭୮ ଖଣ୍ଡ ଏବଂ ବିଜେପି ୫୫୫୬ ଖଣ୍ଡ ଅଧିକ ଭୋଟ ହାସଲ କରିଛନ୍ତି।

ଏଥର କଂଗ୍ରେସ ନୂଆ ନେତୃତ୍ବ ନୂଆ ପ୍ରାର୍ଥୀଙ୍କୁ ଧରି ନିର୍ବାଚନ ମଇଦାନରେ ଓହ୍ଲାଇଥିଲା। ନୂଆ ନେତୃତ୍ବ ମଧ୍ୟରେ ସଭାପତି ଶରତ ପଟ୍ଟନାୟକ ଏବଂ ପ୍ରଚାର କମିଟ ଅଧ୍ୟକ୍ଷ ବିଜୟ ପଟ୍ଟନାୟକ। ସମସ୍ତେ ଆଶା କରିଥିଲେ ବିଜୟ ପଟ୍ଟନାୟକଙ୍କ ପ୍ରଶାସନିକ ଅଭିଜ୍ଞତାକୁ ପାଥେୟ କରି ଝାରସୁଗୁଡାରେ କିଛି କରି ଦେଖାଇବେ। ହେଲେ ତାହା ଫସର ଫାଟିଛି। ନା ଶରତ ନା ବିଜୟ କାହାକୁ ହେଲେ ଭୋଟର ପସନ୍ଦ କଲେ ନାହିଁ।

BJD BJP jharsuguda Odisha Congress ଓଡିଶା କଂଗ୍ରେସ କଂଗ୍ରେସ ଝାରସୁଗୁଡା ଉପନିର୍ବାଚନ ବିଜୟ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.