ଓଡିଶାରେ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ, ଆସନ୍ତାକାଲି ଉଦଘାଟନ

Published: May 17, 2023, 6:58 pm IST

ପୁରୀ: ଆସନ୍ତାକାଲି ବହୁ ପ୍ରତୀକ୍ଷିତ ବନ୍ଦେ ଭାରତ ଏକ୍ସପ୍ରେସ ଓଡିଶାରେ ଗଡିବ। ଏହି ଦ୍ରୁତଗାମୀ ଟ୍ରେନଟି ଓଡିଶାରେ କେବେ ଗଡିବ ବୋଲି ଅପେକ୍ଷା କରାଯାଇଥିଲା। ବର୍ତ୍ତମାନ ତାହା ସତ ହେବାକୁ ଯାଉଛି। ଏଥିପାଇଁ ପୁରୀ ଷ୍ଟେସନରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଭର୍ଚ୍ୟୁୟାଲି ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ରେଳମନ୍ତ୍ରୀ ଅଶ୍ବନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ପିନାକୀ ମିଶ୍ର, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ପ୍ରମୁଖ ଯୋଗଦେବେ।

ହାଓଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌ ହାଓଡ଼ା ଠାରୁ ସକାଳ ୬ଟା ୧୦ରୁ ବାହାରି ପୁରୀରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚିବ। ଏହି ଯାତ୍ରା ସମୟରେ ଖଡ଼ଗପୁରରେ ୭ଟା ୪୦, ବାଲେଶ୍ବରରେ ୯ଟା ୩, ଭଦ୍ରକରେ ୯ ଟା ୪୦, ଯାଜପୁର-କେନ୍ଦୁଝର ରୋଡରେ ୧୦ଟା ୭, କଟକରେ ୧୦ଟା ୫୦, ଭୁବନେଶ୍ବରରେ ୧୧ଟା ୨୦ ଓ ଖୋର୍ଦ୍ଧା ରୋଡରେ ୧୧ଟା ୪୨ ମିନିଟରେ ପହଞ୍ଚିବ।

Related posts