Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶା ଆସିବେ ଅମିତ ସାହା, ପଟ୍ଟଶିଷ୍ୟ ଧର୍ମେନ୍ଦ୍ରଙ୍କ ପାଇଁ କରିବେ ଜନସଂପର୍କ ଯାତ୍ରା
ଜାତୀୟ ଖବର

ଓଡିଶା ଆସିବେ ଅମିତ ସାହା, ପଟ୍ଟଶିଷ୍ୟ ଧର୍ମେନ୍ଦ୍ରଙ୍କ ପାଇଁ କରିବେ ଜନସଂପର୍କ ଯାତ୍ରା

June 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
AmitShah
ଓଡିଶା ଆସିବେ ଅମିତ ସାହା, ପଟ୍ଟଶିଷ୍ୟ ଧର୍ମେନ୍ଦ୍ରଙ୍କ ପାଇଁ କରିବେ ଜନସଂପର୍କ ଯାତ୍ରା

ଭୁବନେଶ୍ବର: ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ଚାଣକ୍ୟ ଅମିତ ସାହା। ଆସନ୍ତା ୧୭ ତାରିଖରେ ସେ ଓଡିଶା ଆସି ଢେଙ୍କାନାଳରେ କରିବେ ଜନ ସଂପର୍କ ଯାତ୍ରା। ଏହି ଆସନରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥର ଲଢେଇ କରିବେ। ସେଥିପାଇଁ ସାହା ତାଙ୍କ ପଟ୍ଟଶିଷ୍ୟଙ୍କ ପାଇଁ ଢେଙ୍କାନାଳରୁ ଆରମ୍ଭ କରିବେ ଓଡିଶାର ଜନସଂପର୍କ ଯାତ୍ରା।

ଓଡିଶାରେ ଏହି ଯାତ୍ରାକୁ ସଫଳ କରାଇବା ପାଇଁ ଖୋଦ ଧର୍ମେନ୍ଦ୍ରଙ୍କ ସହିତ ପୁରା ବିଜେପି ଟିମ ଜୋରଦାର ଲାଗିପଡିଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ଆରମ୍ଭ କରିଛି ଜନ ସଂପର୍କ ଯାତ୍ରା। ଏଥିରେ ଯେଉଁ ଆସନରେ ବିଜେପି ସାଂସଦ ନାହାଁନ୍ତି ସେହିସବୁ ଆସନରେ ଏହି ଯାତ୍ରା କରାଯିବ। ସେହି ପରିପ୍ରେକ୍ଷାରେ ଓଡିଶାରେ ଏହି ଯାତ୍ରା ଢେଙ୍କାନାଳ ଆସନରୁ ଆରମ୍ଭ ହେବ।

ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଭିଯାନରେ ସାରା ଦେଶରେ ୫୧ଟି ‘ମହାରାଲି’ ଆୟୋଜନ କରାଯିବ। ଏଥିରୁ ଓଡିଶାରେ ୪ଟି ‘ମହାରାଲି’ ହେବ। ଓଡିଶାର ଏହି ଚାରୋଟି ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ସାହା, ରାଜାନାଥ ସିଂ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ରାଜ୍ୟ ବିଜେପି ତରଫରୁ ବ୍ୟାପକ ଆୟୋଜନ ମଧ୍ୟ କରାଯାଉଛି।

ଓଡିଶା ରାଜନୀତି ପରିପ୍ରେକ୍ଷୀରେ ବର୍ତ୍ତମାନ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଢେଙ୍କାନାଳ ଆସନ ଉପରେ ପୁରା ଫୋକସ କରିଛନ୍ତି। ସେ ବର୍ତ୍ତମାନ ଦିଲ୍ଲୀ ଛାଡି ଢେଙ୍କାନାଳରେ ଡେରା ପକାଇଛନ୍ତି। ଗାଁକୁ ଗାଁ ବୁଲିବୁଲି ସେ ଲୋକ ସଂପର୍କ ଯୋଡିବାରେ ଲାଗିଛି। ଏହି ସମୟରେ ଅମିତ ସାହା ଆସି ଢେଙ୍କାନାଳରୁ ପ୍ରଚାର କରିବା ତାଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଆଣି ଦେଇଛି।

ଧର୍ମେନ୍ଦ୍ର କୌଣସି ଲୋକସଭା ନିର୍ବାଚନରେ ପ୍ରତିଦ୍ବନ୍ଦିତା ନ କରି ରାଜ୍ୟସଭାରୁ ଜିତି କେନ୍ଦ୍ରରେ ମନ୍ତ୍ରୀ ହୋଇଛନ୍ତି। ହେଲେ ଏଥର ଆଉ ରାଜ୍ୟସଭା ସଦସ୍ୟଙ୍କୁ ମନ୍ତ୍ରୀପଦ ଦିଆ ଯିବ ନାହିଁ ବୋଲି ଜଣାପଡିବା ପରେ ଧର୍ମେନ୍ଦ୍ର ଢେଙ୍କାନାଳରୁ ଲଢେଇ କରିବା ପାଇଁ ଅଣ୍ଟା ଭିଡିଛନ୍ତି।

ଏହି ଆସନରୁ ବର୍ତ୍ତମାନ ମହେଶ ସାହୁ ବିଜେଡି ସାଂସଦ ଅଛନ୍ତି। ବିଜେଡି ଏଥର ମହେଶଙ୍କୁ ଟିକେଟ ନ ଦେଇ ଅନ୍ୟ କାହାକୁ ଦେବ ବୋଲି ନିଷ୍ପତି କରିଛି। ଫଳରେ ବିଜେଡି ପ୍ରାର୍ଥୀ ଉପରେ ଧର୍ମେନ୍ଦ୍ରଙ୍କ ହାରିବା ଜିତିବା ନିର୍ଭର କରୁଛି।

amitshah ଅମିତ ସାହା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.