Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୁନେରେ ‘ଚତୁର୍ଥ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରୀସ୍ତରୀୟ ବୈଠକ’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ
ଜାତୀୟ ଖବର

ପୁନେରେ ‘ଚତୁର୍ଥ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରୀସ୍ତରୀୟ ବୈଠକ’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

June 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପୁନେ: ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ନିବେଶ କଲେ ମାନବ ଜାତିର ପ୍ରଗତିରେ ହିଁ ନିବେଶ ହୋଇଥାଏ। ଜି-୨୦ର ରାଷ୍ଟ୍ର ସମୂହ ଓ ସଦସ୍ୟମାନେ ଜ୍ଞାନ, କୌଶଳ, ସାମାଜିକ ଆର୍ଥିକ ଦୂରତାକୁ ହ୍ରାସ କରିବା ସହ ଜୀବନବ୍ୟାପୀ ଶିକ୍ଷା ଗ୍ରହଣର ସୁଯୋଗ ମାଧ୍ୟମରେ ନାଗରିକଙ୍କୁ ସଶକ୍ତ କରିବା ସହ ଏକ ସମୃଦ୍ଧ ବିଶ୍ୱ ଗଢିବା ପାଇଁ ଆଗେଇ ଆସିବା ଖୁସିର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ପୁନେରେ ଅନୁଷ୍ଠିତ ‘ଚତୁର୍ଥ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରୀସ୍ତରୀୟ ବୈଠକ’ରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀର ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ ଶିକ୍ଷାକୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଏବଂ ଫଳାଫଳର ପ୍ରତିବଦ୍ଧତାକୁ ଦୋହରାଇଛି। ସବୁ ଦେଶ ନାଗରିକଙ୍କୁ ଶିକ୍ଷା ଏବଂ ଦକ୍ଷତା ଉପରେ ଅଧିକ ପ୍ରଧାନ୍ୟ ଦେବା ସହ ନାଗରିକଙ୍କ ଶିକ୍ଷା ଆହରଣକୁ ଜୀବନବ୍ୟାପୀ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ରହିବାକୁ ହେବ।

ଜି-୨୦ ବୈଠକରେ ଉଦଘାଟନୀ ସମାରୋହରେ ବିଭିନ୍ନ ଦେଶର ମନ୍ତ୍ରୀ, ପ୍ରତିନିଧି ମଣ୍ଡଳି ଓ ୟୁନିସ୍କୋ, ୟୁନିସେଫ ଓ ଓଇସିଡି ସହ ଆଲୋଚନା କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଜି -୨୦ ବୈଠକ ମନ୍ତ୍ରୀସ୍ତରୀୟ ଆଲୋଚନାରୁ ଉର୍ଦ୍ଧ୍ୱକୁ ଯାଇ ସ୍କୁଲ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ଦକ୍ଷତା ପରିସଂସ୍ଥାନର ୫.୨ କୋଟିରୁ ଉର୍ଦ୍ଧ୍ୱ ଷ୍ଟେକହୋଲଡର ଯୋଡି ହେବା ଖୁସିର ବିଷୟ। ଏହା ହିଁ ବାସ୍ତବରେ ବସୁଧୈବ କୁଟୁମ୍ବକମ କଥାବସ୍ତୁ ତଥା ଗୋଟିଏ ପୃଥିବୀ, ଗୋଟିଏ ପରିବାର ଏବଂ ଗୋଟିଏ ଭବିଷ୍ୟତର ଆତ୍ମାକୁ ପ୍ରତିଫଳିତ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଚାରରେ ମାନବ ଜାତିର କଲ୍ୟାଣ ଏବଂ ଗୁଣାତ୍ମକ ଶିକ୍ଷା ସହ ସୁଶାସନ ହେଉଛି ଭାରତର ଉଦ୍ଦେଶ୍ୟ। ଆମକୁ ସୁନିଶ୍ଚିତ କରିବାକୁ ପଡିବ ଯେ ସମଗ୍ର ବିଶ୍ୱର ଶିଶୁ ଓ ଯୁବପିଢି ସାମଗ୍ରିକ ଶିକ୍ଷାରୁ କିପରି ଲାଭ ପାଇବେ ଏବଂ ଏକବିଂଶ ଶତାବ୍ଦୀର କୌଶଳରେ ସଶକ୍ତ ହେବେ। ବ୍ରାଜିଲର ଅଧ୍ୟକ୍ଷତାରେ ଆଗାମୀ ଦିନରେ ହେବାକୁ ଥିବା ଜି-୨୦ ବୈଠକକୁ ଭାରତ ସମର୍ଥନ କରୁଛି। ଶିକ୍ଷା କ୍ଷେତ୍ରରେ ଥିବା ଆହ୍ୱାନକୁ ଚିହ୍ନଟ କରିବାରେ ଭାରତ ବ୍ରାଜିଲ ସହ କାର୍ଯ୍ୟ କରିବ ତଥା ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପକୁ ସକରାତ୍ମକ ପରିବର୍ତ୍ତନର ପ୍ରେରକ ଭାବେ ଉପସ୍ଥାପନା କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ସାଉଦି ଆରବର ଶିକ୍ଷା ମନ୍ତ୍ରୀ ୟୋସେଫ୍ ଅଲ୍ ବେନୟାନଙ୍କ ସହ ଉଚ୍ଚ ଶିକ୍ଷାରେ ଭାରତୀୟ ଛାତ୍ରଛାତ୍ରୀଙ୍କୁ ବୃତ୍ତି ତଥା ବିଶେଷ ଭାବରେ ଉର୍ଜା ଓ ପେଟ୍ରୋକେମିକାଲ କ୍ଷେତ୍ରରେ ସୁଯୋଗ ପ୍ରଦାନ କରିବା ଦିଗରେ ଆଲୋଚନା କରିଥିଲେ। ଅନୁରୂପ ଭାବେ ଜାପାନର ଶିକ୍ଷା ମନ୍ତ୍ରୀ ନାଗୋକା କେକୋଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଅଧିକ ସହଭାଗିତା ନେଇ ସମ୍ପର୍କକୁ ମଜଭୂତ କରିବା ନେଇ ଚର୍ଚ୍ଚା ହୋଇଥିଲା। ଭାରତର ପ୍ରତିଭାଶାଳୀ ମାନବ ସମ୍ବଳ ଓ ଜାପାନର କ୍ଷମତା ଉଭୟ ଦେଶ ପାଇଁ ଅନେକ ସମ୍ଭାବନା ରଖିଛି। ଭାରତ ଏବଂ ଜାପାନ ଏକବିଂଶ ଶତାବ୍ଦୀର ଆବଶ୍ୟକତା ଅନୁସାରେ କୌଶଳ, ପାଠ୍ୟକ୍ରମର ବିକାଶ ଏବଂ ପ୍ରଯୁକ୍ତିବିଦ୍ୟା ଗବେଷଣା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ କାର୍ଯ୍ୟ କରିପାରିବେ।

ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ କଲେଜ୍ ଅଫ୍ ଇଞ୍ଜିନିୟରିଂ ପୁନେ ଟେକ୍ନୋଲୋଜି ୟୁନିଭର୍ସିଟିରେ ଇନୋଭେସନ, ଡିଜାଇନ ଓ ଏଣ୍ଟରପ୍ରିନେୟରସିପ ବୁଟ୍ କ୍ୟାମ୍ପର ଉଦଘାଟନ କରିଥିଲେ। ଏହି ବୁଟ୍ କ୍ୟାମ୍ପ ଦେଶର ଯୁବପିଢିଙ୍କୁ ବଡ଼ ଭାବିବା ଓ ବଡ଼ ସ୍ୱପ୍ନ ଦେଖିବା ପାଇଁ ଅନୁପ୍ରାଣିତ କରିବ ଏବଂ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର ଭାବରେ ପରିଣତ କରିବାରେ ସହାୟକ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି।

ଜି-୨୦ ଧର୍ମେନ୍ଦ୍ର ପ୍ରଧାନ ପୁନେ ମନ୍ତ୍ରୀସ୍ତରୀୟ ବୈଠକ ଶିକ୍ଷା ଓ ଦକ୍ଷତା ବିକାଶ ଶିକ୍ଷା ଓ୍ୱାର୍କିଂ ଗ୍ରୁପ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026
Latest News

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.