Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶା ସମେତ ୧୯ ରାଜ୍ୟକୁ ମିଳିଲା ୬,୧୯୪ କୋଟି ୪୦ ଲକ୍ଷ ଟଙ୍କାର ଏସଡିଆରଏଫ ଅନୁଦାନ
ଜାତୀୟ ଖବର

ଓଡ଼ିଶା ସମେତ ୧୯ ରାଜ୍ୟକୁ ମିଳିଲା ୬,୧୯୪ କୋଟି ୪୦ ଲକ୍ଷ ଟଙ୍କାର ଏସଡିଆରଏଫ ଅନୁଦାନ

July 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏସଡିଆରଏଫ) ଅଧୀନରେ ଓଡ଼ିଶା ସମେତ ୧୯ଟି ରାଜ୍ୟ ପାଇଁ ୬,୧୯୪ କୋଟି ୪୦ ଲକ୍ଷ ଟଙ୍କାର କେନ୍ଦ୍ରୀୟ ଅନୁଦାନ ଯୋଗାଇ ଦେବା ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି। ଏହି ଅର୍ଥରାଶି ମଧ୍ୟରେ ୨୦୨୨-୨୩ ଆର୍ଥିକ ପାଇଁ ୪ଟି ରାଜ୍ୟ – ଛତିଶଗଡ଼, ମେଘାଳୟ, ତେଲଙ୍ଗାନା ଓ ଉତ୍ତର ପ୍ରଦେଶକୁ ଏସଡିଆରଏଫ ବାବଦରେ କେନ୍ଦ୍ର ସରକାରଙ୍କ ଭାଗ ଆକାରରେ ୧୨୦୯ କୋଟି ୬୦ ଲକ୍ଷ ଟଙ୍କା ସାମିଲ ରହିଛି। ଏହାଛଡ଼ା ୧୫ଟି ରାଜ୍ୟ – ଓଡିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଗୋଆ, ହରିୟାଣା, ହିମାଚଳ ପ୍ରଦେଶ, କେରଳ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ପଞ୍ଜାବ, ତାମିଲନାଡୁ, ତ୍ରିପୁରା ପାଇଁ ୨୦୨୩-୨୪ ଆର୍ଥିକ ବର୍ଷର ଏସଡିଆରଏଫ ବାବଦ ୪୯୮୪ କୋଟି ୮୦ ଲକ୍ଷ ଟଙ୍କା ସାମିଲ ରହିଛି। ଏହି ଅର୍ଥରାଶିକୁ ବର୍ତ୍ତମାନର ମୌସୁମୀ ଋତୁ ସମୟରେ ବିପର୍ଯ୍ୟୟ ଜନିତ ସହାୟତା ଓ ଥଇଥାନ କାର୍ଯ୍ୟ ପାଇଁ ବିନିଯୋଗ କରାଯିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୯ଟି ରାଜ୍ୟକୁ ଏସଡିଆରଏଫ ଅଧୀନରେ କେନ୍ଦ୍ରୀୟ ଅନୁଦାନ ଆକାରରେ ୩୬୪୯ କୋଟି ଟଙ୍କା ଯୋଗାଇ ଦେବାକୁ ପୂର୍ବରୁ ଅନୁମତି ଦେଇସାରିଛନ୍ତି। ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିସ ଆଧାରରେ, କେନ୍ଦ୍ର ସରକାର ୨୦୨୧-୨୨ ଠାରୁ ୨୦୨୫-୨୬ ପର୍ଯ୍ୟନ୍ତ ଏସଡିଆରଏଫ ଅଧୀନରେ ୧,୨୮,୧୨୨.୪୦ କୋଟି ଟଙ୍କା ଆବଣ୍ଟନ କରିଛନ୍ତି।

ଅମିତ ଶାହା ଏସଡିଆରଏଫ ଓଡିଶା କେନ୍ଦ୍ର ସମବାୟ ମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.