Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଏବଂ ୟୁଏଇ ଗସ୍ତ
ଜାତୀୟ ଖବର

ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଏବଂ ୟୁଏଇ ଗସ୍ତ

July 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯାଉଛନ୍ତି। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍‌‍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଆଜିଠୁ ପ୍ୟାରିସ ଗସ୍ତ କରୁଛନ୍ତି। ଆସନ୍ତାକାଲି ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବରେ ଯୋଗଦେବେ, ଯେଉଁଠାରେ ଭାରତୀୟ ସଶସ୍ତ୍ର ବାହିନୀ ପକ୍ଷରୁ ତିନିଟି ଦଳ ଅଂଶଗ୍ରହଣ କରୁଛନ୍ତି।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମାକ୍ରୋନ୍‌‍ଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିବେ। ରାଷ୍ଟ୍ରପତି ମାକ୍ରୋନ୍ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ଏକ ସରକାରୀ ଭୋଜି ସହିତ ଏକ ବ୍ୟକ୍ତିଗତ ରାତ୍ରୀଭୋଜନର ମଧ୍ୟ ଆୟୋଜନ କରିବେ।

ପ୍ରଧାନମନ୍ତ୍ରୀ ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କ ସହିତ ସିନେଟ ଏବଂ ଫ୍ରାନ୍ସର ନେସନାଲ ଆସେମ୍ଳିର ସଭାପତିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ ଫ୍ରାନ୍ସରରେ ଥିବା ପ୍ରବାସୀ ଭାରତୀୟ, ଭାରତୀୟ ଏବଂ ଫରାସୀ କମ୍ପାନୀର ସିଇଓ ଏବଂ ଫ୍ରାନ୍ସର ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ ପୃଥକ ଭାବରେ ଆଲୋଚନା କରିବେ।

ଚଳିତ ବର୍ଷ ଭାରତ – ଫ୍ରାନ୍ସ ରଣନୀତିକ ସହଯୋଗର ୨୫ ତମ ବାର୍ଷିକୀ ପାଳନ କରାଯାଉଛି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଭବିଷ୍ୟତ ପାଇଁ ରଣନୀତିକ, ସାଂସ୍କୃତିକ, ବୈଜ୍ଞାନିକ, ଶିକ୍ଷା ଏବଂ ଅର୍ଥନୈତିକ ସହଯୋଗ ଭଳି ବିଭିନ୍ନ କ୍ଷେତ୍ରରେ ସହଭାଗିତାର ରୂପରେଖ ପ୍ରସ୍ତୁତ କରିବାର ସୁଯୋଗ ପ୍ରଦାନ କରିବ।

ଏହା ପରେ ପ୍ରଧାନମନ୍ତ୍ରୀ ଜୁଲାଇ ୧୫ ତାରିଖରେ ଆବୁଧାବି ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ୟୁଏଇର ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଶେଖ ମହମ୍ମଦ ବିନ୍‍ ଜାୟେଦ ଅଲ ନାହ୍ୟାନଙ୍କ ସହିତ ଆଲୋଚନା କରିବେ। ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ କ୍ରମାଗତ ଭାବରେ ମଜବୁତ ହୋଇଛି ଏବଂ ଶକ୍ତି, ଶିକ୍ଷା, ସ୍ୱାସ୍ଥ୍ୟସେବା, ଖାଦ୍ୟ ନିରାପତ୍ତା, ଫିନଟେକ୍‌, ପ୍ରତିରକ୍ଷା ଏବଂ ସଂସ୍କୃତି ଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ଆଗକୁ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏକ ସୁଯୋଗ ହେବ। ଏହା ମଧ୍ୟ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ସହଯୋଗ ଉପରେ ଆଲୋଚନା କରିବାର ଏକ ସୁଯୋଗ ହେବ, ବିଶେଷକରି ୟୁଏନଏଫସିସିର ସିଓପି-୨୮ ର ୟୁଏଇର ରାଷ୍ଟ୍ରପତି ଏବଂ ଭାରତର ଜି -୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଯେଉଁଥିରେ ୟୁଏଇ ଏକ ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଅଟେ।

ଇମାନୁଏଲ୍ ମାକ୍ରୋନ୍ ନରେନ୍ଦ୍ର ମୋଦୀ ଫ୍ରାନ୍ସ ସଂଯୁକ୍ତ ଆରବ ଏମିରେଟ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.