Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ୯୦ ବର୍ଷ ବୟସରେ କଲେ ପଦାର୍ପଣ
ଜାତୀୟ ଖବର

ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ୯୦ ବର୍ଷ ବୟସରେ କଲେ ପଦାର୍ପଣ

August 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Biswabhusan
ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ୯୦ ବର୍ଷ ବୟସରେ କଲେ ପଦାର୍ପଣ

ଭୁବନେଶ୍ବର, ଆଜି ୯୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ଛତିଶଗଡର ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ବଭୂଷଣ ହରିଚନ୍ଦନ। ୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ବିଶ୍ବଭୂଷଣ ।

ଓଡିଶା ରାଜନୈତିକ ଇତିହାସରେ ସେ ହେଉଛନ୍ତି ଜଣେ ବେଶ୍ ପରିଚିତ ବ୍ୟକ୍ତିତ୍ବ। ଭାରତୀୟ ଜନସଂଘରୁ ରାଜନୈତିକ ଜୀବନ ଆରମ୍ଭ କରି ଆନ୍ଧ୍ର ପ୍ରଦେଶ ଏବଂ ଏବେ ଛତିଶଗଡର ରାଜ୍ୟପାଳ ହେବା କିଛି ସହଜ କଥା ନୁହେଁ।

ବିଶ୍ବଭୂଷଣଙ୍କ ରାଜନୈତିକ ଜୀବନ ବେଶ ଲମ୍ବା। ସେ ପ୍ରଥମେ ୧୯୭୧ ମସିହାରେ ଭାରତୀୟ ଜନସଂଘରେ ସାମିଲ ହୋଇଥିଲେ।୧୯୭୭ ମସିହାରେ ଜନତା ପାର୍ଟି ଗଠନ ହେବା ପର୍ଯ୍ୟନ୍ତ ସେ ଜନସଂଘର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାଜ୍ୟ ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିଥିଲେ ।

୧୯୭୫ ମସିହାରେ ସେ ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ମିସା ଆଇନରେ ଗିରଫ ହୋଇ ଜେଲ ମଧ୍ୟ ଯାଇଥିଲେ । ସେ ୧୯୮୦ରୁ ୧୯୮୮ ମସିହା ପର୍ଯ୍ୟନ୍ତ ୮ ବର୍ଷ ଧରି ବିଜେପିର ରାଜ୍ୟ ସଭାପତି ରହିଥିଲେ । ପରେ ସେ ବିଜେପି ଛାଡ଼ି ଜନତା ପାର୍ଟିରେ ସାମିଲ ହୋଇଥିଲେ ମଧ୍ୟ ପୁଣିଥରେ ୧୯୯୬ ଏପ୍ରିଲ ମାସରେ ବିଜେପିକୁ ଫେରିଥିଲେ।

ବିଜୁ ପଟ୍ଟନାୟକଙ୍କ ସରକାରରେ ଶ୍ରୀ ହରିଚନ୍ଦନ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ରହିଥିଲେ। ସେ ଚିଲିକା ଏବଂ ଭୁବନେଶ୍ୱରରୁ ପାଞ୍ଚ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି।ସେ ଦୁଇଥର ଜନତା ଦଳରୁ ଏବଂ ତିନି ଥର ବିଜେପିରୁ ନିର୍ବାଚିତ ହୋଇଛନ୍ତି। ଏହି ବରିଷ୍ଠ ବିଜେପି ନେତା ୨୦୦୪ ମସିହାରେ ବିଜେପି-ବିଜେଡି ମେଣ୍ଟ ସରକାରରେ ନବୀନ ପଟ୍ଟନାୟକ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ। ସେ ରାଜସ୍ୱ, ଆଇନ, ଶିଳ୍ପ ଏବଂ ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି।

ରାଜନୀତି ବ୍ୟତୀତ ସାହିତ୍ୟରେ ବେଶ୍‌ ରୁଚି ରଖିଛନ୍ତି ଶ୍ରୀ ହରିଚନ୍ଦନ। ତାଙ୍କ ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ରହିଛି ‘ମାତୃଭାଷା’, ‘ଶେଷ ଝଲକ୍‌’, ‘ରାଣା ପ୍ରତାପ’, ‘ଅସ୍ତଶିଖା’ ଓ ‘ମାନସୀ’ ପ୍ରମୁଖ। ଲେଖାଲେଖିରେ ରୁଚି ରଖିଥିବା ବିଶ୍ୱଭୂଷଣ ପାଇକ ଆନ୍ଦୋଳନର ୨୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

biswabhusanharichandan ବିଶ୍ବଭୂଷଣ ହରିଚନ୍ଦନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.