Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୭୭ତମ ସ୍ୱାଧୀନତା ଦିବସରେ ନର୍ସ, ଡାକ୍ତର ଏବଂ ଅନ୍ୟମାନଙ୍କ ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

୭୭ତମ ସ୍ୱାଧୀନତା ଦିବସରେ ନର୍ସ, ଡାକ୍ତର ଏବଂ ଅନ୍ୟମାନଙ୍କ ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

August 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଲାଲକିଲା ପ୍ରାଚୀରରୁ ୫୦ ଜଣ ନର୍ସ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇଥିଲା। ବିଭିନ୍ନ ବର୍ଗର ୧୮୦୦ ସ୍ୱତନ୍ତ୍ର ଅତିଥି ମାନଙ୍କ ମଧ୍ୟରେ ସରପଞ୍ଚ, ଶିକ୍ଷକ, କୃଷକ ଓ ମତ୍ସ୍ୟଜୀବୀମାନେ ସାମିଲ ଥିଲେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ଭାଗ୍ୟ ବଦଳାଇବା ପାଇଁ ନର୍ସ, ଡାକ୍ତର ଏବଂ ଅନ୍ୟମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ କୋଭିଡ୍ ଆମକୁ ଶିଖାଇଛି ଯେ ମାନବ କେନ୍ଦ୍ରିତ ଆଭିମୁଖ୍ୟ ବିନା ବିଶ୍ୱର ବିକାଶ ସମ୍ଭବ ନୁହେଁ।

ଦେଶର ସାର୍ବଜନୀନ ସ୍ୱାସ୍ଥ୍ୟ କଭରେଜରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରୟାସକୁ ଗୁରୁତ୍ୱ ଦେଇ ସେ କହିଛନ୍ତି ଯେ ଆୟୁଷ୍ମାନ ଭାରତରେ ସରକାର ୭୦,୦୦୦ କୋଟି ଟଙ୍କା ବିନିଯୋଗ କରିଛନ୍ତି ଯାହା ବିପିଏଲ ପରିବାରମାନଙ୍କୁ ବାର୍ଷିକ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ଗ୍ୟାରେଣ୍ଟି ପ୍ରଦାନ କରିଥାଏ।

ଦେଶବାସୀଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, ୨୦୦ କୋଟିରୁ ଅଧିକ କୋଭିଡ୍ ଟିକାକରଣର ମାଇଲଖୁଣ୍ଟ ହାସଲ କରିବାରେ ସ୍ୱାସ୍ଥ୍ୟକର୍ମୀ ବିଶେଷ କରି ଅଙ୍ଗନବାଡ଼ି କର୍ମୀ ଓ ଆଶା କର୍ମୀଙ୍କ ନିଷ୍ଠା ଓ ନିରନ୍ତର ପ୍ରୟାସ ରହିଥିଲା। ସେମାନଙ୍କ ଉଲ୍ଲେଖନୀୟ ଅବଦାନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। “କୋଭିଡ୍ ସମୟରେ ଏବଂ ଏହାପରେ ବିଶ୍ୱକୁ ସାହାଯ୍ୟ କରିବା ଦ୍ୱାରା ଭାରତ ବିଶ୍ୱର ବନ୍ଧୁ ଭାବରେ ପ୍ରତିଷ୍ଠିତ ହୋଇପାରିଛି”, ସେ ଉଲ୍ଲେଖ କରିଥିଲେ ।

ଏକ ବିଶ୍ୱ, ଏକ ସ୍ୱାସ୍ଥ୍ୟ ଏବଂ ଏକ ଭବିଷ୍ୟତର ଲକ୍ଷ୍ୟ ଉପରେ ଆଲୋକପାତ କରି ସେ କହିଥିଲେ ଯେ ଜନ ଔଷଧୀ କେନ୍ଦ୍ରଗୁଡ଼ିକ ୨୦,୦୦୦ କୋଟି ଟଙ୍କା ସଞ୍ଚୟ କରି ଦେଶର ମଧ୍ୟବିତ୍ତ ବର୍ଗଙ୍କୁ ନୂତନ ଶକ୍ତି ପ୍ରଦାନ କରିଛି। ଜନ ଔଷଧି କେନ୍ଦ୍ରସଂଖ୍ୟା ବର୍ତ୍ତମାନର ୧୦,୦୦୦ରୁ ୨୫,୦୦୦କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖି ଆଗାମୀ ଦିନରେ ଦେଶ କାର୍ଯ୍ୟ କରିବାକୁ ଯାଉଛି ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ।

ଡାକ୍ତର ନର୍ସ ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026
Latest News

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.