Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୁଣି ଚିନ୍ତା ବଢାଇଲା କରୋନା ଭୂତାଣୁର ନୂଆ ପ୍ରତିରୂପ: ଉଚ୍ଚସ୍ତରୀୟ ବୈଠକ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଜାତୀୟ ଖବର

ପୁଣି ଚିନ୍ତା ବଢାଇଲା କରୋନା ଭୂତାଣୁର ନୂଆ ପ୍ରତିରୂପ: ଉଚ୍ଚସ୍ତରୀୟ ବୈଠକ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

August 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଶ୍ୱସ୍ତରରେ କରୋନା ଭୂତାଣୁର କେତେକ ନୂଆ ପ୍ରତିରୂପ ଚିହ୍ନଟ ହେବାକୁ ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି। ବିଶ୍ୱସ୍ତରରେ ଏବଂ ଭାରତରେ ବର୍ତ୍ତମାନର କୋଭିଡ ସ୍ଥିତି, ସଂକ୍ରମିତ ହେଉଥିବା ନୂଆ କରୋନା ଭୂତାଣୁ ପ୍ରତିରୂପ ଏବଂ ଜନ ସ୍ୱାସ୍ଥ୍ୟ ଉପରେ ଏହାର ପ୍ରଭାବ ଆଦି ବିଷୟ ଏହି ବୈଠକରେ ସମୀକ୍ଷା କରାଯାଇଛି।

ଉଚ୍ଚ ସ୍ତରୀୟ ବୈଠକରେ ନୀତି ଆୟୋଗ ସଦସ୍ୟ ଡକ୍ଟର ବିନୋଦ ପଲ, କ୍ୟାବିନେଟ ସଚିବ ରାଜୀବ ଗୌବା, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ପରାମର୍ଶଦାତା ଅମିତ ଖାରେ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସଚିବ ସୁଧାଂଶୁ ପନ୍ତ, ସ୍ୱାସ୍ଥ୍ୟ ଗବେଷଣା ବିଭାଗ ସଚିବ ତଥା ଆଇସିଏମଆର ମହାନିର୍ଦ୍ଦେଶକ ରାଜୀବ ବେହଲ, ବାୟୋଟେକ୍ନୋଲୋଜି ବିଭାଗ ସଚିବ ରାଜେଶ ଏସ. ଗୋଖଲେ ଏବଂ ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ସଚିବ ପୂଣ୍ୟ ସଲିଳା ଶ୍ରୀବାସ୍ତବ ପ୍ରମୁଖ ଯୋଗ ଦେଇଥିଲେ।

ବିଶ୍ୱସ୍ତରରେ ସାର୍ସ-କୋଭ-୨ ଭୂତାଣୁର ନୂଆ ପ୍ରତିରୂପ ବିଏ.୨.୮୬ (ପିରୋଲା) ଏବଂ ଇଜି.୫ (ଏରିସ)ର ସଂକ୍ରମଣ ସମେତ ବିଶ୍ୱରେ କୋଭିଡ-୧୯ ପରିସ୍ଥିତି ସମ୍ପର୍କରେ ସ୍ୱାସ୍ଥ୍ୟ ସଚିବ ତଥ୍ୟ ପ୍ରଦାନ କରିଥିଲେ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ର ତଥ୍ୟ ଅନୁଯାୟୀ, ୫୦ରୁ ଅଧିକ ଦେଶରେ ଇଜି.୫ (ଏରିସ) ଚିହ୍ନଟ ହୋଇଛି ଏବଂ ବିଏ.୨.୮୬ (ପିରୋଲା) ଚାରିଟି ଦେଶରେ ଚିହ୍ନଟ କରାଯାଇଛି।

ବୈଠକରେ ସୂଚନା ଦିଆଯାଇଥିଲା ଗତ ୭ ଦିନ ମଧ୍ୟରେ ବିଶ୍ୱସ୍ତରରେ ୨,୯୬,୨୧୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ବିଶ୍ୱ ଜନସଂଖ୍ୟାର ୧୭ ପ୍ରତିଶତ ଲୋକ ରହୁଥିବା ଭାରତରେ ଗତ ଏକ ସପ୍ତାହ ମଧ୍ୟରେ ମାତ୍ର ୨୨୩ ଜଣ ସଂକ୍ରମିତ (ବିଶ୍ୱରେ ନୂଆ ସଂକ୍ରମିତଙ୍କ ୦.୦୭୫%) ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ସଚିବ କହିଥିଲେ, ଦେଶବ୍ୟାପୀ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହେବାର ଦୈନିକ ହାରାହାରୀ ସଂଖ୍ୟାକୁ ୫୦ ତଳେ ରଖିବାରେ ସଫଳତା ମିଳିଛି। ସେହିପରି ସାପ୍ତାହିକ ସଂକ୍ରମଣ ହାରକୁ ୦.୨% ସ୍ତରରେ ରଖିବାରେ ଭାରତ ସଫଳ ହୋଇଛି। ଭାରତରେ ପ୍ରସାରିତ ହେଉଥିବା ବିଭିନ୍ନ କରୋନା ଭୂତାଣୁ ପ୍ରତିରୂପ ଜିନ୍‌ ଅନୁଶୀଳନ ବା ଜିନୋମ୍‌ ସିକୁଏନ୍ସିଂ ସମ୍ପର୍କରେ ବୈଠକରେ ସୂଚନା ଦିଆଯାଇଥିଲା।

ସବିଶେଷ ଆଲୋଚନା ଓ ସମୀକ୍ଷା ପରେ ଡକ୍ଟର ପି.କେ. ମିଶ୍ର କହିଥିଲେ ଯେ, ଦେଶରେ କୋଭିଡ-୧୯ ସ୍ଥିତି ସ୍ଥିର ରହିଛି ଏବଂ ଜନ ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ପ୍ରସ୍ତୁତ ରଖାଯାଇଛି। ତେବେ ରାଜ୍ୟମାନେ ଆଇଏଲଆଇ/ଏସଏଆରଆଇ (ଥଣ୍ଡା, ସର୍ଦ୍ଦି, ଶ୍ୱାସରୋଗ ଜନିତ ଅସୁସ୍ଥତା) ପୀଡ଼ିତ ଲୋକଙ୍କ ଉପରେ ଧ୍ୟାନ ଦେବା, କୋଭିଡ-୧୯ ପରୀକ୍ଷା ପାଇଁ ଯଥେଷ୍ଟ ନମୁନା ପଠାଇବା ସହିତ ସମ୍ପୂର୍ଣ୍ଣ ଜିନ ଅନୁଶୀଳନ ଏବଂ ବିଶ୍ୱସ୍ତରରେ ନୂଆ କରୋନା ଭୂତାଣୁ ପ୍ରତିରୂପ ଉପରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି।

ଉଚ୍ଚସ୍ତରୀୟ ବୈଠକ କରୋନା ଭୂତାଣୁ ଡକ୍ଟର ପି.କେ.ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରସ୍ତୁତି ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Latest News

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.