Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁକେଶ ଆମ୍ବାନି କଲେ ବଡ ଘୋଷଣା, ଏଣିକି ଘରେ ଘରେ ଜିଓ ପହଞ୍ଚାଇବ ‘ଏଆଇ’
ଜାତୀୟ ଖବର

ମୁକେଶ ଆମ୍ବାନି କଲେ ବଡ ଘୋଷଣା, ଏଣିକି ଘରେ ଘରେ ଜିଓ ପହଞ୍ଚାଇବ ‘ଏଆଇ’

August 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
mukesh
ମୁକେଶ ଆମ୍ବାନି କଲେ ବଡ ଘୋଷଣା, ଏଣିକି ଘରେ ଘରେ ଜିଓ ପହଞ୍ଚାଇବ 'ଏଆଇ'

ଭୁବନେଶ୍ୱର: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇ ଭାରତୀୟ ଏଆଇ ମଡେଲ୍‌ରେ ଅଗ୍ରଣୀ ଭୂମିକା ଗ୍ରହଣ କରିବା ଏବଂ ଏହି ନୂଆ ପ୍ରଯୁକ୍ତିର ଲାଭକୁ ଭାରତୀୟ ନାଗରିକମାନଙ୍କ ପାଖରେ ପହଂଚାଇବା ପାଇଁ ଜିଓ ପ୍ଲାଟଫର୍ମ ଆଗ୍ରହୀ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି କହିଛନ୍ତି ।

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ୪୬ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ଅବସରରେ ସେ ଏନେଇ ମହତ୍ୱକାଂକ୍ଷୀ ଯୋଜନା ଘୋଷଣା କରିବା ସହ କହିଛନ୍ତି ଯେ ଜିଓର ଅଭିବୃଦ୍ଧି ପାଇଁ ଏଆଇ ହେଉଛି ସବୁଠୁ ଆକର୍ଷଣୀୟ ଦିଗନ୍ତ ।

ଦୀର୍ଘସ୍ଥାୟୀ ଅଭ୍ୟାସ ଓ ସବୁଜ ଭବିଷ୍ୟତକୁ ଗ୍ରହଣ କରି ଉଭୟ କ୍ଲାଉଡ୍ ଓ ଏଜ୍ ଲୋକେସନରେ ୨୦୦୦ ମେଗାୱାଟ୍‌ର ଏଆଇ-ପ୍ରସ୍ତୁତ କମ୍ପ୍ୟୁଟର ଦକ୍ଷତା ସୃଷ୍ଟି କରିବା ପାଇଁ ଜିଓର ପ୍ରତିବଦ୍ଧତା ବିଷୟରେ ମୁକେଶ ଘୋଷଣା କରିଛନ୍ତି।

ସେ କହିଛନ୍ତି ଯେ ବିଶ୍ୱସ୍ତରରେ ଏଆଇ ବିପ୍ଳବ ଦୁନିଆକୁ ଏକ ନୂଆ ଆକାର ପ୍ରଦାନ କରୁଛି ଏବଂ କୃତ୍ରିମ ବୁଦ୍ଧିମତା (ଏଆଇ) ର ପ୍ରୟୋଗ ଶିଳ୍ପ, ଅର୍ଥନୀତି, ଦୈନନ୍ଦୀନ ଜୀବନରେ ଖୁବ୍‌ଶୀଘ୍ର ବିପ୍ଳବ ଆଣି ତାହାର ସଂଜ୍ଞା ବଦଳାଇଦେବ। ବିଶ୍ୱସ୍ତରରେ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ରହିବା ପାଇଁ ଭାରତକୁ ନିଶ୍ଚିତ ରୂପେ ଏଆଇର ନବସୃଜନ, ଅଭିବୃଦ୍ଧି ଓ ଜାତୀୟ ସମୃଦ୍ଧିକୁ ବ୍ୟବହାର କରିବାକୁ ପଡ଼ିବ।

ମୁକେଶ ଅମ୍ବାନି କହିଛନ୍ତି ଯେ ସାତ ବର୍ଷ ପୂର୍ବେ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ବ୍ରଡ୍‌ବ୍ୟାଣ୍ଡ୍ ସଂଯୋଗ ପ୍ରଦାନ କରିବାକୁ ଜିଓ ପ୍ରତିଶ୍ରୁତି ଦେଇଥିଲା ଓ ଆମେ ତାହା ପ୍ରଦାନ କରିଛୁ। ଆଜି ଜିଓ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାର ପ୍ରତିଶ୍ରୁତି ଦେଉଛି। ଆମେ ତାହା ପ୍ରଦାନ କରିବୁ ବୋଲି ସେ କହିଛନ୍ତି।

ବିଶ୍ୱସ୍ତରରେ ଏଆଇକୁ ନେଇ ଚାଲିଥିବା ନବସୃଜନ, ବିଶେଷ କରି ଜେନେରେଟିଭ୍ ଏଆଇ କ୍ଷେତ୍ରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହାର ପ୍ରତିଭାବାନ କର୍ମଚାରୀ ଓ ଦକ୍ଷତାରେ ଉନ୍ନତି ଆଣୁଛି । ଆଗାମୀ ଦିନରେ ସବୁ କ୍ଷେତ୍ର ପାଇଁ ଭାରତ ସ୍ୱତନ୍ତ୍ର ଏଆଇ ମଡେଲ୍ ଓ ଏଆଇଭିତିକ ସମାଧାନ ବିକାଶ କରିବା ଉଦ୍ୟମରେ ଜିଓ ପ୍ଲାଟଫର୍ମସ୍ ଆଗରେ ରହିବାକୁ ଚାହୁଛି, ଯାହା ଫଳରେ ଏଆଇର ଲାଭକୁ ଭାରତୀୟ ନାଗରିକ, ବ୍ୟବସାୟ ଓ ସରକାରଙ୍କ ନିକଟରେ ପହଞ୍ଚାଇ ହେବ । ଭାରତରେ ପାଖରେ ସେହି ବ୍ୟାପକତା, ଡାଟା ଓ ପ୍ରତିଭା ରହିଛନ୍ତି ବୋଲି ମୁକେଶ କହିଛନ୍ତି ।

ଏଆଇର ବ୍ୟାପକ କମ୍ପ୍ୟୁଟିଂ ଚାହିଦାର ପରିଚାଳନା କରିବା ଲାଗି ଭାରତ ପାଇଁ ଡିଜିଟାଲ୍ ଭିତିଭୂମି ଆବଶ୍ୟକ। ଏହି କ୍ଷେତ୍ର ସମ୍ପ୍ରସାରିତ ହେଲେ ଆମେ ଉଭୟ କ୍ଲାଉଡ୍ ଓ ଏଜ୍ ଲୋକେସନରେ ୨୦୦୦ ମେଗାୱାଟ୍‌ର ଏଆଇ ପ୍ରସ୍ତୁତ କମ୍ପ୍ୟୁଟିଂ ଦକ୍ଷତା ସୃଷ୍ଟି କରିବାକୁ ପ୍ରତିବଦ୍ଧ ରହିଛୁ। ଆଗାମୀ ୫ ବର୍ଷରେ ଆମେ ଆମର ଅଧିକାଂଶ ଶକ୍ତିକୁ ଯୋଗଯୋଗ, ଡିଜିଟାଲ୍ ସେବା ଓ ଶକ୍ତିରେ ବ୍ୟବହାର କରିବାକୁ ଯୋଜନା ରଖିଛୁ ଯାହା ପରିବେଶ ମିତବ୍ୟୟୀ ହେବା ସହ ସୁଲଭ ମଧ୍ୟ ରହିବ ବୋଲି ମୁକେଶ ଅମ୍ବାନୀ କହିଛନ୍ତି।

ai artificial intelligence jio mukeshambani Reliance JIO ଏଆଇ ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.