ଟାଇମ୍ସ ୱାର୍ଲ୍ଡ ର‌୍ୟାଙ୍କିଙ୍ଗରେ କ୍ରମାଗତ ଉନ୍ନତି କରୁଛି ସୋଆ

Published: Oct 1, 2023, 10:27 am IST
soa university

ଭୁବନେଶ୍ୱର: ଟାଇମ୍ସ ହାୟର ଏଜୁକେସନ୍ (ଟିଏଚ୍‌ଇ) ୱାର୍ଲ୍ଡ ର‌୍ୟାଙ୍କିଙ୍ଗସ -୨୦୨୪ରେ ସଫଳତାର ଶିଢ଼ି ଚଢ଼ି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ୮୦୧-୧୦୦୦ ବ୍ରାକେଟରେ ସ୍ଥାନୀତ ହୋଇପାରିଛି। ଟିଏଚ୍‌ଇ ବିଶ୍ୱ ର‌୍ୟାଙ୍କିଙ୍ଗରେ ୨୦୨୩ରେ ସୋଆ ୧୦୦୧ – ୧୨୦୦ ରେଞ୍ଜରେ ଥିବା ବେଳେ ଏହା ପୂର୍ବ ବର୍ଷ ୧୨୦୧ ପ୍ଲସ୍ ବ୍ରାକେଟ୍‌ରେ ରହିଥିଲା।

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତାକୁ ବିବେଚନା କରିବା ନିମନ୍ତେ ୫ଟି ପ୍ରମୁଖ ମାପଦଣ୍ଡକୁ ଭିତି କରି ଏହି ଟିଏଚ୍‌ଇ ର‌୍ୟାଙ୍କିଙ୍ଗ କରାଯାଇଥାଏ। ଏହି ମାପଦଣ୍ଡ ଗୁଡ଼ିକ ହେଲା ଟିଚିଙ୍ଗ (ଦ ଲର୍ଣ୍ଣିଂ ଏନ୍‌ଭାଇରନ୍‌ମେଂଟ), ରିସର୍ଚ୍ଚ ଏନ୍‌ଭାଇରନ୍‌ମେଂଟ, ରିସର୍ଚ୍ଚ କ୍ୱାଲିଟି, ଇଣ୍ଡଷ୍ଟ୍ରୀ ଆଣ୍ଡ ଇନ୍‌ଟରନ୍ୟାସ୍‌ନାଲ୍ ଆଉଟଲୁକ୍ (ଇନ୍‌ଟରନ୍ୟାସ୍‌ନାଲ୍ ଷ୍ଟାଫ୍‌, ଷ୍ଟୁଡେଂଟ୍ସ ଆଣ୍ଡ ରିସର୍ଚ୍ଚ କୋଲାବରେସନ୍ସ)।

୨୦୨୩ରେ ନ୍ୟାସନାଲ୍ ଇନଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗରେ ସୋଆ ଦେଶରେ ବିଶ୍ୱବିଦ୍ୟାଳୟ କ୍ୟାଟେଗୋରୀରେ ୧୫ତମ ସ୍ଥାନରେ ରହିଥିବା ବେଳେ ଏହାର ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍ (ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌) ୧୬ତମ ଓ ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ (ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ) ୨୭ତମ ସ୍ଥାନ ହାସଲ କରିଥିଲା।

ସେହିପରି ସୋଆର ଫ୍ୟାକଲ୍ଟି ଅଫ୍ ଲିଗାଲ ଷ୍ଟଡିଜ୍ (ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ) ଦେଶରେ ୮ମ ସ୍ଥାନରେ ରହିଥିବା ବେଳେ ଫ୍ୟାକଲ୍ଟି ଅଫ୍ ଡେଂଟାଲ୍ ସାଇନ୍‌ସେସ୍ (ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌) ୯ମ ସ୍ଥାନରେ ରହିଥିଲା।

ସମ୍ମାନ ଜନକ କ୍ୟୁଏସ୍ ୱାର୍ଲ୍ଡ ର‌୍ୟାଙ୍କିଙ୍ଗ୍‌ସରେ ୨୦୨୩ରେ ସୋଆ ୧୦୦୧ ପ୍ଲସ୍ -୧୨୦୦ ବ୍ରାକେଟ୍‌ରେ ସ୍ଥାନ ପାଇଥିଲା।

Related posts