Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏଣିକି ସମସ୍ତ ସ୍କୁଲ, କଲେଜ ଅଫିସରେ ‘ହାତଧୂଆ କେନ୍ଦ୍ର’ ସ୍ଥାପନ ବାଧ୍ୟତାମୂଳକ ହେବ
ଜାତୀୟ ଖବର

ଏଣିକି ସମସ୍ତ ସ୍କୁଲ, କଲେଜ ଅଫିସରେ ‘ହାତଧୂଆ କେନ୍ଦ୍ର’ ସ୍ଥାପନ ବାଧ୍ୟତାମୂଳକ ହେବ

October 7, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଏଣିକି ସମସ୍ତ ସ୍କୁଲ, କଲେଜ ଅଫିସରେ ନିର୍ମାଣ ହେବ 'ହାତ ଧୂଆ କେନ୍ଦ୍ର'

ଭୁବନେଶ୍ବର: କେବଳ ହାତକୁ ସାଧାରଣ ଭାବେ ଧୋଇବା ଯଥେଷ୍ଟ ନୁହେଁ। ରୋଗ ଦାଉରୁ
ରକ୍ଷା ପାଇବା ଏବଂ ରୋଗ ବ୍ୟାପିବାର ଆଶଙ୍କାକୁ କମାଇବା ପାଇଁ ହାତକୁ ଭଲ ଭାବରେ
ସାବୁନ ବା ହ୍ୟାଣ୍ଡ ଓ୍ୱାସ୍ ସାହାଯ୍ୟରେ ଭଲ ଭାବରେ ଧୋଇବା ଜରୁରୀ। ସଠିକ୍ ଭାବରେ
ହାତଧୁଆ କୋଭିଡ୍ ସଂକ୍ରମଣକୁ କମାଇବା ସହିତ ମୃତ୍ୟୁ ସଂଖ୍ୟାକୁ ବହୁ ମାତ୍ରାରେ ହ୍ରାସ କରିବାରେ ସଫଳ ହୋଇଥିଲା।

ସଠିକ୍ ଭାବରେ ହାତ ଧୂଆ ପାଇଁ ରାଜ୍ୟରେ ସ୍ୱାସ୍ଥ୍ୟ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ଆଦି ସମ୍ପୃକ୍ତ ବିଭାଗ ଦ୍ୱାରା ବିଭିନ୍ନ ସମୟରେ ସଚେତନ କରାଯାଉଛି। ଏବେ ଏହି ପ୍ରକ୍ରିୟାକୁ ସୁନିଶ୍ଚିତ କରିବାକୁ ୟୁନିସେଫ ଦେଶବ୍ୟାପୀ ରୋଡ୍ ମ୍ୟାପ୍ ପ୍ରସ୍ତୁତି କରୁଛି।

ଓଡିଶାରୁ ପ୍ରଥମେ ଏହି ରୋଡମ୍ୟାପ୍ ଆରମ୍ଭ କରାଯାଇଥିବା ସଂପର୍କରେ ଗୁରୁବାର ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂଣ୍ଣ ବୈଠକରେ ୟୁନିସେଫ୍ ତରଫରୁ ସୂଚନା ଦିଆଯାଇଛି।

ଲୋକସେବା ଭବନରେ ଅନୁଷ୍ଠିତ ଏହି ସମନ୍ୱୟ ଏବଂ ପରାମର୍ଶ ବୈଠକରେ ସମ୍ପୃକ୍ତ
ସମସ୍ତ ବିଭାଗର ସମନ୍ୱୟରେ ଏହି କାର‌୍ୟ୍ୟ ସୁସଂପାଦନ ପାଇଁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି। ୟୁନିସେଫ କ୍ଷେତ୍ର ମୁଖ୍ୟ ଉଇଲିୟମ୍ ହାନଲୋନ ଜେଆର, ୟୁନିସେଫ୍ ଓ୍ୱାସ୍ – ସିସିଇସ୍ ବିଶେଷଜ୍ଞ ସିପ୍ରା ସକ୍ସେନା ପ୍ରମୁଖ ଯୋଗଦେଇ ଓଡିଶାରେ ହାତ ଧୁଆ(ହ୍ୟାଣ୍ଟ ହାଇଜିନ) ରୋଡ୍ ମ୍ୟାପ୍ ପ୍ରସ୍ତୁତି ସମ୍ପର୍କରେ ବିଶଦ୍ ଭାବେ ଆଲୋକପାତ କରିଥିଲେ।

ହାତ ଧୁଆ ଭଳି ପରିଚ୍ଛନ୍ନତା ରକ୍ଷା, କମ୍ ଖର୍ଚ୍ଚରେ ହେଉଥିବା ଏକ ସ୍ୱାସ୍ଥ୍ୟ ରକ୍ଷା ବ୍ୟବସ୍ଥା। କିନ୍ତୁ ସଚେତନତା ଅଭାବରୁ ଏହି ଅଭ୍ୟାସ ନକରାଯିବା ଫଳରେ ବହୁ ସଂକ୍ରାମକ ରୋଗ ବ୍ୟାପୁଛି। ମିଳିତ ଜାତିସଂଘର ପୋଷଣୀୟ ବିକାଶ ଲକ୍ଷ୍ୟ ହାସଲ କରିବାରେ ସ୍ୱାସ୍ଥ୍ୟ ରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଥିବା ବେଳେ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏପରିକି ଘରେ ଘରେ ପ୍ରତ୍ୟେକ ଜନସାଧାରଣଙ୍କୁ ସାବୁନରେ ହାତ ସଫା କରିବା ଓ ଏଥିପାଇଁ ଭବିଷ୍ୟତରେ ସମ୍ଭାବ୍ୟ ମହାମାରୀକୁ ଦୂର କରିବାକୁ ହେଲେ ଏବେଠାରୁ ଉନ୍ନତ ହାତ
ପରିଚ୍ଛନ୍ନତା ନିମନ୍ତେ ପ୍ରସ୍ତୁତି ଓ ପ୍ରତିକ୍ରିୟା ଯୋଜନାର ଆବଶ୍ୟକତା ରହିଛି।

ଭାଗିଦାରିଭିତ୍ତିକ ସମାଧାନ, ବଜେଟ୍ ରେ ନିର୍ଦ୍ଦିଷ୍ଟ ଭାବେ ଅର୍ଥ ଆବଣ୍ଟନ ସହ ପାରସ୍ପରିକ ସୁସମନ୍ୱୟ, ଆକର୍ଷଣୀୟ ଓ ଅଭିନବ ଢଙ୍ଗରେ ଶିଶୁ ଓ ଛାତ୍ରଛାତ୍ରୀମାନଙ୍କୁ ବାର୍ତ୍ତା ପ୍ରଦାନ, ନିୟମିତ ଉତ୍ସାହ ଓ ତଦାରଖ ବ୍ୟବସ୍ଥା ସଠିକ୍ ହାତଧୁଆ ସଂପର୍କରେ ଉତ୍ତମ ଅଭ୍ୟାସଗୁଡ଼ିକର ସକରାତ୍ମକ ପ୍ରଚାର ପ୍ରସାର ଏ କ୍ଷେତ୍ରରେ ସହାୟକ ହୋଇପାରିବ।

ଉନ୍ନତ ହାତଧୂଆ ବ୍ୟବସ୍ଥା ପାଇଁ ଆନ୍ତଃ ବିଭାଗୀୟ ଓ ଅନ୍ତଃ ବିଭାଗୀୟ ସମନ୍ୱୟ ଉପରେ
ବୈଠକରେ ଗୁରୁତ୍ୱ ଦିଆଯାଇଛି। ବ୍ଲକ ସ୍ତରରେ ଓ ଗ୍ରାମ ପଞ୍ଚାୟତ ସ୍ତରରେ ସଚେତନତା, ବିଦ୍ୟାଳୟ କୋଠାଗୁଡ଼ିକରେ ପ୍ରତ୍ୟେକ ମହଲାରେ ହାତଧୂଆ ଷ୍ଟେସନ (ସ୍ଥାନ) ବାଧ୍ୟତାମୂଳକ କରାଯିବ। ମହିଳା ଓ ଶିଶୁ ବିକାଶ ବିଭାଗ ଜରିଆରେ ଅଙ୍ଗନବାଡୀ କର୍ମୀମାନଙ୍କ ସମ୍ମିଳିତ ପ୍ରୟାସରେ ହାତଧୁଆ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ।

ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ଓ ସଂଖ୍ୟାଲଘୁ କଲ୍ୟାଣ ବିଭାଗ ଜରିଆରେ
ପରିଚାଳିତ ବିଦ୍ୟାଳୟ, ବିଦ୍ୟାଳୟ ପରିଚାଳନା କମିଟି, ଆବାସିକ ବିଦ୍ୟାଳୟ ମାଧ୍ୟମରେ ଏହି କାର‌୍ୟ୍ୟକୁ ମଧ୍ୟ ଉତ୍ସାହିତ କରାଯିବ। ବିଦ୍ୟାଳୟ ପରିସର ବାହାରେ ମଧ୍ୟ ଘରେ
ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଏହାକୁ ଉତ୍ସାହିତ କରିବେ। ମଡେଲ ହାତ ଧୁଆ ସ୍ଥଳରେ
ଏଲ୍‌ଇଡି ବୋର୍ଡ ଲଗାଯାଇ ସଚେତନ ବାର୍ତ୍ତା ପ୍ରଦର୍ଶନ କରାଯିବ।

ପଞ୍ଚାୟତିରାଜ ବିଭାଗ ଜରିଆରେ ସୂଚନା, ଶିକ୍ଷା ଓ ଯୋଗାଯୋଗ ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯାଇଛି। ସଂପୃକ୍ତ ସମସ୍ତ ବିଭାଗର ସହଯୋଗରେ ହାତଧୂଆ (ପରିଚ୍ଛନ୍ନତା) ଭଳି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ଆମେ ନିଷ୍ଠାର ସହ କରିପାରିବା ବୋଲି ଉନ୍ନୟନ କମିଶନର କହିଥିଲେ ।

ବୈଠକରେ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି. ମାଥି ଭାଥାନନ୍, ବିଜ୍ଞାନ ଓ
ବୈଷୟିକ ବିଦ୍ୟା ବିଭାଗ ତଥା ସରକାରୀ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ତଥା ଶ୍ରୀମତୀ ଚିତ୍ରା ଆରୁମୁଗମ, ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ବୃନ୍ଦା ଡି, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ନିଦ୍ଦେଶକ (ପାନୀୟ ଜଳ ଓ ପରିମଳ) ଶ୍ରୀ ବି. ପରମେଶ୍ୱରନ୍ , ଓସଡମାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ଞାନ ଦାସ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତି​‌ଷ୍ଠାନ ଏବଂ ୟୁନିସେଫର ଅନ୍ୟ କର୍ମକର୍ତ୍ତାମାନେ ବୈଠକରେ ଉପସ୍ଥିତ ଥିଲେ ।

ହାତଧୂଆ ହାତଧୂଆ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.